ଠାଏ ଠାଏ ଜଳୁଛି କୁଲଡ଼ିହା : ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସଚେତନତା କାର୍ଯ୍ୟକ୍ରମ

ସଜନାଗଡ଼, ୧୨।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଥିବା କୁଲଡ଼ିହା ଅଭୟାରଣ୍ୟରେ ନିଆଁ ବ୍ୟାପିବା ନେଇ ବନବିଭାଗ ଚିନ୍ତାରେ ପଡିଛି। ଫେବୃୟାରୀ ୪ ତାରିଖଠାରୁ ବନବିଭାଗ ନିଆଁକୁ ଆୟତ୍ତ କରିବାରେ ପ୍ରାଣମୂର୍ଚ୍ଛା ଉଦ୍ୟମ ଜାରି ରଖିଛି। କୁଲଡ଼ିହା ଅଭୟାରଣ୍ୟ ୨୭୨.୭୫ ବର୍ଗ କି.ମି. ପରିବ୍ୟାପ୍ତ ଭିତରେ ଏକାଧିକ ପାହାଡ଼ ମଧ୍ୟରେ ଥିବା ଏକର ଏକର ଜମିରେ ହଜାର ହଜାର ବୃକ୍ଷଲତା ପୋଡ଼ି ପାଉଁଶ ହୋଇଯାଉଛି। ଏହି ବନାଗ୍ନି ଯୋଗୁ ଲକ୍ଷ ଲକ୍ଷ କୀଟପତଙ୍ଗ ଓ ବନୌଷଧି ଭସ୍ମୀଭୂତ ହୋଇଛି। ବନ୍ୟଜନ୍ତୁଙ୍କ ଜୀବନ ପ୍ରତି ବିପଦ ଘାରିଥିବା ବେଳେ ବହୁ ଜୀବଜନ୍ତୁ ଓ ସରୀସୃପ ଜାତୀୟ ପ୍ରାଣୀ ପୋଡ଼ିଯାଇଥିବା ଅନୁମାନ କରାଯାଉଛି। ଏନେଇ ନୀଳଗିରି ବିଧାୟକ ଇଂ. ସୁକାନ୍ତ କୁମାର ନାୟକ ଓ କୁଲଡ଼ିହା ରେଞ୍ଜର ବିଜୟ ମହାପାତ୍ର ମିଳିତ ଭାବେ କୁଲଡ଼ିହା ଅଭୟାରଣ୍ୟ ପାଦଦେଶରେ ଥିବା ନିଆଁ ପ୍ରଭାବିତ ଅଞ୍ଚଳକୁ ବୁଲିବା ସହ କେସିପୁର ପଞ୍ଚାୟତର କେଳାମରା ଅଞ୍ଚଳବାସୀଙ୍କୁ ସଚେତନ କରିଛନ୍ତି।
ବିଧାୟକ ଇଂ. ନାୟକ ଲୋକଙ୍କୁ ବୁଝାଇ କହିଛନ୍ତି, ପ୍ରକୃତି ବଞ୍ଚତ୍ଲେ ଆମେ ବଞ୍ଚତ୍ବା। ନୀଳଗିରି ମାଟିର ଗର୍ବ ଆଉ ଗାରିମା ଘଞ୍ଚ ସବୁଜ ଜଙ୍ଗଲ ପ୍ରକୃତିର ଏକ ଅମୂଲ୍ୟ ବରଦାନ। ଏହି ପ୍ରକୃତିର ରାଣୀ କୁଲଡ଼ିହାର ସୁରକ୍ଷା ପାଇଁ ନିଜେ ସଚେତନ ହେବା ସହ ଅନ୍ୟମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା। ସେହିପରି କୁଲଡ଼ିହା ରେଞ୍ଜର ମହାପାତ୍ର ଲୋକଙ୍କୁ ସଚେତନ କରିବା ସହ ନିଆଁ ଲଗାଉଥିବା ବ୍ୟକ୍ତି ଧରାପଡ଼ିଲେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାବନୀ ଦେଇଥିଲେ। ସଚେତନତା କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ ମହେନ୍ଦ୍ର ମଢ଼େଇ, ଗଙ୍ଗାଧର ମିଶ୍ର, ଉପେନ୍ଦ୍ର ନାୟକ, ସୁରେଶ ନାୟକ, ସ୍ଥାନୀୟ ଫରେଷ୍ଟର, ସବୁଜ ବାହିନୀ, ଗାର୍ଡ଼ ପ୍ରମୁଖ ଉପସ୍ଥିତ ଥିଲେ। ଅନ୍ୟପକ୍ଷରେ ବାଲେଶ୍ୱର ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ନିଆଁ ଲାଗିବା ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏନେଇ କେନ୍ଦ୍ର ଜଙ୍ଗଲ ମନ୍ତ୍ରୀଙ୍କ ସହ ବିଶଦ ଆଲୋଚନା କରିଛନ୍ତି। ଏଥିସହିତ କେନ୍ଦ୍ରମନ୍ତ୍ରୀ ଷଡ଼ଙ୍ଗୀ ଶୁକ୍ରବାର କୁଲଡ଼ିହା ଅଭୟାରଣ୍ୟରେ ନିଆଁ ଲାଗିବା ସ୍ଥଳକୁ ଯାଇ ପରିଦର୍ଶନ କରି ପରିସ୍ଥିତିର ଅନୁଧ୍ୟାନ କରିବେ ବୋଲି କୁଲଡ଼ିହା ବନବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ସକ୍ରିୟ ହେବ ଲଘୁଚାପ: ଆଜି ପ୍ରବଳ ବର୍ଷିବ, ୫ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୪ା୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ସକ୍ରିୟ ହେବାରେ ଲାଗିଛି। ଏହାସହ ସମ୍ପୃକ୍ତ ଘୂର୍ଣ୍ଣିବଳୟ ସମୁଦ୍ର…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

ହେଲୋ ପଏଣ୍ଟଠାରେ ୭୭ତମ ବନ ମହୋତ୍ସବ: ଯୋଗଦେଲେ…

ଥୁଆମୂଳ ରାମପୁର, ୩।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରାସ୍ଥିତ ହେଲୋ ପଏଣ୍ଟଠାରେ ଶୁକ୍ରବାର ଥୁଆମୂଳ ରାମପୁର ଦକ୍ଷିଣ ବନାଞ୍ଚଳ ପକ୍ଷରୁ…

ନ୍ୟାଶନାଲ ପେନକାକ୍ ସ୍ପୋର୍ଟ ଚାମ୍ପିୟନଶିପ୍‌ରେ ଶିବ ପ୍ରସାଦ ଜେନାଙ୍କୁ ସ୍ୱର୍ଣ୍ଣ ପଦକ

ଗଞ୍ଜାମ,୩।୭ (ବିଦ୍ୟାଧର ସାହୁ): ମହାରାଷ୍ଟ୍ରର ନାସିକଠାରେ ଆୟୋଜିତ ନ୍ୟାଶନାଲ ପେନକାକ୍ ସ୍ପୋଟ୍ସ ଚାମ୍ପିୟନଶିପ୍‌ରେ ସବ୍-ଜୁନିୟର ବର୍ଗରେ ଶିବ ପ୍ରସାଦ ଜେନା (୧୪) ସ୍ୱର୍ଣ୍ଣ ପଦକ ହାସଲ କରି…

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

ଜୟପୁର ଏସ୍‌ଡିଆଇପିଆରଙ୍କୁ ମିଳିଲା ନୂଆ ଦାୟିତ୍ୱ

କୋରାପୁଟ,୩ା୭(ଅମିତାଭ ବେହେରା): ଜୟପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଯଶୋଦା ଗାଦବାଙ୍କୁ କୋରାପୁଟ ଜିଲାର ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri