ଜଳୁଛି କୁଲଡ଼ିହା: ନିଆଁ ଲିଭାଉଛନ୍ତି ଡିଏଫ୍‌ଓ, ରେଞ୍ଜର

ସଜନାଗଡ଼, ୧୦।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି କୁଲଡ଼ିହା ଅଭୟାରଣ୍ୟରେ ୫ ଦିନ ହେବ ନିଅଁା ଜଳୁଛି। ଫେବୃୟାରୀ ୪ତାରିଖଠାରୁ ବନବିଭାଗ ନିଆଁକୁ ଆୟତ୍ତ କରିବାରେ ପ୍ରାଣମୂର୍ଚ୍ଛା ଉଦ୍ୟମ ଜାରି ରଖିଛି। କୁଲଡ଼ିହା ଅଭୟାରଣ୍ୟ ୨୭୨.୭୫ବର୍ଗ କି.ମି. ପରିବ୍ୟାପ୍ତ ଭିତରେ ଏକାଧିକ ପାହାଡ଼ ମଧ୍ୟରେ ଥିବା ଏକର ଏକର ଜମିରେ ଥିବା ହଜାର ହଜାର ବୃକ୍ଷଲତା ପୋଡ଼ି ପାଉଁଶ ହୋଇଯାଉଛି। ବନାଗ୍ନି ଯୋଗୁ ଲକ୍ଷ ଲକ୍ଷ କୀଟପତଙ୍ଗ ଓ ବନୌଷଧି ଭସ୍ମୀଭୂତ ହୋଇଯାଇଛି। ତୃଣଭୋଜି ପ୍ରାଣୀମାନେ ବିଶେଷ ପ୍ରଭାବିତ ହେବା ସହ ସେମାନଙ୍କ ଜୀବନ ସଙ୍କଟ ମଧ୍ୟକୁ ଠେଲି ହୋଇଯାଉଛି। ବିଭିନ୍ନ ଜୀବଜନ୍ତୁ ପ୍ରଭାବିତ ସହିତ କୁଲଡ଼ିହା ପାଦଦେଶର ଆଖପାଖ ପରିବେଶ ପ୍ରଦୂଷଣ ସହ ଅଞ୍ଚଳର ତାପମାତ୍ରା ବୃଦ୍ଧି ପାଇଛି।
ଅଭୟାରଣ୍ୟର ଜୋଡାଚୂଆ, କୁଲଡ଼ିହା, ଦେବଗିରି, ନଣ୍ଡାରୀ ପାହାଡ଼ ସହିତ ବାଲିଆନାଳ, ପଞ୍ଚଲିଙ୍ଗେଶ୍ୱର ଆଦି ବିଭିନ୍ନ ଅଞ୍ଚଳରେ ଥିବା ପାହାଡ଼ରେ ନିଆଁ ଲାଗିଥିଲା। ଗୋଟିଏ ପାହାଡ଼ର ଜଙ୍ଗଲରୁ ଆଉ ଗୋଟିଏ ପାହାଡ଼ ଜଙ୍ଗଲକୁ ବ୍ୟାପୁଛି ନିଆଁ। ଗୋଟିଏ ସ୍ଥାନରେ ନିଆଁ ଆୟତ୍ତ ହେବା ବେଳକୁ ଅନ୍ୟ ସ୍ଥାନରେ ଲାଗି ଯାଉଛି। ଗ୍ରୀଷ୍ମ ଋତୁ ଆରମ୍ଭ ନ ହେଉଣୁ ଅଭୟାରଣ୍ୟରେ ନିଆଁ ଲାଗିବା ଅଭୟାରଣ୍ୟରେ ଥିବା ଜୀବଜନ୍ତୁଙ୍କ ପ୍ରତି ବିପଦ ବଢ଼ାଇଛି। ପାହାଡ଼ର ଅଗ୍ରଭାଗରେ ନିଆଁ ଲାଗିଥିବାରୁ ଦମକଳ ବାହିନୀ ସେଠାରେ ପହଞ୍ଚତ୍ବା ଅସମ୍ଭବ ହୋଇପଡିଛି। ସରକାର ଜଙ୍ଗଲ ଜୀବଜନ୍ତୁଙ୍କ ଅଭିବୃଦ୍ଧି, ସୁରକ୍ଷା ଦିଗରେ ପ୍ରତିବର୍ଷ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ଜଙ୍ଗଲ ଜଗିବା, କାଠଚୋର, ଶିକାରୀ ଉପଦ୍ରବ ରୋକିବା ଓ ହାତୀ ଘଉଡ଼ାଇବା ଠାରୁ ଆରମ୍ଭ କରି ନିଆଁ ଲିଭାଇବା ପାଇଁ କର୍ମଚାରୀମାନଙ୍କୁ ନିଯୁକ୍ତ କରିଛନ୍ତି। ଏଥିସହିତ ଖୋଦ୍‌ ବାଲେଶ୍ୱର ଡିଏଫ୍‌ଓ ବିଶ୍ୱରାଜ ପଣ୍ଡା ଓ କୁଲଡ଼ିହା ରେଞ୍ଜର ବିଜୟ ମହାପାତ୍ର ନିଆଁଲିଭା କାର୍ଯ୍ୟରେ ସାମିଲ ହୋଇଛନ୍ତି। ମଙ୍ଗଳବାର ମଧ୍ୟ କୁଲଡ଼ିହା ଅଭୟାରଣ୍ୟରେ ନିଆଁ ବିଭିନ୍ନ ସ୍ଥାନରେ ବ୍ୟାପିଥିବା ଦେଖାଯାଇଛି। ଏ ସମ୍ପର୍କରେ ବାଲେଶ୍ୱର ଡିଏଫ୍‌ଓ ବିଶ୍ୱରାଜ ପଣ୍ଡା କହିଛନ୍ତି, ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଛୁ। ଜଙ୍ଗଲରେ ଲାଗିଥିବା ନିଆଁ ଲିଭାଇବାକୁ ଉଦ୍ୟମ ଜାରି ରହିଛି। ଏହି ବିଷୟକୁ ଗୁରୁତ୍ୱ ଦିଆଯିବା ସହ ଘଟଣାସ୍ଥଳରେ କୁଲଡ଼ିହା ରେଞ୍ଜର ବିଜୟ କୁମାର ମହାପାତ୍ରଙ୍କ ସମେତ ୩୦ଜଣ ଫାୟାର ସ୍କ୍ବାଡ୍‌ ଓ ଫାୟାର ଭେଇକେଲ୍‌ ୫୦ରୁ ଉର୍ଦ୍ଧ୍ୱ ବନ କର୍ମଚାରୀ ଅଭୟାରଣ୍ୟରେ ଡେରା ପକାଇଛନ୍ତି। କର୍ମଚାରୀଙ୍କୁ ବିଭିନ୍ନ ଅଞ୍ଚଳକୁ ପଠାଇ ତଦାରଖ କରିବା ସହ କିଛି ସୀମାନ୍ତ ଗାଁର ଲୋକଙ୍କୁ ନିଆଁ ଲିଭାଇବା କାର୍ଯ୍ୟରେ ସାମିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା...

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

ଦୁର୍ଘଟଣାରେ ଶ୍ୱଶୁର ମୃତ, ଜ୍ୱାଇଁ ଗୁରୁତର

ଭେଡ଼େନ,୨୮।୩ (ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ଭେଡ଼େନ-ରେମଣ୍ଡା ରାସ୍ତାର ଅପାମରା ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇାକ୍‌...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ସୁଧାଂଶୁଙ୍କୁ ଗୁରୁଦାୟିତ୍ୱ ଦେଲା କଂଗ୍ରେସ

ରୂପସା,୨୮।୩(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ଓ ମୁଖ୍ୟ ମୁଖପାତ୍ର ସୁଧାଂଶୁ ଶେଖର ଜେନାଙ୍କୁ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭଦ୍ରକ...

୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସିଟିଓ-ଜିଏସଟି ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର,୨୮।୩: ପୁରୀରେ ଲାଞ୍ଚ ନେଉଥିଲା ବେଳେ ବାଣିଜ୍ୟିକ ଟିକସ ଅଧିକାରୀ (ସିଟିଓ) ଏବଂ ଦ୍ରବ୍ୟ ଏବଂ ସେବା କର (ଜିଏସଟି) ଅଧିକାରୀଙ୍କୁ ଗିରଫ କରିଛି ଓଡ଼ିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri