ପର୍ଯ୍ୟଟକଙ୍କ ଅପେକ୍ଷାରେ କୁଲଡିହା

ନୀଳଗିରି, ୨୪ା୧୦(ସ୍ବ.ପ୍ର.): ନଭେମ୍ବର ୧ରୁ ଖୋଲିବ ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡର ସୌନ୍ଦର୍ଯ୍ୟମୟୀ କୁଲଡିହା ଅଭୟାରଣ୍ୟ। ପର୍ଯ୍ୟଟକଙ୍କୁ ଆକର୍ଷିତ କରିବା ଲାଗି ଏବେଠୁ ସଜେଇ ହେଲାଣି। କେସିପୁର ପଞ୍ଚାୟତ ବାଲିଆପାଳ ଫାଟକ ନିକଟରେ ବନ ବିଭାଗ ଅଧିକାରୀଙ୍କ ଦ୍ୱାରା ପର୍ଯ୍ୟଟକଙ୍କୁ ଗୋଲାପ ଫୁଲ ଦେଇ ସ୍ବାଗତ କରାଯିବା ଲାଗି ବ୍ୟବସ୍ଥା କରାଯାଇଛି। ଓଡ଼ିଶା ବାହାରୁ ଆସୁଥିବା ପର୍ଯ୍ୟଟକମାନେ ଏଠାରେ ରାତ୍ରିଯାପନ କରିବା ପରେ କିପରି ରୋମାଞ୍ଚକର ଅନୁଭୂତି ନେଇ ଫେରିବେ ସେନେଇ ବ୍ୟାପକ ପ୍ରସ୍ତୁତିରେ ଲାଗିପଡିଛି ବନବିଭାଗ।
ବାଲେଶ୍ୱର ସହରଠାରୁ ପ୍ରାୟ ୪୦ କି.ମି. ଦୂରରେ ରହିଛି ଏହି ଅଭୟାରଣ୍ୟ। ବର୍ଷାଋତୁ ପାଇଁ ଜୁନ୍‌ ୧୫ରୁ ଏହା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିବା ବେଳେ ଆସନ୍ତା ନଭେମ୍ବର ୧ରୁ ଜୁନ ୧୫ତାରିଖ ପର୍ଯ୍ୟନ୍ତ ଅଭୟାରଣ୍ୟ ଖୋଲାରହିବ। ବାଲେଶ୍ୱର ଡିଏଫ୍‌ଓଙ୍କ ତତ୍ତ୍ୱାବଧାନରେ କୁଲଡିହା ରେଞ୍ଜର ଅନନ୍ତ କୁମାର ଜେନା ବ୍ୟାପକ ପ୍ରସ୍ତୁତି ଚଳାଇଛନ୍ତି। ୨୭୨.୭୫ ବର୍ଗ କି.ମି. ପରିବ୍ୟାପ୍ତ ଏହି ଅଭୟାରଣ୍ୟରେ ହାତୀ, ବାଘ, ଭାଲୁ, ସମ୍ବର, ହରିଣ, ଠେକୁଆ, ନୀଳଗାଈ, ବଳିଆ କୁକୁର, ବଜ୍ରକାପ୍ତା, ମୟୂର ଆଦିି ବନ୍ୟପ୍ରାଣୀ ଓ ବିଭିନ୍ନ ପ୍ରଜାତିର ଦେଶୀ ଏବଂ ବିଦେଶୀ ପକ୍ଷୀ ଦେଖାଯାଆନ୍ତି। କୁଲଡିହାକୁ ଲାଗିରହିଥିବା ଡ୍ୟାମ୍‌ ସାତଘାଟି, ରିଷିଆ, ପୁରୁଣାପାଣି, ଜଡ଼ାଚୁଆ, ମୁଖଚତୁରି, କଇମଚତୁରୀ ଅଞ୍ଚଳରେ ୨୫୦ରୁ ଅଧିକ ସଂଖ୍ୟାରେ ଦେଶୀ, ବିଦେଶୀ ପକ୍ଷୀ ଦେଖିବାକୁ ମିଳେ। ଏଠାରେ ପର୍ଯ୍ୟଟନର ବିକାଶ ଲାଗି ଗୋହିରାଭୋଳଠାରେ ‘ରିଷିଆ ପ୍ରକୃତି ନିବାସ’ ଖୋଲାଯାଇଛି। ରାତ୍ରିରହଣି ନିମନ୍ତେ ୯ଟି ତମ୍ବୁଘର ନିର୍ମାଣ ହୋଇଛି। ଏହାସହ ନେଚର୍ସ କ୍ୟାମ୍ପ କରାଯାଇ ପିଇବା ପାଣି, ଶୌଚାଳୟ ସହ ଆଲୋକ ବ୍ୟବସ୍ଥା ଓ ରୁଚିକର ଖାଦ୍ୟ ଯୋଗାଇବା ଲାଗି ବ୍ୟବସ୍ଥା କରାଯାଇଛି। ସକାଳେ ଚା’, ଜଳଖିଆ, ଦ୍ୱିପ୍ରହରେ ଭାତ ଡାଲି, ପରିବା ତରକାରି, ମାଛ, ଅଣ୍ଡା ଏବଂ ରାତିରେ ରୁଟି, ଡାଲି, ଅଣ୍ଡା ଆଦି ଖାଦ୍ୟ ପରଷା ଯିବାର ବ୍ୟବସ୍ଥା ରହିଛି। ତେବେ ଏଠାରେ ମାଦକଦ୍ରବ୍ୟ, ମାଂସ ଉପରେ କଟକଣା ରହିଛି। ବନ୍ୟପ୍ରାଣୀ ପଶି ନ ଆସିବା ପାଇଁ ଏହା ଚାରିପାଖରେ ଟ୍ରେଞ୍ଚ ଖୋଳାଯାଇଛି। ନେଚର୍ସ କ୍ୟାମ୍ପ ପାଖରେ ପର୍ଯ୍ୟଟକଙ୍କ ଲାଗି ରିଷିଆ ଡ୍ୟାମରେ ବୋଟିଂ ବ୍ୟବସ୍ଥା ରହିଛି। ଏହି ନେଚର୍ସ କ୍ୟାମ୍ପରେ ରହି ରାତ୍ରିଯାପନ କରି ପର୍ଯ୍ୟଟକମାନେ ବୁଲିବା ସମୟରେ ୪ଟି କୃତ୍ରିମ ସଲ୍ଟପିଟ୍‌, ୫ଟି ୱାଚ୍‌ ଟାୱାର ଅତି ନିକଟରୁ କୁଲଡିହା ଅଭୟାରଣ୍ୟ ପଶୁପକ୍ଷୀଙ୍କୁ ଦେଖିବା ସୁବିଧା ରହିଛି। ପୂର୍ବାହ୍ନ ୯ଟା ୩୦ରୁ ଅପରାହ୍ନ ୧ଟା ପ୍ରବେଶ ସହ ୫ଟା ପର୍ଯ୍ୟନ୍ତ ପରିଭ୍ରମଣର ସୁବିଧା ଦିଆଯାଉଛି। ନେଚର୍ସ କ୍ୟାମ୍ପରେ ରହଣି ପାଇଁ ଅନ୍‌ଲାଇନରେ ବୁକିଂ କରିବା ସକାଶେ ୱେବ୍‌ସାଇଟ୍‌ ଖୋଲାଯାଇଛି। ବିଗତ ୨ବର୍ଷ କୋଭିଡ୍‌ କଟକଣା ପାଇଁ କମ୍‌ ପର୍ଯ୍ୟଟକ ଆସିଥିବା ବେଳେ ଚଳିତବର୍ଷ ସଂଖ୍ୟା ଅଧିକ ହେବ ବୋଲି ଟୁରିଷ୍ଟ ଗାଇଡ୍‌ ତଥା ପକ୍ଷୀ ବିଶେଷଜ୍ଞ ମନୋରଞ୍ଜନ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

Mahashivratri 2026: ଜାଗରରେ ମଙ୍ଗଳଙ୍କ ମହାପରିବର୍ତ୍ତନ, ଏହି ୩ରାଶିର ବାଜିବ ଲଟେରୀ!

ମହାଶିବରାତ୍ରି ପର୍ୱକୁ ଭଗବାନ ଶିବଙ୍କ ପୂଜା ଏବଂ ଭକ୍ତିର ସର୍ୱୋତ୍ତମ ଉତ୍ସବ ଭାବରେ ବିବେଚନା କରାଯାଏ। ଏହି ବର୍ଷ ମହାଶିବରାତ୍ରିକୁ ବହୁତ ସ୍ୱତନ୍ତ୍ର ଭାବରେ ବିବେଚନା କରାଯାଏ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri