୩ ସାଙ୍ଗଙ୍କୁ ଅଶ୍ରୁଳ ବିଦାୟ ଦେଲା କୁଲେଇ

ଛେଣ୍ଡିପଦା,୧୪ା୩(ସ୍ବ.ପ୍ର.): ଦୁର୍ଘଟଣାରେ ରବିବାର ୩ ସାଙ୍ଗଙ୍କ ମୃତ୍ୟୁ ଖବର ପହଞ୍ଚିବା ପରଠାରୁ ଶୋକରେ ଡୁବିଯାଇଥିଲା ଅନୁଗୋଳ ଜିଲା ଜରପଡ଼ା ଥାନା ତୁବେ ପଞ୍ଚାୟତର କୁଲେଇ ଗାଁ। କାନ୍ଦ ବୋବାଳିରେ ଫାଟି ପଡ଼ୁଥିଲା ପରିବେଶ। ସୋମବାର ବ୍ୟବଚ୍ଛେଦ ହୋଇ ୩ ମୃତଦେହ ଗାଁରେ ପହଞ୍ଚିବା ପରେ ସମଗ୍ର ଗାଁ ଯେପରି ସ୍ତବ୍ଧ ହୋଇଯାଇଥିଲା। ଅବାକ ହୋଇ ଚାହିଁ ରହିଥିଲେ ଗ୍ରାମବାସୀ। ସମସ୍ତଙ୍କ ଆଖିରୁ ଅନବରତ ଝରିଚାଲିଥିଲା ଅଶ୍ରୁ। ଶେଷରେ ୩ ସାଙ୍ଗଙ୍କ ମୃତଦେହ ଶୋଭାଯାତ୍ରାରେ ନିଆଯାଇ ଶ୍ମଶାନରେ ଅନ୍ତିମ ସଂସ୍କାର କରାଯାଇଥିଲା।
ସୂଚନାଯୋଗ୍ୟ, କଟକ-ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡ଼ା ଥାନା ସାନ୍ତରାପୁର ଛକ ନିକଟରେ ରବିବାର ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ବାଇକ୍‌ରେ ଯାଉଥିବା ଛେଣ୍ଡିପଦା ବ୍ଲକ ତୁବେ ପଞ୍ଚାୟତ କୁଲେଇ ଗ୍ରାମର ସୁନୀଲ ସାହୁ, ସିପୁ ପ୍ରଧାନ ଓ ମାନସ ବେହେରାଙ୍କ ମୃତ୍ୟୁ ହୋଇଥିଲା। ଏକ ବିବାହ କାର୍ଯ୍ୟରେ ଯୋଗ ଦେବାକୁ ସେମାନେ ଯାଉଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା। ଜରପଡା ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଦେଇଥିଲେ ହେଁ ରାତି ହୋଇଯାଇଥିବାରୁ ବ୍ୟବଚ୍ଛେଦ କାର୍ଯ୍ୟ ହୋଇପାରି ନ ଥିଲା। ସୋମବାର ବ୍ୟବଚ୍ଛେଦ କରାଯିବା ପରେ ମୃତଦେହ କୁଲେଇ ଗ୍ରାମକୁ ଅଣାଯାଇଥିଲା। ୩ ସାଙ୍ଗଙ୍କ ମୃତଦେହ ଗାଁ ଦାଣ୍ଡରେ ପହଞ୍ଚିବା ପରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ଦୁର୍ଘଟଣାରେ ପ୍ରାଣ ହରାଇଥିବା ମାନସ ବିବାହିତ ଓ ତାଙ୍କର ଦେଢ଼ବର୍ଷର ଏକ ସନ୍ତାନ ରହିଛି। ସୁନୀଲ ଓ ସୁମନ୍ତ ଅବିବାହିତ। ମାନସ ଓ ସୁନୀଲ ଏକ ଘରୋଇ କମ୍ପାନୀରେ ହାଇଡ୍ରା ଅପରେଟର ଭାବେ କାର୍ଯ୍ୟ କରୁଥିଲେ। ସୁମନ୍ତ ଚାଷ କାର୍ଯ୍ୟ ବୁଝୁଥିଲେ। ୩ ଜଣ ସାଙ୍ଗ ହୋଇ ବୁଲାବୁଲି କରିବା ସହ ରୋଜଗାର କରି ପରିବାର ଚଳାଉଥିଲେ। ହେଲେ ୩ ସାଙ୍ଗଙ୍କ ଏଭଳି ଅକାଳ ବିୟୋଗ ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଖବରପାଇ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ (ବସୁଧା)ର ଉପଦେଷ୍ଟା ତଥା ବିଜୁ ଯୁବ ଜନତା ଦଳର ଜିଲା ସଭାପତି ଦୀନେଶ ପ୍ରଧାନ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ଗ୍ରାମବାସୀ ଓ ପରିବାରବର୍ଗଙ୍କୁ ସମବେଦନା ଜଣାଇଥିଲେ। ସେହିପରି ଜିଲା ପରିଷଦ ସଦସ୍ୟ ଦିଲୀପ କୁମାର ପ୍ରଧାନ, ବ୍ଲକ ଉପାଧ୍ୟକ୍ଷା ବିନୀତା ସାହୁ, ସରପଞ୍ଚ ଅନୀଲ ପ୍ରଧାନଙ୍କ ସମେତ ଆଖପାଖ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ପହଞ୍ଚି ଶେଷ ଦର୍ଶନ କରିବା ସହ ଶୋକସନ୍ତପ୍ତ ପରିବାରଙ୍କୁ ସମବେଦନା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri