Posted inଜାତୀୟ

କୁଲଗାମ ଏନକାଉଣ୍ଟର: ୪ ଯବାନ ଆହତ

ଶ୍ରୀନଗର,୨୮।୯: ଜମ୍ମୁ-କଶ୍ମୀର କୁଲଗାମର ଆଡିଗାମ ଦେବସର ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଜାରି ରହିଛି। ଏହି ଏନକାଉଣ୍ଟରରେ ତିନି ସେନା ଯବାନ ଏବଂ ଜଣେ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୋସିଆଲ ମିଡିଆରେ ସୂଚନା ଦେଇ ଭାରତୀୟ ସେନା କହିଛି, ନିର୍ଦ୍ଦିଷ୍ଟ ଗୁପ୍ତଚର ଆଧାରରେ ଶନିବାର କୁଲଗାମର ଆରିଗାମରେ ଭାରତୀୟ ସେନା ଏବଂ ଜମ୍ମୁ କଶ୍ମୀର ପୋଲଇସ କର୍ମୀଙ୍କ ଦ୍ୱାରା ମିଳିତ ଅପରେସନ ଆରମ୍ଭ ହୋଇଥିଲା। ଏହି ସର୍ଚ୍ଚ ଅପରେଶନ ବେଳେ ଆତଙ୍କବାଦୀମାନେ ଆଖିବୁଜା ଗୁଳି ଚଳାଇବାରୁ ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ଆରମ୍ଭ ହୋଇଥିଲା। ଏବେବି ସେଠାରେ ସର୍ଚ୍ଚ ଅପରେସନ ଚାଲିଛି ବୋଲି ସେ କହିଛନ୍ତି।
ସୋସିଆଲ ମିଡିଆରେ ସୂଚନା ଦେଇ ଜମ୍ମୁ କଶ୍ମୀର ପୋଲିସ ଲେଖିଛି, କୁଲଗାମର ଆଡିଗାମ ଦେବସର ଅଞ୍ଚଳରେ ଏକ ଏନକାଉଣ୍ଟର ହେଉଛି। ପୋଲିସ ଏବଂ ସୁରକ୍ଷାକର୍ମୀ ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି। ଏହି ସମୟରେ ଆତଙ୍କବାଦୀମାନେ ଯେପରି ଖସି ନ ଯାଆନ୍ତି ସେଥିପାଇଁ ଅତିରିକ୍ତ ସୁରକ୍ଷା ବାହିନୀ ଡକାଯାଇଛି।
ଏହି ଅପରେସନରେ ସେନା, ଜମ୍ମୁ କଶ୍ମୀର ପୋଲିସ ଏବଂ ସୁରକ୍ଷା ଏଜେନ୍ସି ମଧ୍ୟ ଜଡିତ ଅଛନ୍ତି। ସମଗ୍ର ପରିସ୍ଥିତି ଉପରେ ପ୍ରଶାସନ ନଜର ରଖିଛି। ସୂଚନାଯୋଗ୍ୟ, ଆତଙ୍କବାଦୀମାନେ କ୍ରମାଗତ ଭାବରେ ଜମ୍ମୁ କଶ୍ମୀରରେ ଅଶାନ୍ତି ବିସ୍ତାର କରିବାକୁ ଚେଷ୍ଟା କରୁଛନ୍ତି। ଏହି କାରଣରୁ ଆତଙ୍କବାଦୀଙ୍କୁ ଦମନ କରିବା ପାଇଁ ଘାଟିରେ କ୍ରମାଗତ ସର୍ଚ୍ଚ ଅପରେସନ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

OJEE ପାଇଁ ଆରମ୍ଭ ହେଲା ଆବେଦନ: ମେ’ ୪ରୁ ପରୀକ୍ଷା, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୮ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)- ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହୋଇଛି। ମାର୍ଚ୍ଚ ୨୨ ଆବେଦନର ଶେଷ ତାରିଖ ରହିଛି। ଏପ୍ରିଲରେ…

ମୟୂରଭଞ୍ଜରେ ହେବ ପାଇଲଟ୍ ପ୍ରଶିକ୍ଷଣ, ବ୍ରହ୍ମପୁରରେ ଡ୍ରୋନ୍ ସେଣ୍ଟର

ଭୁବନେଶ୍ୱର,୨୮ା୧: ହାଇଦ୍ରାବାଦରେ ଚାଲିଥିବା ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ ପ୍ରଦର୍ଶନୀ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ ଅବସରରେ ଓଡ଼ିଶା ସରକାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର (MoU)…

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ବିଏମ୍‌ସିର ଚେତାବନୀ, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ…

ଭୁବନେଶ୍ୱର,୨୮ା୧: ଗୁଟ୍‌ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍‌ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍‌ । ଭେଣ୍ଡିଂ ଜୋନ୍, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ…

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା…

ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା…

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଅରିଜିତଙ୍କ ଅବସର ପରେ ଏମିତି କହିଲେ ଶ୍ରେୟା ଘୋଷାଲ, ସବୁଠି ଚର୍ଚ୍ଚା

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ଅରିଜିତ ସିଂହ ପ୍ଲେବ୍ୟାକ୍ ସିଙ୍ଗିଙ୍ଗରୁ ଅବସର ଘୋଷଣା କରିଛନ୍ତି। ଏହି ଶୁଣିବା ପରେ ତାଙ୍କ ପ୍ରଶଂସକ ଓ ସହକର୍ମୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri