Posted inଜାତୀୟ

କୁଲଗାମରେ ସୁରକ୍ଷାକର୍ମୀଙ୍କୁ ସଫଳତା, ପାକିସ୍ତାନ ଆତଙ୍କବାଦୀ ନିହତ, ଜଣେ ଯବାନ ସମେତ ୩ ଆହତ

ଜମ୍ମୁ,୨୭ ।୯: ଜମ୍ମୁ-କଶ୍ମୀର କୁଲଗାମର ବଟପୋରା ଅଞ୍ଚଳରେ ସୋମବାର ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି । ପାକିସ୍ତାନ ଆତଙ୍କବାଦୀ ସଙ୍ଗଠନ ଜୈଶ-ଇ-ମହମ୍ମଦର ଜଣେ ଆତଙ୍କବାଦୀ ସୁରକ୍ଷାକର୍ମୀଙ୍କ ଆକ୍ରମଣରେ ନିହତ ହୋଇଛନ୍ତି । ମୃତ ଆତଙ୍କବାଦୀଙ୍କ ପରିଚୟ ମିଳିଛି ସେ ହେଲେ ଅବୁ ହୁରାରା । ସେ ଏକ ବିଦେଶୀ ପାକିସ୍ତାନ ଆତଙ୍କବାଦୀ । କଶ୍ମୀର ପୋଲିସର ଏଡିଜିପି କହିଛନ୍ତି, ମୃତ ଆତଙ୍କବାଦୀଙ୍କର ସମ୍ପର୍କ ପ୍ରତିବନ୍ଧିତ ଆତଙ୍କବାଦୀ ସଙ୍ଗଠନ ଜୈଶ-ଇ-ମହମ୍ମଦ ସହ ଥିଲା ।

ପୋଲିସ ଅଧିକାରୀଙ୍କ ସୂଚନା ଅନୁଯାୟୀ, ମୃତ ଆତଙ୍କବାଦୀଙ୍କ ନିକଟରୁ ଗୋଟିଏ ଏକେ ରାଇଫଲ ସମେତ ଆପତ୍ତିଜନକ ସାମଗ୍ରୀ, ଅସ୍ତ୍ର ଓ ଗୋଳା ବାରୁଦ ଜବତ କରାଯାଇଛି । ସୁରକ୍ଷାକର୍ମୀ ଓ ପୋଲିସ ଟିମ ମୃତ ଆତଙ୍କବାଦୀଙ୍କ ସାଥିଙ୍କୁ ଖୋଜିବାକୁ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି ରଖିଛନ୍ତି । ସୋମବାର ଦ୍ୱିପ୍ରହରରେ ଖବର ମିଳିଥିଲା କି ବଟପୋରାର କିଛି ସ୍ଥାନରେ ଆତଙ୍କବାଦୀମାନେ ସକ୍ରିୟ ରହିଛନ୍ତି, ଏହାପରେ ଗାଁରେ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେସନ ଆରମ୍ଭ କରାଯାଇଥିଲା ।
ସର୍ଚ୍ଚ ଅପରେଶନ ଆରମ୍ଭ ହେବା ଜାଣିବା ପରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରୁକୁ ଆକ୍ରମଣ କରିଥିଲେ । ଆଉ ଏହାର କଡା ଯବା ଦେଇଥିଲେ ସୁରକ୍ଷାକର୍ମୀ । ଏହି ଆକ୍ରମଣରେ ୨ ସାଧାରଣ ନାଗରିକ ଓ ଜଣେ ଯବାନ ଆହତ ହୋଇଥିବା ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri