Posted inଜାତୀୟ

ଜମ୍ମୁ-କଶ୍ମୀରରେ ବ୍ୟାଙ୍କ୍‌ ମ୍ୟାନେଜରଙ୍କୁ ହତ୍ୟା ଘଟଣା: ନିଜକୁ ଦାୟୀ କଲା କେଏଫ୍‌ଏଫ୍‌

ଶ୍ରୀନଗର,୨।୫: ଜମ୍ମୁ-କଶ୍ମୀରର କୁଲଗାମରେ ଗୁରୁବାର ଜଣେ ବ୍ୟାଙ୍କ୍‌ କର୍ମଚାରୀଙ୍କୁ ହତ୍ୟା କରିଛନ୍ତି ଆତଙ୍କବାଦୀ। ଏହି ଘଟଣା ପାଇଁ ଆତଙ୍କବାଦୀ ସଂଗଠନ କଶ୍ମୀର ଫ୍ରିଡମ୍‌ ଫାଇଟର୍ସ(କେଏଫ୍‌ଏଫ୍‌) ନିଜକୁ ଦାୟୀ କରିଛି। କେବଳ ଏତିକି ନୁହେଁ, କେଏଫ୍‌ଏଫ୍‌ ଏକ ପତ୍ର ଜାରି କରି ଚେତାବନୀ ମଧ୍ୟ ଦେଇଛି। କେଏଫ୍‌ଏଫ୍‌ ପକ୍ଷରୁ କୁହାଯାଇଛି ଯେ, ଯେଉଁମାନେ କଶ୍ମୀରର ଡେଗୋଗ୍ରାଫିକ୍‌ ପରିବର୍ତ୍ତନରେ ସାମିଲ୍‌ ହେବେ ସେମାନଙ୍କର ଏପରି ଅବସ୍ଥା ହେବ। ଯେଉଁ ବାହାର ଲୋକ ଭାବୁଛନ୍ତି ମୋଦି ସରକାର ତାଙ୍କୁ ଏଠାରେ ସ୍ଥାୟୀ କରିଦେବେ, ସେମାନେ ଆଖି ଖୋଲନ୍ତୁ। ବାସ୍ତବତା କ’ଣ ସେମାନେ ବୁଝିଯିବା ଉଚିତ୍‌। ସେମାନଙ୍କୁ ନିଜ ଜୀବନ ହରାଇବାକୁ ପଡ଼ିବ,ଆଉ ବିଳମ୍ବ କରନ୍ତୁ ନାହିଁ।
ସୂଚନାଯୋଗ୍ୟ, ଗତ କିଛିଦିନ ହେବ କଶ୍ମୀରରେ ଟାର୍ଗେଟ୍‌ କିଲିଂ କରାଯାଉଛି। କିଛିଦିନ ପୂର୍ବରୁ ବଡ଼ଗାମରେ କଶ୍ମୀର ପଣ୍ଡିତ ରାହୁଲ ଭଟ୍ଟଙ୍କୁ ଆତଙ୍କବାଦୀମାନେ ହତ୍ୟା କରିଥିଲେ। ରାହୁଲ ଜଣେ ସରକାରୀ କର୍ମଚାରୀ ଥିତ୍ଲେ। ଏହାସହ ପୋଲିସକର୍ମୀ ରିୟାଜ୍‌ ଅହମ୍ମଦ ଠାକୋର ଏବଂ ଟିଭି ଅଭିନେତ୍ରୀ ଅମରିନ୍‌ ଭଟ୍ଟଙ୍କୁ ଗୁଳି ମାରି ହତ୍ୟା କରାଯାଇଥିଲା। ୨ ଦିନ ତଳେ ଜଣେ ହିନ୍ଦୁ ଶିକ୍ଷୟିତ୍ରୀଙ୍କୁ ହତ୍ୟା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଲ ଧନୁଯାତ୍ରାରେ ରଙ୍ଗସଭା: କମାଲ କଲେ ସତ୍ୟଜିତ

ମଥୁରା ନଗରୀ,୨୭।୧୨:ବରଗଡ଼ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଚାଲିଥିବା ବାଲ ଧନୁଯାତ୍ରାର ଦ୍ବିତୀୟ ଦିବସରେ ମହାରାଜ କଂସଙ୍କ ଦରବାରରେ ରଙ୍ଗସଭା ଅନୁଷ୍ଠିତ ହୋଇଥିଲା। ଏହି...

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା

ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri