Posted inଜାତୀୟ

ଜମ୍ମୁ-କଶ୍ମୀରରେ ବ୍ୟାଙ୍କ୍‌ ମ୍ୟାନେଜରଙ୍କୁ ହତ୍ୟା ଘଟଣା: ନିଜକୁ ଦାୟୀ କଲା କେଏଫ୍‌ଏଫ୍‌

ଶ୍ରୀନଗର,୨।୫: ଜମ୍ମୁ-କଶ୍ମୀରର କୁଲଗାମରେ ଗୁରୁବାର ଜଣେ ବ୍ୟାଙ୍କ୍‌ କର୍ମଚାରୀଙ୍କୁ ହତ୍ୟା କରିଛନ୍ତି ଆତଙ୍କବାଦୀ। ଏହି ଘଟଣା ପାଇଁ ଆତଙ୍କବାଦୀ ସଂଗଠନ କଶ୍ମୀର ଫ୍ରିଡମ୍‌ ଫାଇଟର୍ସ(କେଏଫ୍‌ଏଫ୍‌) ନିଜକୁ ଦାୟୀ କରିଛି। କେବଳ ଏତିକି ନୁହେଁ, କେଏଫ୍‌ଏଫ୍‌ ଏକ ପତ୍ର ଜାରି କରି ଚେତାବନୀ ମଧ୍ୟ ଦେଇଛି। କେଏଫ୍‌ଏଫ୍‌ ପକ୍ଷରୁ କୁହାଯାଇଛି ଯେ, ଯେଉଁମାନେ କଶ୍ମୀରର ଡେଗୋଗ୍ରାଫିକ୍‌ ପରିବର୍ତ୍ତନରେ ସାମିଲ୍‌ ହେବେ ସେମାନଙ୍କର ଏପରି ଅବସ୍ଥା ହେବ। ଯେଉଁ ବାହାର ଲୋକ ଭାବୁଛନ୍ତି ମୋଦି ସରକାର ତାଙ୍କୁ ଏଠାରେ ସ୍ଥାୟୀ କରିଦେବେ, ସେମାନେ ଆଖି ଖୋଲନ୍ତୁ। ବାସ୍ତବତା କ’ଣ ସେମାନେ ବୁଝିଯିବା ଉଚିତ୍‌। ସେମାନଙ୍କୁ ନିଜ ଜୀବନ ହରାଇବାକୁ ପଡ଼ିବ,ଆଉ ବିଳମ୍ବ କରନ୍ତୁ ନାହିଁ।
ସୂଚନାଯୋଗ୍ୟ, ଗତ କିଛିଦିନ ହେବ କଶ୍ମୀରରେ ଟାର୍ଗେଟ୍‌ କିଲିଂ କରାଯାଉଛି। କିଛିଦିନ ପୂର୍ବରୁ ବଡ଼ଗାମରେ କଶ୍ମୀର ପଣ୍ଡିତ ରାହୁଲ ଭଟ୍ଟଙ୍କୁ ଆତଙ୍କବାଦୀମାନେ ହତ୍ୟା କରିଥିଲେ। ରାହୁଲ ଜଣେ ସରକାରୀ କର୍ମଚାରୀ ଥିତ୍ଲେ। ଏହାସହ ପୋଲିସକର୍ମୀ ରିୟାଜ୍‌ ଅହମ୍ମଦ ଠାକୋର ଏବଂ ଟିଭି ଅଭିନେତ୍ରୀ ଅମରିନ୍‌ ଭଟ୍ଟଙ୍କୁ ଗୁଳି ମାରି ହତ୍ୟା କରାଯାଇଥିଲା। ୨ ଦିନ ତଳେ ଜଣେ ହିନ୍ଦୁ ଶିକ୍ଷୟିତ୍ରୀଙ୍କୁ ହତ୍ୟା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri