Posted inଜାତୀୟ

କୁଲଗାମ୍‌ ଏନ୍‌କାଉଣ୍ଟର, ପାକିସ୍ତାନୀ ଆତଙ୍କବାଦୀ ବାବର ନିହତ, ଜଣେ ସୁରକ୍ଷାକର୍ମୀ ଶହୀଦ୍‌ …

ଶ୍ରୀନଗର, ୧୩।୧ : ଜମ୍ମୁ-କଶ୍ମୀରର କୁଲଗାମ୍‌ରେ ବୁଧବାର-ଗୁରୁବାର ବିଳମ୍ବିତ ରାତିରେ ମିଳିତ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଜଣେ ପାକିସ୍ତାନୀ ଆତଙ୍କବାଦୀ ନିହତ ହୋଇଛନ୍ତି। ତାଙ୍କୁ ବାବର ଭାବେ ଚିହ୍ନଟ କରାଯାଇଛି। ସେ ୨୦୧୮ ଠାରୁ ଜମ୍ମୁ-କଶ୍ମୀରର ଶୋପିଆନ ଏବଂ କୁଲଗାମରେ ସକ୍ରିୟ ଥିଲେ। ତାଙ୍କ ପାଖରୁ ଗୋଟିଏ ରାଇଫଲ, ଗୋଟିଏ ପିସ୍ତଲ ଏବଂ ଦୁଇଟି ଗ୍ରେନେଡ ଜବତ କରାଯାଇଛି।

କଶ୍ମୀର ପୋଲିସ ଆଇଜି ବିଜୟ କୁମାର କହିଛନ୍ତି ଯେ ଏହି ଏନକାଉଣ୍ଟରରେ ପୋଲିସ ଯବାନ ରୋହିତ ଛିବ ଶହୀଦ୍‌ ହୋଇଛନ୍ତି। ଏହା ସହିତ ୩ ସେନା କର୍ମଚାରୀ ଆହତ ହୋଇଛନ୍ତି। ଦୁଇଜଣ ସାଧାରଣ ନାଗରିକ ମଧ୍ୟ ସାମାନ୍ୟ ଆହତ ହୋଇଥିବା ସେ ସୂଚନା ପ୍ରଦାନ କରିଛନ୍ତି।

ଜୈଶ-ଇ-ମହମ୍ମଦ ଆତଙ୍କବାଦୀ ବାବର ବହୁ ଆକ୍ରମଣ ଦହିତ ଜଡ଼ିତଥିଲେ। ଖବର ମିଳିବା ପରେ ପୋଲିସ ଏବଂ ସେନାର ଯବାନମାନେ ମିଳିତ ଭାବେ କୁଲଗାମର ପରିଓ୍ବାନ ଗ୍ରାମରେ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ ଆରମ୍ଭ କରିଥିଲେ। ଲୁଚିଥିବା ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଜାରି କରାଯାଇଥିଲା। ମାତ୍ର ଆତଙ୍କବାଦୀମାନେ ପ୍ରଥମେ ମିଳିତ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିଚାଳନା କରିଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଗୁଳିଚାଳନା କରାଯାଇଥିଲା।

ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ ଅଫିସିଆଲ ଟୁଇଟର ହ୍ୟାଣ୍ଡେଲରେ ନିହତ ଆତଙ୍କବାଦୀ ପାକିସ୍ତାନର ବାବର ଭାଇ ବୋଲି ସୂଚନା ପ୍ରଦାନ କରାଯାଇଛି।

୨୦୨୨ ବର୍ଷ ଆରମ୍ଭରୁ ଗତ ୧୩ ଦିନ ମଧ୍ୟରେ ଜମ୍ମୁ-କଶ୍ମୀରରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀ ଏପର୍ଯ୍ୟନ୍ତ ୯ ଥର ମୁହାଁମୁହିଁ ହୋଇଚନ୍ତି। ଏଥିରେ ଏନକାଉଣ୍ଟରରେ ୧୩ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ମୃତ ଆତଙ୍କବାଦୀଙ୍କ ମଧ୍ୟରୁ ୫ ଜଣ ପାକିସ୍ତାନରୁ ଅସିଥିବା ଜଣାପଡ଼ିଛି।

ଗତ ୨୦୨୧ ବର୍ଷରେ ଜମ୍ମୁ-କଶ୍ମୀରରେ ସୁରକ୍ଷା ବାହିନୀଙ୍କ ଏନକାଉଣ୍ଟରରେ ୧୭୧ ଆତଙ୍କବାଦୀ ନିହତ ହୋଇଥିଲେ। ଗତ ୧୩ ମାସ ମଧ୍ୟରେ, ସୁରକ୍ଷା ବାହିନୀଙ୍କ ଏନକାଉଣ୍ଟରରେ ୧୮୪ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri