Posted inଜାତୀୟ

କୁଲଗାମ୍‌ ଏନ୍‌କାଉଣ୍ଟର, ପାକିସ୍ତାନୀ ଆତଙ୍କବାଦୀ ନିହତ…

ଶ୍ରୀନଗର, ୮।୫ : ଜମ୍ମୁ-କଶ୍ମୀରର କୁଲଗାମ ଅଞ୍ଚଳରେ ଆତଙ୍କବାଦୀ ଏବଂ ମିଳିତ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ରବିବାର ସକାଳ ୮ଟା ୫୦ରେ ଏନ୍‌କାଉଣ୍ଟରରେ ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ପାକିସ୍ତାନୀ ଆତଙ୍କବାଦୀ ଅଛନ୍ତି। ତାଙ୍କୁ ହାଇଦର ଭାବେ ଚିହ୍ନଟ କରାଯାଇଛି। ସେହିପରି ଅନ୍ୟ ଜଣେ ଲଶ୍କର-ଇ-ତୋଏବା ଆତଙ୍କବାଦୀ ଥିବା ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଏହାପୂର୍ବରୁ ଶନିବାର ସକାଳେ ଆତଙ୍କବାଦୀମାନେ ଜଣେ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ କରି ହତ୍ୟା କରିଥିଲେ।

ଏହି ଆକ୍ରମଣରେ ଗୁରୁତର ଆହତ ହୋଇଥିବା ପୋଲିସ କର୍ମଚାରୀଙ୍କର ଚିକିତ୍ସା ସମୟରେ ବିଳମ୍ବିତ ରାତିରେ ଡାକ୍ତରଖାନାରେ ମୃତ୍ୟୁ ଘଟିଥିଲା। ସେ ପୋଲିସ କଣ୍ଟ୍ରୋଲ ରୁମ ହେଲ୍ପଲାଇନ ୧୧୨ ରେ ଡ୍ରାଇଭର ଭାବରେ କାର୍ଯ୍ୟ କରୁଥିଲେ। ଏହି ଘଟଣା ପରେ ଆଖପାଖ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଆରମ୍ଭ କରାଯାଇଥିଲା, କିନ୍ତୁ ଆତଙ୍କବାଦୀଙ୍କୁ ମିଳି ନଥିଲେ।

ସଫାକଦଲ ଅଞ୍ଚଳର ଆଇୱା ବ୍ରିଜ ନିକଟରେ ଆତଙ୍କବାଦୀମାନେ ବାଇକ୍‌ରେ ଯାଉଥିବା କନଷ୍ଟେବଳ ଗୁଲାମ ହାସନଙ୍କୁ ଗୁଳି କରି ଥିଲେ। ଗୁଳି ଚଳାଇବା ମାତ୍ରେ ସେ ବାଇକରୁ ଖସିପଡିଥିଲେ। ଏହା ପରେ ଆତଙ୍କବାଦୀମାନେ ଘଟଣାସ୍ଥଳରୁ ପଳାୟନ କରିଥିଲେ।

ତାଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଶେର-ଇ-କାଶ୍ମୀର ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସା ସମୟରେ ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହି ଘଟଣା ପରେ ବିଭିନ୍ନ ସୁରକ୍ଷା ବାହିନୀର ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ସୂଚନା ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri