ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ, ସପ୍ତାହ ମଧ୍ୟରେ ଜମି ଚିହ୍ନଟ କରିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ଓଡିଶା କୁଲତା ସମାଜର ଏକ ପ୍ରତିନିଧି ଦଳ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ଭେଟି ପ୍ରତିନିଧି ଦଳ ବିଭିନ୍ନ ଦାବି ସର୍ମ୍ପକରେ ଆଲୋଚନା କରିଥିଲେ।
ଆଲୋଚନା ସମୟରେ ସେମାନେ ପୁରୀରେ ଏକ ଧର୍ମଶାଳା ନିର୍ମାଣ ନିମନ୍ତେ ଜମି ଓ ଆର୍ଥିକ ଅନୁଦାନ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ। ଅନୁରୋଧକୁ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ଏକ ସପ୍ତାହ ମଧ୍ୟରେ ପୁରୀରେ ଜମି ଚିହ୍ନଟ କରିବାକୁ ପୁରୀ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ ସରକାରଙ୍କ ତରଫରୁ ଧର୍ମଶାଳା ନିର୍ମାଣ ନିମନ୍ତେ ଆର୍ଥିକ ସହାୟତା ଯୋଗାଇ ଦିଆଯିବା ସହ ଏକ ବର୍ଷ ମଧ୍ୟରେ ଏହି ଧର୍ମଶାଳା ଯେପରି ସମ୍ପୂର୍ଣ୍ଣ ହୋଇପାରିବ, ସେ ଦିଗରେ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ଜିଲା ପ୍ରଶାସନକୁ କହିଛନ୍ତି।

କୁଲତା ସମାଜ ବହୁଳ ଗ୍ରାମ ଗୁଡିକରେ ଜଗନ୍ନାଥ ମନ୍ଦିର ସ୍ଥାପନ, ପରିଚାଳନା, ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ଦିଗରେ ଏହି ସମାଜ ଅଗ୍ରଣୀ ଭୂମିକା ଗ୍ରହଣ କରିଆସୁଛି । ପୁରୀ ନିକଟସ୍ଥ ରାମଚଣ୍ଡୀ ମନ୍ଦିର ମଧ୍ୟ କୁଲତା ସମାଜର ଏକ ପ୍ରସିଦ୍ଧ ଧର୍ମପୀଠ । କୁଲତା ସମାଜର ଲକ୍ଷ ଲକ୍ଷ ଭକ୍ତ ପ୍ରତିବର୍ଷ ପୁରୀଧାମକୁ ଯାଇଥାନ୍ତି । ତେଣୁ ପୁରୀରେ କୁଲତା ସମାଜକୁ ଧର୍ମଶାଳା ନିମନ୍ତେ ଏକ ଏକର ଜମି ଓ ଆର୍ଥିକ ଅନୁଦାନ ଯୋଗାଇ ଦେବା ପାଇଁ ସେମାନେ ଅନୁରୋଧ କରିଥିଲେ । ଏହାଦ୍ବାରା କୁଲତା ସମାଜର ଭକ୍ତମାନେ ସୁବିଧାରେ ପୁରୀ ଧାମରେ ରହିବା ସହ ବିଭିନ୍ନ ଧାର୍ମିକ ଅନୁଷ୍ଠାନ ମଧ୍ୟ ସୁରୁଖୁରୁରେ ଆୟୋଜନ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...

ଜାଣନ୍ତି କି ସରକାରୀ ଅନୁମୋଦନ ପାଇଥିବା ୨ ବିମାନ କମ୍ପାନୀର ମାଲିକ କିଏ?

ନୂଆଦିଲ୍ଲୀ,୨୫ା୧୨: କେନ୍ଦ୍ର ସରକାର ଇଚ୍ଛା ପ୍ରକାଶ କରୁଥିବା ଏୟାରଲାଇନ୍ସ ସହିତ ଅନେକ ବୈଠକ କରିବା ପରେ ଭାରତରେ ନୂଆ ଏୟାରଲାଇନ୍ସକୁ କାର୍ଯ୍ୟ କରିବାକୁ ଅନୁମତି ଦେଇଛନ୍ତି।...

ସସପେନ୍ସ ଶେଷ! ୨୦୨୭ ବିଶ୍ୱକପ ଖେଳିବେ କି ବିରାଟ କୋହଲି, କୋଚ କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲି ବିଜୟ ହଜାରେ ଟ୍ରଫିରେ ଏକ ଚମିତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ ଆନ୍ଧ୍ର ବିପକ୍ଷରେ ୧୩୧ ରନର ଏକ...

ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଆଘାତ…ସମୁଦ୍ରରେ ଭାସି ଆସିଲା ମହାପ୍ରଭୁଙ୍କ ବିଗ୍ରହ, ଦୟନୀୟ ଅବସ୍ଥାରେ ଉଦ୍ଧାର

ପୁରୀ ୨୫/୧୨( ଅଜିତ୍ କୁମାର ସାହୁ): ପୁଣି ମହାପ୍ରଭୁଙ୍କୁ ଅପମାନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ସମୁଦ୍ରରେ ଭାସିଵାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ...

ଭାରତକୁ ନେଇ ଏମିତି କହିଦେଲା ଚାଇନା: ବିଶ୍ୱରେ ଖେଳିଗଲା ଚାଞ୍ଚଲ୍ୟ, ଆମେରିକା….

ନୂଆଦିଲ୍ଲୀ,୨୫।୧୨: ଭାରତ-ଚାଇନା ସମ୍ପର୍କକୁ ନେଇ ଆମେରିକାର ପ୍ରତିରକ୍ଷା ବିଭାଗ (ପେଣ୍ଟାଗନ)ର ଏକ ସାମ୍ପ୍ରତିକ ରିପୋର୍ଟକୁ ଦେଖି ଚାଇନା ରାଗିଯାଇଛି। ରିପୋର୍ଟରେ କୁହାଯାଇଛି, ଚାଇନା ଦ୍ୱିପାକ୍ଷିକ ସମ୍ପର୍କକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri