ପ୍ରଥମ ଲାଇଭ୍‌ ପରଫର୍ମ କରି ବାପାଙ୍କଠାରୁ ମାଡ଼ ଖାଇଥିଲେ କୁମାର ସାନୁ: ଜାଣନ୍ତୁ କାହିଁକି

୯୦ ଦଶକର ସବୁଠାରୁ ଲୋକପ୍ରିୟ ତଥା ସଫଳ ସଂଗୀତକାର ମଧ୍ୟରେ ଅନ୍ୟତମ ହେଉଛନ୍ତି କୁମାର ସାନୁ। ନିଜର ଗୀତ ମାଧ୍ୟମରେ ସେ ସମସ୍ତଙ୍କ ହୃଦୟ ଜିତିପାରିଛନ୍ତି। ସବୁ ଯୁବକଙ୍କ ମୁହଁରେ ସାନୁ ଗାଇଥିବା ଗୀତ ଶୁଣିବାକୁ ମିଳିଥାଏ। ୨୦ ଅକ୍ଟୋବର ୧୯୫୭ରେ ଜନ୍ମଗ୍ରହଣ କରିଥିବା ସାନୁଙ୍କର ଆଜି ହେଉଛି ଜନ୍ମଦିନ।
ନିଜର ଗୀତ ମାଧ୍ୟମରେ ଶ୍ରୋତାଙ୍କୁ ପାଗଳ କରିଥିବା ସାନୁଙ୍କ ପାଇଁ ସଂଗୀତକାର ହେବା ଏତେ ସହଜ ନ ଥିଲା। ସାନୁ ପ୍ରଥମ ଲାଇଭ୍‌ ପରଫର୍ମ ଏକ ରେଳ ଟ୍ରାକରେ ମାଫିଆ ଗ୍ୟାଙ୍ଗଙ୍କ ସାମ୍ନାରେ କରିଥିଲେ। ଏହା ଜାଣିବା ପରେ ବାପାଙ୍କଠାରୁ ତାଙ୍କୁ ମାଡ଼ ମଧ୍ୟ ଖାଇବାକୁ ପଡ଼ିଥିଲା। ଏ ବିଷୟରେ ନିଜେ ସାନୁ କପିଲ ଶର୍ମାଙ୍କ ଶୋ’ରେ କହିଥିଲେ। ମ୍ୟୁଜିକ୍‌ ସମ୍ପୋଜର ନାଦିମ-ଶ୍ରବଣଙ୍କ ସହ ମହେଶ ଭଟ୍ଟଙ୍କ ବ୍ଲକବାଷ୍ଟର ଫିଲ୍ମ ‘ଆଶିକି’ରେ ସେ ପ୍ରଥମେ ଏକ ଗୀତ ଗାଇବାର ସୁଯୋଗ ପାଇଥିଲେ। ଯାହାକି ସୁପରହିଟ୍‌ ହୋଇଥିଲା। ଏହା ପରେ ସେ ଆଉ ପଛକୁ ଫେରି ଚାହିଁ ନ ଥିଲେ। ଗୋଟିଏ ପରେ ଗୋଟିଏ ସୁପରହିଟ୍‌ ଗୀତ ସେ ଗାଇଚାଲିଲେ। ତାଙ୍କର ସୁପରହିଟ୍‌ ଗୀତ ମଧ୍ୟରେ ରହିଛି, ଏକ୍‌ ଲଡ୍‌କି କୋ ଦେଖା ତୋ…, ମେରି ମହବୁବା, ଦିଲ୍‌ ହୈ କି ମାନତା ନହିଁ, ତୁମ୍‌ହେ ଆପ୍‌ନା ବନାନେ କି କସମ, ୟେ କାଲି କାଲି ଆଖେଁ… ଆଦି। କ୍ରମାଗତ ଭାବେ ସାନୁ ୫ଥର ଶ୍ରେଷ୍ଠ ପ୍ଲେବ୍ୟାକ୍‌ ସିଙ୍ଗର ଭାବେ ଫିଲ୍ମ ଫେୟାର ପୁରସ୍କାର ପାଇଥିବା ବେଳେ ଭାରତ ସରକାରଙ୍କ ଦ୍ୱାରା ପଦ୍ମଶ୍ରୀ ସମ୍ମାନରେ ମଧ୍ୟ ସମ୍ମାନିତ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri