Posted inଜାତୀୟ

ଶାହାଙ୍କୁ ନାଜି ପ୍ରଚାରକଙ୍କ ସହ ତୁଳନା କଲେ କୁମାରସ୍ବାମୀ

ବେଙ୍ଗାଲୁରୁ,୨।୧: କର୍ନାଟକ ନିର୍ବାଚନ ପାଖେଇ ଆସୁଥିବା ବେଳେ ନେତାଙ୍କ ମଧ୍ୟରେ ବାକ୍‌ଯୁଦ୍ଧ ଆରମ୍ଭ ହୋଇଛି। ଜନତା ଦଳ (ଏସ) ନେତା ତଥା କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚଡି କୁମାରସ୍ବାମୀ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଟାର୍ଗେଟ କରିଛନ୍ତି। ସେ ଶାହାଙ୍କୁ ଜର୍ମାନୀର ନାଜିବାଦ ପ୍ରଚାରକ ଜୋସେଫ ଗୋଏବେଲ୍ସଙ୍କ ସହ ତୁଳନା କରିଛନ୍ତି। ଭାଜପା ଏମ୍‌ପି ମଧ୍ୟ ତେଜସ୍ବୀ ସୂର୍ଯ୍ୟା ମଧ୍ୟ କୁମାରସ୍ବାମୀଙ୍କୁ ଜବାବ ଦେଇଛନ୍ତି।
କୁମାରସ୍ବାମୀ ଅମିତ ଶାହାଙ୍କୁ ନାଜି ପ୍ରଚାରକ ଜୋସେଫ ଗୋଏବେଲ୍ସଙ୍କ ନୂତନ ଅବତାର ବୋଲି ବର୍ଣ୍ଣନା କରି କହିଛନ୍ତି, ଶାହା କେନ୍ଦ୍ରରେ ବର୍ତ୍ତମାନର ସରକାର ଗତ ଆଠ ବର୍ଷ ମଧ୍ୟରେ ଦେଶକୁ ବିନାଶର ପଥରେ ନେଇଛନ୍ତି। ଭାଜପା ଏକ ମିଥ୍ୟାବାଦୀ ଦଳ। ଶାହା ଜଣେ ବହୁରୁପୀ ଏଣ୍ଡୁଅ।
ଶାହା ଗତ ଦିନ ଦୁଇ ଦିନିଆ କର୍ନାଟକ ଗସ୍ତରେ ଥିଲେ। ଏହି ସମୟରେ ସେ ଜେଡିଏସ୍‌ ଉପରେ ବର୍ଷିଥିଲେ। ଏହାର ଜବାବରେ କୁମାରସ୍ବାମୀ ଏଭଳି ମନ୍ତବ୍ୟ ଦେଇଛନ୍ତି। ଚଳିତ ବର୍ଷ କର୍ନାଟକରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହାପୂର୍ବରୁ ଭାଜପା ଏବଂ ବିରୋଧୀ ଜେଡିଏସ ମଧ୍ୟରେ ରାଜନୈତିକ ବାକଯୁଦ୍ଧ ବୃଦ୍ଧି ପାଇଛି।
ଅନ୍ୟପକ୍ଷରେ କୁମାରସ୍ବାମୀଙ୍କ ମନ୍ତବ୍ୟକୁ ନେଇ ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟା କହିଛନ୍ତି, ସ୍ବରାଷ୍ଟ୍ରମନ୍ତ୍ରୀ ଶାହାଙ୍କ ପ୍ରତି ଅସାମ୍ବିଧାନିକ ଶବ୍ଦ ବ୍ୟବହାର କରି ସେ ରାଜନୈତିକ ହତାଶା ଭାବ ଦେଖାଇଛନ୍ତି। ଜେଡିଏସ ପାର୍ଟି ଏବେ ସଙ୍କଟରେ ଅଛି। ଆଗାମୀ ର୍ନିବାଚନ ପରେ ଏହା କର୍ନାଟକରୁ ଲୋପ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri