ଖଲ୍ଲିକୋଟ ବ୍ଲକ୍‌ ଅଧ୍ୟକ୍ଷା ହେଲେ କୁମାରୀ ଦାସ

ଖଲ୍ଲିକୋଟ,୨୨ା୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧ୍ୟକ୍ଷ ପାଇଁ ଗୁରୁବାର ଅନୁଷ୍ଠିତ ଉପନିର୍ବାଚନରେ ଚିକିଲି ପଞ୍ଚାୟତ ସମିତି ସଭ୍ୟା କୁମାରୀ ଦାସ ବିଜୟ ଲାଭ କରିଛନ୍ତି। ଖଲ୍ଲିକୋଟ ବ୍ଲକର ୨୮ଟି ପଞ୍ଚାୟତର ସମିତିସଭ୍ୟମାନେ ନିଜ ନିଜ ମତଦାନ କରିଥିଲେ। ପୂର୍ବରୁ ଏହି ପଦବୀଟି ବିଜେଡିର ଦୈତାରୀ ବେହେରା ହାତେଇଥିବା ବେଳେ ସାଧାରଣ ନିର୍ବାଚନ ପୂର୍ବରୁ ଏହି ପଦବୀରୁ ଇସ୍ତଫା ଦେଇଥିଲେ l ଆଜି ଏହି ପଦବୀ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହୋଇଥିବା ବେଳେ ବିଜେଡିର ଦୈତାରୀ ବେହେରା ପରାସ୍ତ ହୋଇଛନ୍ତି l ୨୮ ଜଣ ସମିତି ସଭ୍ୟ ମଧ୍ୟରୁ ଭାଜପାର ୨୫ ଜଣ ସମିତି ସଭ୍ୟ ହୋଇଥିବା ବେଳେ ୩ଜଣ ବିଜେଡିର ସମିତି ସଭ୍ୟ ଭୋଟ୍‌ ଦେଇଥିଲେ। ଶାନ୍ତିଶୃଙ୍ଖଳାର ସହ ଉପନିର୍ବାଚନ ଶେଷ କରିବାକୁ ଦୃଷ୍ଟିରେ ରଖି ୩ ପ୍ଲାଟୁନ ପୋଲିସ ମୁତୟନ କରାଯାଇଥିଲା। ଛତ୍ରପୁର ଏସ୍‌ଡିପିଓ ଗୌରହରି ସାହୁ, ଖଲ୍ଲିକୋଟ ଥାନାଧିକାରୀ ନରେଶ କୁମାର ସାହୁ, ରମ୍ଭା ଥାନାଧିକାରୀ ସତ୍ୟବ୍ରତ ଭୂତିଆ, ଗଞ୍ଜାମ ଥାନା ଅଧିକାରିଣୀ ସୁମିତ୍ରା ପାତ୍ର ପ୍ରମୁଖ ପହଞ୍ଚି ସୁରକ୍ଷା ବ୍ୟବସ୍ଥାର ତଦାରଖ କରୁଛନ୍ତି। ଗଞ୍ଜାମ ବିଡିଓ ବସନ୍ତ କୁମାର ମଲ୍ଲିକ ନିର୍ବାଚନ ଅଧିକାରୀ ଭାବେ ଦାୟିତ୍ୱ ତୁଲାଇଥିବା ବେଳେ କୋଦଳା ତହସିଲଦାର ସସ୍ମିତା ଶତପଥୀ ଉପନିର୍ବାଚନ ଅଧିକାରୀ ଭାବେ ଦାୟିତ୍ୱ ତୁଲାଇଥିଲେ। ଖଲ୍ଲିକୋଟ ତହସିଲଦାର ଆର୍ଯ୍ୟ କୁମାର ସର୍ବଦମନ ମାଜିଷ୍ଟ୍ରେଟ ଦାୟିତ୍ୱରେ ଥିଲେ। ଖଲ୍ଲିକୋଟ ବିଡିଓ ଦେବାଶିଷ ସାମଲ ଉପସ୍ଥିତ ଥିଲେ। ବିଜୟ ଲାଭ ପରେ ବ୍ଲକ୍‌ରୁ ଶୋଭାଯାତ୍ରାରେ ଯାଇ ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ଭେଟି ଆଶୀର୍ବାଦ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି।…

ଟି-୨୦ ବିଶ୍ୱକପ୍: ଆଇସିସି କ’ଣ ଭାରତକୁ ବାହାର କରିପାରିଥାନ୍ତା? ନାସର ହୁସେନ୍‌ଙ୍କ ମନ୍ତବ୍ୟକୁ ନେଇ ହଟଚମଟ

ନୂଆଦିଲ୍ଲୀ,୫।୨: ଥମିବାର ନା ନେଉନାହିଁ ଟି-୨୦ ବିଶ୍ୱକପ୍ ବିବାଦ। ଏହାରି ମଧ୍ୟରେ ଏହାକୁ ଆହୁରି ଜଟିଳ ଆତାକୁ ଟାଣି ନେଉଛି ବ୍ୟକ୍ତିବିଶେଷଙ୍କ ବୟାନ। ଏହାରି ମଧ୍ୟରେ ପୂର୍ବତନ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ଭକ୍ତ: କଂଗ୍ରେସରୁ ନିଳମ୍ବିତ ହେଲେ ୩ ସରପଞ୍ଚଙ୍କ ସହ…

ରାୟଗଡା,୫।୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରି ବ୍ଲକ ଅଧକ୍ଷାଙ୍କ ବିରୋଧରେ ଆଗତ ହୋଇଥିବା ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଭୋଟ ଦେଇ ଦଳ ବିରୋଧୀ କାର୍ଯ୍ୟ ଓ ବିଶୃଙ୍ଖଳା ଆଚରଣ…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ଶେଷ ଭିଡିଓ, ଜାଣନ୍ତୁ ବିମାନ ଦୁର୍ଘଟଣା ପୂର୍ବରୁ କ’ଣ କହିଥିଲେ? ଭାବବିହ୍ବଳ କରୁଛି…

ମୁମ୍ବାଇ,୫।୨: ମହାରାଷ୍ଟ୍ରର ଦିବଂଗତ ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ଏକ ଶେଷ ଭିଡିଓ ସାମ୍ନାକୁ ଆସିଛି, ଯାହା ରାଜ୍ୟ ରାଜନୈତିକ…

ଯୌତୁକ ପାଇଁ ସ୍ବାମୀ ସାଜିଲା ପିଶାଚ, ସ୍ତ୍ରୀଙ୍କୁ ପିଆଇଦେଲେ ବିଷ, ଫେରାର୍‌ ହୋଇଗଲେ…

ଦିଗପହଣ୍ଡି, ୫।୨(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଅଧିକା ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀ(୨୩)ଙ୍କୁ ବୁଧବାର ସ୍ବାମୀ ଓ…

ସ୍କାଉଟ୍‌ସ ଓ ଗାଇଡ୍‌ସ ଶିବିର ଉଦ୍‌ଘାଟିତ: ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ

ଦାରିଙ୍ଗବାଡି, ୫ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ୩ ଦିନିଆ ସ୍କାଉଟ୍‌ସ ଓ…

ପାଟଣାବାସୀଙ୍କ ଦୀର୍ଘଦିନର ଦାବି ହେଲା ପୂରଣ, ମୁଖ୍ୟମନ୍ତ୍ରୀ ଲୋକାର୍ପଣ କଲେ…

ପାଟଣା,୫।୨(ବୀର କିଶୋର ଦାଶ): ଓଡ଼ିଶାରେ ଗୁରୁବାର ୫୭ଟି ନୂତନ ସବ ରେଜିଷ୍ଟ୍ରର କାର୍ଯ୍ୟାଳୟ ଓ “ଆମ ସାଥୀ “ୟୁନିଫାଏଡ ହ୍ବାଟସ ଆପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri