Posted inଜାତୀୟ

‘ମହାକୁମ୍ଭ ବହୁତ ଫାଲ୍‌ତୁ, ଏହାର କୌଣସି ଅର୍ଥ ନାହିଁ’ 

ପାଟନା,୧୬।୨: ମହାକୁମ୍ଭକୁ ନେଇ ଆରଜେଡି ମୁଖ୍ୟ ତଥା ପୂର୍ବତନ ରେଳମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ ଏକ ବଡ଼ ବୟାନ ଦେଇଛନ୍ତି। କୁମ୍ଭ  ବହୁତ ଫାଲ୍‌ତୁ, ଏହାର କୌଣସି ଅର୍ଥ ନାହିଁ ବୋଲି ସେ କହିଛନ୍ତି। ଏଥିସହ ନୂଆଦିଲ୍ଲୀ ରେଳ ଷ୍ଟେଶନ ଦୁର୍ଘଟଣାକୁ ସେ ଏକ ଦୁଃଖଦ ଘଟଣା  କହିବା ସହ ମୃତକମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ରେଳବାଇର ଅବହେଳା ଯୋଗୁ ଏହି ଦୁର୍ଘଟଣା ଘଟିଛି। ଏହା ରେଳବାଇର ବିଫଳତା। ଏଣୁ ରେଳମନ୍ତ୍ରୀ ଦାୟିତ୍ୱ ନେବା ଉଚିତ ବୋଲି ସେ ମତ ରଖିଛନ୍ତି।

ନୂଆଦିଲ୍ଲୀ ରେଳ ଷ୍ଟେଶନରେ ଦଳାଚକଟା ଘଟି ୧୮ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଦିଲୀର ଲେଡି ହାର୍ଡିଞ୍ଜ ଏବଂ ଏଲ୍‌ଏନ୍‌ ଜେପି ହସ୍ପିଟାଲରେ ଚିକିତ୍ସା କରାଯାଉଛି। ଶନିବାର ରାତିରେ ୧୪ ଏବଂ ୧୬ ନମ୍ବର ପ୍ଲାଟଫର୍ମରେ ଏହି ଦୁର୍ଘଟଣା ଘଟିଥିଲା। ମୃତ୍ୟୁବରଣ କରିଥିବା ଲୋକଙ୍କ ମଧ୍ୟରେ ଅଧିକାଂଶ ମହିଳା ଏବଂ ପିଲା ଅଛନ୍ତି। ରେଳମନ୍ତ୍ରୀ ଦଳାଚକଟା ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।
ଦଳାଚକଟାରେ ମୃତ୍ୟୁବରଣ କରିଥିବା ଅଧିକାଂଶ ଲୋକ ବିହାର ଏବଂ ଦିଲ୍ଲୀର ବାସିନ୍ଦା। ବିହାରର ୯ ଜଣ, ଦିଲ୍ଲୀର ୮ ଜଣ ଏବଂ ହରିୟାଣାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ବର୍ତ୍ତମାନ ନୂଆଦିଲ୍ଲୀ ରେଳ ଷ୍ଟେଶନରେ ପରିସ୍ଥିତି ନିୟନ୍ତ୍ରଣରେ ଅଛି। ଦୁର୍ଘଟଣାର କାରଣ ନେଇ ତଦନ୍ତ କରାଯାଉଛି।
ଏହି ଦଳାଚକଟା ସମ୍ପର୍କରେ ରେଳବାଇର ପ୍ରଥମ ସରକାରୀ ବିବୃତ୍ତି ପ୍ରକାଶ ପାଇଛି। ଉତ୍ତର ରେଳବାଇର ସିପିଆର୍‌ଓ ହିମାଂଶୁ ଶେଖର ଉପାଧ୍ୟାୟ କହିଛନ୍ତି ଯେ ଗତକାଲି ଯେତେବେଳେ ଏହି ଦୁଃଖଦ ଘଟଣା ଘଟିଥିଲା, ସେତେବେଳେ ପାଟନା ଅଭିମୁଖେ ଯାଉଥିବା ମଗଧ ଏକ୍ସପ୍ରେସ ନୂଆଦିଲ୍ଲୀ ରେଳ ଷ୍ଟେସନର ପ୍ଲାଟଫର୍ମ ନମ୍ବର ୧୪ ରେ ଏବଂ ଜମ୍ମୁ ଅଭିମୁଖେ ଯାଉଥିବା ଉତ୍ତର ସମ୍ପର୍କ କ୍ରାନ୍ତି ପ୍ଲାଟଫର୍ମ ନମ୍ବର ୧୫ ରେ ଠିଆ ହୋଇଥିଲା।
ଏହି ସମୟରେ, ଜଣେ ଯାତ୍ରୀ ଫୁଟ ଓଭର ବ୍ରିଜ ରୁ ପ୍ଲାଟଫର୍ମ ନମ୍ବର ୧୪-୧୫ କୁ ଯାଉଥିବା ସିଡ଼ିରେ ଖସିପଡ଼ିଲେ ଏବଂ ତାଙ୍କ ପଛରେ ଠିଆ ହୋଇଥିବା ଅନେକ ଯାତ୍ରୀ ଏଥିରେ ଧକ୍କା ଖାଇଲେ । ଏହିଭଳି ଭାବେ ଏହି ଦୁଃଖଦ ଘଟଣା ଘଟିଗଲା। ଏକ ଉଚ୍ଚସ୍ତରୀୟ କମିଟି ଏହାର ତଦନ୍ତ କରୁଛି। ଅଘଟଣ ସତ୍ତ୍ୱେ କୌଣସି ଟ୍ରେନ ବାତିଲ ହୋଇନାହିଁ କିମ୍ବା କୌଣସି ଟ୍ରେନ୍‌ ପ୍ଲାଟଫର୍ମ ପରିବର୍ତ୍ତନ ହୋଇନାହିଁ। ଏବେ ପ୍ଲାଟଫର୍ମରେ ପରିସ୍ଥିତି ସ୍ବାଭାବିକ ଅଛି। ସମସ୍ତ ଟ୍ରେନ ସେମାନଙ୍କର ସାଧାରଣ ସମୟରେ ଚାଲୁଛି।.

Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?