ଅବସର ନେଲେ ରାଜେନ୍ଦ୍ର କୁମାର, କେଏସୟୁବିର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ କୁମୁନ୍ଦ ମହାପାତ୍ର

ଭଞ୍ଜନଗର,୩୧।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ଅଧ୍ୟକ୍ଷ ପଦବୀରୁ ଶନିବାର ଅବସର ନେଇଛନ୍ତି। ଏନେଇ ସନ୍ଧ୍ୟାରେ କଲେଜରେ ଆୟୋଜିତ ବିଦାୟ ସମ୍ବର୍ଦ୍ଧନା ସଭାରେ ଅଧ୍ୟକ୍ଷଙ୍କ କର୍ମମୟ ଜୀବନ ସମୟରେ ଏହି ମହାବିଦ୍ୟାଳୟ ବହୁ ଆଗକୁ ଯାଇଛି ବୋଲି ବକ୍ତାମାନେ କହିଥିଲେ। ଅଧ୍ୟକ୍ଷ ଦାସ ମଧ୍ୟ ଏହି ମହାବିଦ୍ୟାଳୟରେ ନିଜର ୩୪ ବର୍ଷରୁ ଊଦ୍ଧର୍‌ବ ଦିନ ଅଧ୍ୟାପକ ଜୀବନରେ ଯୋଗାଇ ଆସିଥିବା ସେବା ବିଷୟରେ କହିଥିଲେ। ସଭାକୁ ପ୍ରାଧ୍ୟାପକ ବିଭାସ ଦାସ ସଂଯୋଜନା କରିଥିଲେ।

ପଢ଼ନ୍ତୁ…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଏହି ଅବସରରେ ପ୍ରାଧ୍ୟାପକ କୁମୁନ୍ଦ ଚନ୍ଦ୍ର ମହାପାତ୍ର, ହର ପ୍ରସାଦ ଶତପଥି, ପ୍ରଶାନ୍ତ କୁମାର ରଥ, ଡ ରବିନ୍ଦ୍ର ମିଶ୍ର ପ୍ରମୁଖ ଅତିଥି ଭାବେ ଉପସ୍ଥିତ ଥିଲେ। ଆଲୋଚନାରେ ଅଧ୍ୟାପିକା ତୃପ୍ତିମୟୀ ଦାସ, ରାଜଲକ୍ଷ୍ମୀ ରଥ, ସୁନିତା ରାଣୀ ଖଣ୍ଡୁଆଳ, ସ୍ମରଣିକା ପାଢ଼ୀ, ସସ୍ମିତା କୁମାରୀ ଦାସ, ଶେଫାଳୀ ପଟ୍ଟନାୟକ, ଅନିତା ମହାପାତ୍ର, ରୋଜାଲିନ ମହାରଣା, ଜ୍ୟୋତ୍ସ୍ନା ଦାସ, ଅଧ୍ୟାପକ ବୁଧିନାଥ ବେହେରା,ସନାତନ ବେହେରା,ରଜତ ମିଶ୍ର, ସୁନାମ ପାତ୍ର, ଦୁର୍ଗା ପ୍ରାସାଦ ସାହୁ, ବିଦେଶୀ ରାଉତ, ଦିଗନ୍ତ ଜେନା, ବିଭୂତି ଗୌଡ଼, ପ୍ରତ୍ୟୁଷ କାର୍ଜି, ଡ ଦେବାଶିଷ ସ୍ବାଇଁ, ରମାକାନ୍ତ ସାହୁ,ଫିଲିପ ମଲ୍ଲିକ, ମୁଖ୍ୟ କିରାଣୀ ଦାମୋଦର ରଥ, ବରିଷ୍ଠ କିରାଣି ଲଳିତା ପ୍ରଧାନ, ଡିଇଓ ଅଜିତ ସାହୁ, କନିଷ୍ଠ କିରାଣି ତପନ ବେହେରା,ଦୀପକ ମହାନ୍ତି, ସୁଧିର ବିଷୋୟୀ ଏଠାରୁ ବଦଳି ହୋଇ ଯାଇଥିବା ଏବଂ ଅବସର ନେଇଥିବା ଅନେକ ଅଧ୍ୟାପିକା ଅଧ୍ୟାପକ ଦାସଙ୍କ ପ୍ରଭାବରେ ଅନୁପ୍ରାଣିତ ହୋଇ ଆଜି ବିଦାୟ ସମ୍ବର୍ଦ୍ଧନା ସଭାରେ ଯୋଗ ଦେଇ ନିଜର ଅନୁଭୂତି ସମ୍ପର୍କରେ କହିଥିଲେ। ଡ ରବିନ୍ଦ୍ର ମିଶ୍ର ଧନ୍ୟବାଦ ପ୍ରଦାନ କରିଥିଲେ। ଏହାପରେ ନୂତନ ଭାରପ୍ରାପ୍ତ ଅଧ୍ୟକ୍ଷ ଭାବେ କୁମୁନ୍ଦ ଚନ୍ଦ୍ର ମହାପାତ୍ର ଦାସଙ୍କ ଠାରୁ ଦାୟିତ୍ୱ ନେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକକୁ ପଛରୁ ପିଟିଲା DJ ଗାଡ଼ି

ଜମନକିରା,୨୨।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ୫୩ ନମ୍ବର ଜାତୀୟ ରାଜପଥ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ରାସ୍ତା କଡ଼ରେ ଠିଆ ହୋଇଥିବା…

୨୪ ଯାଏ ଏହି ଜିଲାରେ ସ୍କୁଲ୍‌ ଛୁଟି ଘୋଷଣା, ବନ୍ଦ ରହିବ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର,୨୨।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆଜି ଠାରୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ବନ୍ଦ…

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?