କୁମ୍ଭାରିଆ, ବାଉରି ସେତୁ ଉଦ୍‌ଘାଟିତ

ଛେଣ୍ଡିପଦା,୨୭।୪(ସ୍ବ.ପ୍ର.) – ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କମ୍ପସଲା ଓ ଜେରେଙ୍ଗ ଦେହୁରୀସାହିଠାରେ ମଙ୍ଗଳବାର ଦୁଇଟି ସେତୁ ଉଦ୍‌ଘାଟିତ ହୋଇଛି। ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା ଓ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଯୋଗଦେଇ ଏହି ୨ ସେତୁର ଲୋକାର୍ପଣ କରିଥିଲେ। ଛେଣ୍ଡିପଦା ବ୍ଲକର କମ୍ପସଲା-କେନ୍ଦୁପଶି କୁମ୍ଭାରିଆ ନାଳ ଉପରେ ୩କୋଟି ୬୧ଲକ୍ଷ ୧୧ ହଜାର ୪୭୭ ଟଙ୍କା ବ୍ୟୟରେ କୁମ୍ଭାରିଆ ସେତୁ ନିର୍ମାଣ ହୋଇଛି। ପୂର୍ବରୁ ଏହି ନାଳ ଉପରେ ହୋମ୍‌ପାଇପ ପକାଯାଇ ଯାତାୟାତ କରାଯାଉଥିଲା। ହେଲେ ବର୍ଷାଦିନେ ପାଇପ୍‌ ଭାଙ୍ଗିବା ଏବଂ ପୋଲ ଦବି ଯାଉଥିବାରୁ ଜନସାଧାରଣ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଏହାକୁ ଦୃଷ୍ଟିରେ ରଖି ଜିଲା ଖଣିଜ ପାଣ୍ଠିରୁ ଏହି ସେତୁକୁ ଖୁବଶୀଘ୍ର ନିର୍ମାଣ କରାଯାଇଥିଲା। ସେହିପରି ଜେରେଙ୍ଗଦେହୁରୀସାହି ଠାରୁ ଯାଇଥିବା ସଉରିଆ ରାସ୍ତାର ବାଉରୀ ନାଳ ଉପରେ ହାଇଲେବୁଲ ଲୁହା ପୋଲ ନିର୍ମାଣ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲା ଉନ୍ନୟନ ପ୍ରକଳ୍ପ ଅଧିକାରୀ ଦିଲୀପ କୁମାର ସାହୁ, ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁମିତ୍ରା ସାହୁ, ଜିଲାପରିଷଦ ସଦସ୍ୟ ପ୍ରଦୀପ କୁମାର ସାହୁ, ଭାନୁପ୍ରିୟା ପ୍ରଧାନ, ଯଶୋବନ୍ତ ପ୍ରଶାଦ ବେହେରା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ସଞ୍ଜୟ କୁମାର ଆଚାର୍ଯ୍ୟ, କମ୍ପସଲା ସରପଞ୍ଚ ବାବୁଲା ପ୍ରଧାନ ଓ ଜେରେଙ୍ଗଦେହୁରୀସାହିର ପୂର୍ବତନ ସରପଞ୍ଚ ବିଭୂତି ଭୂଷଣ ସାହୁ, ବାଲିପଟାର ପୂର୍ବତନ ସରପଞ୍ଚ ରାକେଶ ପ୍ରଧାନଙ୍କ ସମେତ ଆଖପାଖ ଅଞ୍ଚଳର ବହୁ ପଞ୍ଚାୟତପ୍ରତିନିଧି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ବ୍ଲକ୍‌ରେ ଘରେ ଘରେ ତ୍ରିରଙ୍ଗା ପଦଯାତ୍ରା; ୧୦୦ ଫୁଟ୍‌ର ତ୍ରିରଙ୍ଗା ପାଲଟିଲା ମୁଖ୍ୟ ଆକର୍ଷଣ

ଥୁଆମୂଳ ରାମପୁର,୧୩।୮(ଦୁର୍ଗା କୀର୍ତ୍ତି): ୮୦ ତମ ସ୍ୱାଧୀନତା ଦିବସ ପାଳନ ଅବସରରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ପକ୍ଷରୁ ଗୁରୁବାର ‘ଘରେ ଘରେ ତ୍ରିରଙ୍ଗା’…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

କୋଇଡାରେ ଭୟଙ୍କର ଜଳପ୍ରଳୟ: କେର୍କେଟା ସାହିରେ ୫୦ରୁ ଉର୍ଦ୍ଧ୍ୱ ପରିବାର ଜଳବନ୍ଦୀ

ଟେନସା,୧୩ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ଓ୍ବାର୍ନିଂ (Red Warning) ଜାରି କରିଛି ପାଣିପାଗ ବିଭାଗ । ତେବେ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

ଚିଲିକା ହତ୍ୟା ମାମଲାର ପର୍ଦ୍ଦାଫାଶ କଲା ପୋଲିସ, ଜାଣନ୍ତୁ ହତ୍ୟା ପଛର ବଡ଼ ରହସ୍ୟ…

କୃଷ୍ଣପ୍ରସାଦ,୧୩।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁମାରପୁର ଚିଲିକା ହ୍ରଦରେ ଗତ ୧୧ ତାରିଖରେ ଘଟିଥିବା ନାବାଳକ ହତ୍ୟା ଘଟଣାରେ ପୁରୀ ପୋଲିକୁ ଏକ…

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରୁ…

କର୍ଲାମୁଣ୍ଡାରେ ହର୍‌ ଘର୍‌ ତ୍ରିରଙ୍ଗା ଶୋଭାଯାତ୍ରା, ଭାଜପା….

କର୍ଲାମୁଣ୍ଡା,୧୩ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ମଣ୍ଡଳ ଭାଜପା ପକ୍ଷରୁ ମଣ୍ଡଳ ସଭାପତି ଡୋଳା ମଣୀ ଭୋଇଙ୍କ ନେତୃତ୍ୱରେ ହର୍‌ ଘର୍‌ ତ୍ରିରଙ୍ଗା ଶୋଭାଯାତ୍ରା ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri