କୁନ ବେହେରାଙ୍କ ୨ଟି ଯାକ କିଡ୍‌ନୀ ଖରାପ: ଚିକିତ୍ସାରେ ଅର୍ଥ ସାଜିଛି ବାଧକ

ଜେନାପୁର,୨୫ା୮(ଡି.ଏନ.ଏ.): ଧର୍ମଶାଳା ବ୍ଲକ ଅନ୍ତର୍ଗତ ଜେନାପୁର ପଞ୍ଚାୟତ ଉତ୍ତର ଆରିମୂଳ ଗଁାର କୁନ ଚନ୍ଦ୍ର ବେହେରା(୫୯) କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କର ୨ଟି ଯାକ କିଡ୍‌ନୀ ଖରାପ ହୋଇଯାଇଛି। ମାତ୍ର ତାଙ୍କ ଚିକିତ୍ସା ପାଇଁ ଅର୍ଥ ବାଧକ ସାଜିଛି। ସେ ଜଣେ ଦିନ ମଜୁରିଆ ହୋଇଥିବାରୁ ପାଖରେ ଚିକିତ୍ସା ପାଇଁ ଟଙ୍କା ନାହିଁ। ଫଳରେ ସେ ଘରେ ରହି ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି। ଦିନ ମଜୁରିଆ ଭାବେ କାମ କରି କୁନ ଯାହା ରୋଜଗାର କରନ୍ତି ସେଥିରେ ସ୍ତ୍ରୀ, ୬ ଝିଅ, ଗୋଟିଏ ପୁଅଙ୍କୁ ଚଳାଇ ନେଉଥିଲେ। ଝିଅମାନଙ୍କୁ ଧାର ଉଦ୍ଧାର କରି ବିବାହ କରାଇ ଦେଇଛନ୍ତି। କିଛିଦିନ ପରେ ତାଙ୍କ ଦେହ ଅସୁସ୍ଥ ହେବାରୁ ଯାଜପୁର ଟାଉନ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ୨ଟି ଯାକ କିଡ୍‌ନୀ ଖରାପ ହୋଇଯାଇଛି ବୋଲି ଡାକ୍ତର ପରିବାର ଲୋକଙ୍କୁ କହିଥିଲେ। ତାଙ୍କୁ ଅଧିକ ଚିକିତ୍ସା ପାଇଁ କଟକ ବଡ଼ ମେଡିକାଲକୁ ନେବାକୁ ଡାକ୍ତର ପରାମର୍ଶ ଦେଇଥିଲେ। ଚିକିତ୍ସା ପାଇଁ ତାଙ୍କ ପାଖରେ ଅଧିକ ଅର୍ଥ ନ ଥିବାରୁ କିପରି ଚିକିତ୍ସିତ ହେବେ ବୋଲି ସେହି ଚିନ୍ତାରେ କୁନ ଦିନ କାଟୁଛନ୍ତି। ଯଦି ସରକାରୀ ସହାୟତା ମିଳନ୍ତା ତେବେ ସ୍ବାମୀଙ୍କ ଚିକିତ୍ସା କରାଯାଇ ପାରନ୍ତା ବୋଲି ସ୍ତ୍ରୀ ପ୍ରମୋଦିନୀ କହିଛନ୍ତି। ଏହି ପରିପ୍ରେକ୍ଷୀରେ ଜିଲା ପ୍ରଶାସନ, ବଦାନ୍ୟ ବ୍ୟକ୍ତି ବା ଅନୁଷ୍ଠାନ ପକ୍ଷରୁ ତାଙ୍କ ଫୋନ ନଂ. ୭୮୭୩୦୧୩୬୫୬ରେ ଯୋଗାଯୋଗ କରି ସହଯୋଗ କରିବାକୁ ପ୍ରମୋଦିନୀ ଆକୁଳ ନିବେଦନ କରିଛନ୍ତି। ଖବରଦାତା ଅଭିମନ୍ୟୁ ଧଳ, ସାମାଜିକ କର୍ମୀ ରଞ୍ଜିତ କୁମାର ଦୋରା, ସୁଧାଂଶୁ ମହାନ୍ତି, ଅଶୋକ କୁମାର ଦାସ କୁନଙ୍କ ଆସୁ ଆରୋଗ୍ୟ କାମନା କରିଛନ୍ତି। ଏଥିସହ ସହୃଦୟ ବ୍ୟକ୍ତି ସହାୟତା କରିବାକୁ ସେମାନେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri