ଏପିସୋଡ ପିଛା ୬୦ ହଜାର ନିଅନ୍ତି ଏହି ସୁନ୍ଦରୀ ଅଭିନେତ୍ରୀ; ମୋଟ ସମ୍ପତ୍ତି ଜାଣିଲେ…

ବମ୍ବେ: ଟେଲି ଧାରାବାହିକ ‘କୁଣ୍ଡଲୀ ଭାଗ୍ୟ’ରେ ନଜର ଆସୁଛନ୍ତି ଅଭିନେତ୍ରୀ ଶ୍ରଦ୍ଧା ଆର଼୍ୟା। ପ୍ରୀତା ଭୂମିକାରେ ତାଙ୍କ ଅଭିନୟ ଦର୍ଶକଙ୍କ ମନ କିଣି ଆସୁଛି। ଏଥିଯୋଗୁ ତାଙ୍କର ପ୍ରଶଂସକ କାହିଁରେ କେତେ। ଏକତାଙ୍କ ଏହି ଧାରାବାହିକ ସହ ଜଡ଼ିତ ହେବା ପୂର୍ବରୁ ଶ୍ରଦ୍ଧା ଅନେକ ସିରିଏଲ୍‌ ଏବଂ ଫିଲ୍ମରେ କାମ କରିଛନ୍ତି। ସେଥିରେ ରହିଛି ବଲିଉଡ୍‌ ସହ ଅନ୍ୟାନ୍ୟ ଭାଷାଭାଷୀ ଫିଲ୍ମ।

ବ୍ୟକ୍ତିଗତ ଜୀବନ ବିଷୟରେ କଥା ହେଲେ ଶ୍ରଦ୍ଧା ୨୦୧୯ରେ ରିଆଲିଟି ଶୋ’ ‘ନଚ ବଲିୟେ’ରେ ନଜର ଆସିଥିଲେ। ସେଥିରେ ସେ ଜଳନ୍ଧରର ବ୍ୟବସାୟୀ ଆଲମ ମକ୍କରଙ୍କୁ ଡେଟ୍‌ କରୁଥିବା କହିଥିଲେ। ଏପରିକି ଉଭୟ ନିର୍ବନ୍ଧ କରିନେଇଥିବା ଶୁଣିବାକୁ ମିଳିଥିଲା। ମାତ୍ର ପରେ କେବଳ ଶୋ’ ପାଇଁ ମିଛ ସମ୍ପର୍କ ରଚିଥିବା ନେଇ ଜଣାପଡ଼ିଥିଲା। ଶୋ’ ଶେଷ ହେବାର ଦୁଇ ମାସ ପରେ ଶ୍ରଦ୍ଧା -ଆଲମ ଅଲଗା ହୋଇଯାଇଥିଲେ।

ଏହାପୂର୍ବରୁ ୨୦୧୫ରେ ଶ୍ରଦ୍ଧା ଜୟନ୍ତ ନାମକ ଜଣେ ଏନ୍‌ଆର୍‌ଆଇଙ୍କ ସହ ନିର୍ବନ୍ଧ କରିନେଇଥିଲେ। ପରେ ଉଭୟ ସମ୍ପର୍କ ଛିନ୍ନ କରିବା ସହ ନିର୍ବନ୍ଧ ଭାଙ୍ଗିଦେଇଥିଲେ। ଏହା ପଛରେ କାରଣ ଥିଲା ଜୟନ୍ତଙ୍କ ଇଚ୍ଛା। ଶ୍ରଦ୍ଧା ଅଭିନୟ ଛାଡ଼ି ଦିଅନ୍ତୁ ବୋଲି ସେ ଚାହୁଁଥିଲେ। ମାତ୍ର ଏହି ଦାବି ପାଇଁ ଶ୍ରଦ୍ଧା ତାଙ୍କ ସହ ସମ୍ପର୍କ କାଟି ଦେଇଥିଲେ।

ଶ୍ରଦ୍ଧା ଏବେଟେଲିଜଗତର ସବୁଠାରୁ ମହଙ୍ଗା ଅଭିନେତ୍ରୀଙ୍କ ମଧ୍ୟରୁ ଜଣେ। ସେ ଦିନକୁ ୬୦ ହଜାର ଟଙ୍କା ପାଉଣା ନେଇଥାନ୍ତି। ମୋଟ ସମ୍ପତ୍ତି ଦେଖିଲେ ଶ୍ରଦ୍ଧା ୬୦ କୋଟି ସମ୍ପତ୍ତିର ମାଲିକାଣି ବୋଲି କୁହାଯାଏ। ତେବେ ଆଜି ଶ୍ରଦ୍ଧାଙ୍କ ଜନ୍ମଦିନରେ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri