ପୁନରୁଦ୍ଧାର ଅପେକ୍ଷାରେ କୁଣ୍ଡିନଈ

ତିହିଡ଼ି,୨୧।୪(ସଞ୍ଜିତ ବଳ)ଦିନ ଥିଲା କୁଣ୍ଡିନଈ ପାଇଁ ୯ ପଞ୍ଚାୟତ ଶସ୍ୟଶ୍ୟାମଳା ହେଉଥିଲା। ପାର୍ଶ୍ୱବର୍ତ୍ତୀ ଗଁାର ଲୋକଙ୍କ ଜୀବନ ଜୀବିକା ସହ ଯୋଡ଼ି ହୋଇଥିଲା ଏହି ନଦୀ। ଏହା ଯୋଗୁ ଲୋକେ ନିଜର ଗୁଜୁରାଣ ମେଣ୍ଟାଇବାକୁ ସକ୍ଷମ ହେଉଥିଲେ। ହେଲେ ସମୟ ବଦଳିବା ସାଙ୍ଗକୁ ନଈର ନକ୍ସା ବି ବଦଳି ଯାଇଛି। ତିହିଡ଼ି ବ୍ଲକର ୫ ପଞ୍ଚାୟତ ଦେଇ ଯାଇଥିବା ଏହି ନଦୀ ଏବେ ବିଭିନ୍ନ ସ୍ଥାନରେ ପୋତି ହୋଇପଡ଼ିଥିବା ବେଳେ ଦଳ ଓ ଘାସରେ ପରିପୂର୍ଣ୍ଣ। ପୁନରୁଦ୍ଧାର ଦିଗରେ କୌଣସି ପଦକ୍ଷେପ ନିଆଯାଇ ନ ଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।

ନଈ ଭଦ୍ରକ ବେନ୍ତାଳ ଠାରେ ସାଳନ୍ଦୀ ନଦୀରୁ ବାହାରି ତିହିଡ଼ି ବ୍ଲକର କାହାକୁଲାଠାରେ ମନ୍ତେଇ ନଦୀରେ ମିଶିଛି। ଭଦ୍ରକ ବ୍ଲକର କେଦାରପୁର, ବରହମପୁର, ତିହିଡ଼ି ବ୍ଲକର ଦୋଳସାହି, ନୂଆନନ୍ଦ, ପାଳିଆବିନ୍ଧା, ଅଚକ, ସୟା ଓ ବାସୁଦେବପୁର ବ୍ଲକର ହରିପୁର, ପଦ୍ମପୁର ପଞ୍ଚାୟତ ମଧ୍ୟ ଦେଇ ଏହି ନଦୀ ଗତି କରିଛି। ଏସବୁ ପଞ୍ଚାୟତର ଅଧିବାସୀମାନେ ନଦୀ ପାଇଁ ବିଶେଷ ଉପକୃତ ହେଉଥିଲେ। ବିଭିନ୍ନ ପନିପରିବା ଚାଷ ସହ ରବି ଧାନ କରିବାକୁ ଚାଷୀମାନେ ସକ୍ଷମ ହେଉଥିଲେ। ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଏହି ନଦୀ ପାଇଁ ସବୁଜିମାରେ ଭରି ଉଠୁଥିଲା। ସମୟାନୁକ୍ରମେ ନଦୀ ଉଭୟ ପାର୍ଶ୍ୱରୁ ପୋତି ହେବା ଆରମ୍ଭ ହୋଇଥିଲା। ଫଳରେ ନଦୀର ଗଭୀରତା ମଧ୍ୟ କମି ଯାଇଥିଲା। କିଛି ସ୍ଥାନରେ ଅଧାରୁ ଅଧିକ ପୋତି ହୋଇପଡ଼ିଛି। ଏହାର ପୁନରୁଦ୍ଧାର ଦିଗରେ କୌଣସି ଆଖିଦୃଶିଆ ପଦକ୍ଷେପ ନିଆଯାଇ ନାହିଁ। କିଛି ବର୍ଷ ପୂର୍ବେ ନଦୀକୁ କେତେକ ସ୍ଥାନରେ ଖୋଳାଯାଇଥିଲା। ମାତ୍ର କାର୍ଯ୍ୟ ସନ୍ତୋଷଜନକ ହୋଇ ନ ଥିବାରୁ ନଦୀ ପୂର୍ବ ଅବସ୍ଥାରେ ଅର୍ଥାତ୍‌ ପୋତି ହୋଇପଡ଼ିଛି। ବିଭିନ୍ନ ଚାଷୀ ସଙ୍ଗଠନ ପକ୍ଷରୁ ନଦୀର ସଂସ୍କାର ପାଇଁ ଦାବି ହୋଇଥିଲେ ମଧ୍ୟ ତାହା ପୂରଣ ହୋଇପାରି ନାହିଁ। ଏ ସମ୍ପର୍କରେ ଡ୍ରେନେଜ ବିଭାଗ ଏସ୍‌ଡିଓ ଜ୍ଞାନଦତ୍ତ ରାଉତଙ୍କୁ ପଚାରିବାରୁ ଉକ୍ତ ନଦୀର ପୁନରୁଦ୍ଧାର ପାଇଁ ଉଚ୍ଚ କର୍ତ୍ତୃପକ୍ଷଙ୍କ ନିକଟକୁ ପ୍ରସ୍ତାବ ପଠାଯାଇଛି, ଅନୁମୋଦନ ମିଳିଲେ କାର୍ଯ୍ୟ ଆରମ୍ଭ ହେବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦି, ନିର୍ବାଚନ କମିଶନଙ୍କ AI ଭିଡିଓ ଭାଇରାଲ, X ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ,୨୬।୩: କେରଳ ପୋଲିସର ସାଇବର ଶାଖା ସୋସିଆଲ ମିଡିଆ ପ୍ଲାଟଫର୍ମ X ଏବଂ ଏହାର ଏକ ହ୍ୟାଣ୍ଡେଲ ବିରୋଧରେ ଏକ ମାମଲା ରୁଜୁ କରିଛି। ଅଭିଯୋଗ ହୋଇଛି…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ସାମରିକ ଆକ୍ରମଣରେ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ କରିଥିବା ମୁଖ୍ୟ କାର୍ପଟଦାର ନିହତ!

ଜେରୁଜେଲମ,୨୬।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ଇରାନର IRGC ନୌସେନାର ମୁଖ୍ୟ ଆଲିରେଜା…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri