ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ: ଗିରଫ ହେଲେ କୁଣ୍ଡୁଳା ହାଇସ୍କୁଲ ପ୍ରଧାନଶିକ୍ଷକ

ପାଟଣା,୨୪।୯(ବୀର କିଶୋର ଦାଶ): ସରକାରୀ, ବେସରକାରୀ ଚାକିରି କରାଇଦେବାର ପ୍ରତିଶ୍ରୁତି ଦେଇ ଆଶାୟୀଙ୍କଠାରୁ ଲକ୍ଷାଧିକ ଟଙ୍କା ଠକେଇ କରୁଥିଲେ ପ୍ରଧାନଶିକ୍ଷକ । ଏହି ଘଟଣାରେ କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ କୁଣ୍ଡୁଳା ହାଇସ୍କୁଲର ପ୍ରଧାନଶିକ୍ଷକ ତାରାଚାନ୍ଦ ମହାନ୍ତଙ୍କୁ ମୟୂରଭଞ୍ଜ ଜିଲା ରରୁଆଁ ପୋଲିସ ବୁଧବାର ଗିରଫ କରି କୋର୍ଟଚାଲାଣ କରିଛି । ଏନେଇ ଥାନା ଅଧିକାରି ଅନାଦି ଚରଣ ପଟାୟତ କହିଛନ୍ତି ।

ତାରା ଚାନ୍ଦ କେନ୍ଦୁଝରର ଏକ ହୋଟେଲରେ ଆତ୍ମ ଗୋପନ କରିଥିବା ବେଳେ ବୁଧବାର କେନ୍ଦୁଝରରୁ ତାଙ୍କୁ କରଞ୍ଜିଆ କୋର୍ଟରେ ହାଜର କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଯାଇଛି। ଜାମୁତି ଗ୍ରାମର ସୁଶୀଲ ଚନ୍ଦ୍ର ମହାନ୍ତଙ୍କ ଅଭିଯୋଗ ଆଧାରରେ ରରୁଆଁ ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଅଭିଯୋଗ ଅନୁଯାୟୀ, ତାରାଚାନ୍ଦ ସରକାରୀ ଓ ବେସରକାରୀ ଚାକିରି କରାଇଦେବାର ପ୍ରତିଶ୍ରୁତି ଦେଇ କେବଳ ରରୁଆଁ ଥାନା ଅଞ୍ଚଳରୁ ୧୦ରୁ ଉର୍ଦ୍ଧ୍ବ ବ୍ୟକ୍ତିଙ୍କ ଠାରୁ ଲାଞ୍ଚ ନେଇଥିଲେ । ରରୁଆଁ ବ୍ୟତୀତ ପାଟଣା, ସାହାରପଡ଼ା, କରଞ୍ଜିଆ ଓ କେନ୍ଦୁଝର ବିଭିନ୍ନ ଆଶାୟୀଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ନେଇଥିବା ଅଭିଯୋଗ ହୋଇଛି।
ତଦନ୍ତ ପରେ ରରୁଆଁ ପୋଲିସ ମାମଲା ନମ୍ବର ୧୮୫/୨୬ ଓ ୬୦/୨୦୨୬ରେ ତାଙ୍କୁ କେନ୍ଦୁଝରରୁ ଗିରଫ କରି କରଞ୍ଜିଆ କୋର୍ଟରେ ହାଜର କରିଥିଲା। ଏହି ଘଟଣାରେ ଆଉ କାହାର ସମ୍ପୃକ୍ତି ରହିଛି କି ନାହିଁ ଏବଂ ଠକେଇ ହୋଇଥିବା ମୋଟ ଟଙ୍କାର ପରିମାଣ କେତେ, ସେନେଇ ପୋଲିସ ଅଧିକ ତଦନ୍ତ ଜାରି ରଖିଛି ବୋଲି କରଞ୍ଜିଆ ଏସଡିପିଓ ନବ କିଶୋର ନାଏକ କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାଣି ଘେରରେ ଗୋଖର କୁଦା; ବୁଡ଼ିଲା ତଳିଆ ଅଞ୍ଚଳ, ଆତଙ୍କିତ ମତ୍ସଜୀବୀ

ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ ): ଟଳିଛି ବାତ୍ୟା ଭୟ । ଗଭୀର ଅବପାତ ଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ପାଳିବନ୍ଧ ପଞ୍ଚାୟତ ଗୋଖର କୁଦା ଗ୍ରାମ ପାଣି…

ମୋ ମାଧବ…ହାତରେ ବଂଶୀ ଧରି କୃଷ୍ଣ ସାଜିଲେ ଅଖିଳେଶ, ଜାଣନ୍ତୁ କିଏ ହେଲେ ସୁଦାମା

ଲକ୍ଷ୍ନୌ,୨୪।୯: ସମାଜବାଦୀ ପାର୍ଟି ମୁଖ୍ୟ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଗୁରୁବାର ‘PDA ରଥ’ରେ ରାୟବରେଲୀ ପହଞ୍ଚିଛନ୍ତି । ତାଙ୍କ ଆଗମନ ପୂର୍ବରୁ ସହରର…

‘ଧରିତ୍ରୀ’ ପ୍ରଭାବ: ଜଳମଗ୍ନ ଅଞ୍ଚଳ ପରିଦର୍ଶନ କଲେ ଜିଲାପାଳ

ଛତ୍ରପୁର, ୨୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତଜନିତ ପ୍ରବଳ ବର୍ଷା ଯୋଗୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ତାମ୍ପରା ହ୍ରଦ ନିକଟସ୍ଥ ବ୍ୟାଙ୍କ କଲୋନୀର କେତେକ ଅଞ୍ଚଳ…

ଭାରତୀୟ ଅର୍ଥନୀତି ଆଗରେ ବଡ଼ ବିପଦ! PM ମୋଦିଙ୍କ ପ୍ରଧାନ ସଚିବ ଦେଲେ ଚେତାବନୀ, ଦେଶରେ ଚହଳ

ନୂଆଦିଲ୍ଲୀ,୨୪।୯: ମୁମ୍ବାଇରେ ଆୟୋଜିତ ଏସ୍‌ବିଆଇ ବ୍ୟାଙ୍କିଂ ଆଣ୍ଡ ଇକୋନୋମିକ୍ସ କନକ୍ଲେଭରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଧାନ ସଚିବ ଡ. ପି.କେ. ମିଶ୍ରା ବଡ଼ ଚେତାବନୀ ଦେଇଛନ୍ତି।…

୫ ରାଶିଙ୍କ ଉପରେ ଧନବର୍ଷା କରିବେ ଶନି! ଅକ୍ଟୋବର ପ୍ରଥମ ସସ୍ତାହରୁ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ମିଳିବ ଖୁସିଖବର

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶନି ଗ୍ରହଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିପାରେ। ଏହି ପରିବର୍ତ୍ତନ ଯୋଗୁ ବୃଷ, ସିଂହ, ତୁଳା, ମକର…

ବିଧାୟକଙ୍କ ଫାର୍ମହାଉସରେ ବର୍ବରତା; ମହିଳାଙ୍କୁ ଟେକିନେଇ ଗଣବଳାତ୍କାର, CRPF ଯବାନ ଗିରଫ

ଲକ୍ଷ୍ନୌ,୨୪।୯: ଉତ୍ତରପ୍ରଦେଶର ଅମରୋହାରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ଜଣେ ୨୩ ବର୍ଷୀୟା ଯୁବତୀଙ୍କୁ ଏକ ଫାର୍ମହାଉସ୍‌ରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାରେ…

ଦୋକାନ ଭିତରକୁ ମାଡ଼ିଗଲା ମାଲବୋଝେଇ ଟ୍ରଲର: ବାଇକ-ସ୍କୁଟି ଉପରେ…

ଖୋର୍ଦ୍ଧା,୨୪।୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ସଦର ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଅଘଟଣ ଘଟିଛି। ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଦୋକାନ ଭିତରକୁ ମାଡ଼ିଯାଇଛି ମାଲବୋଝେଇ ଟ୍ରଲର। ଦୁର୍ଘଟଣାରେ…

‘ବୈଭବଙ୍କ ପାଇଁ ମୋ ନିଦ ହଜିଯାଇଥିଲା’, ଏମିତି କାହିଁକି କହିଲେ ଗମ୍ଭୀର? ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଏକ ବଡ଼ ଖୁଲାସା କରିଛନ୍ତି। ସଞ୍ଜୁ ସାମସନଙ୍କୁ ଟି-୨୦ ଦଳରୁ ବାଦ ଦେବା ତାଙ୍କ ଏପର୍ଯ୍ୟନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?