କୁନ୍ଦୁଲି ଡବଲ ମର୍ଡର: ୩ ଫେରାର ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ପଟ୍ଟାଙ୍ଗି,୨୦ା୬(ଶରତ ଧଳ): ଅକ୍ଟୋବର ମାସରେ କୁନ୍ଦୁଲି ସାପ୍ତାହିକ ହାଟରେ ଘଟିଥିବା ଡବଲ ମର୍ଡର ଘଟଣାରେ ସମ୍ପୃକ୍ତ ଫେରାର ଅଭିଯୁକ୍ତମାନଙ୍କୁ ପୋଲିସ ଧରିବାରେ ସକ୍ଷମ ହୋଇ ସମସ୍ତଙ୍କୁ କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି।
ସୂଚନାନୁଯାୟୀ, କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ତଥା ମାଳିପୁଟ ପଞ୍ଚାୟତର କୁନ୍ଦୁଲି ସାପ୍ତାହିକ ହାଟରେ ଗତ ଅକ୍ଟୋବର ୨୫ରେ ଘଟିଥିବା ଡବଲ ମର୍ଡର ଘଟଣାରେ ସମ୍ପୃକ୍ତ ରହି ଥିବା ତିନି ଅଭିଯୁକ୍ତ  କୁନ୍ଦୁଲି ସାପ୍ତାହିକ ହାଟରେ ରହୁଥିବା ଶିବ ଖରା ଓ ବଇଲର ଖରାଙ୍କ ସମେତ ସେମିଳିଗୁଡା ବ୍ଲକର ହାଟଗୁଡା ପଞ୍ଚାୟତ ଅଧିନସ୍ଥ ଟେମା ଗ୍ରାମର ସନ୍ତୋଷ ପାଢ଼ୀ  ପୋଲିସକୁ ଚକମା ଦେଇ ଦୀର୍ଘ ୯ ମାସ ଧରି ଫେରାର ରହିଥିଲେ। କିନ୍ତୁ ଉକ୍ତ ଘଟଣାକୁ ନେଇ ନୂତନ କରି କାର୍ଯ୍ୟ ଭାର ନେଇଥିବା ସୁନାବେଡ଼ା ଏସ୍‌ଡିପିଓ ମନୋବ୍ରତା ଶତପଥୀ ଡବଲ ମର୍ଡର ଘଟଣାକୁ ଗୁରୁତ୍ୱ ଦେଇ ପଟ୍ଟାଙ୍ଗି ପୋଲିସକୁ ଉକ୍ତ ମର୍ଡର ଘଟଣା ସମ୍ପର୍କରେ ତଦନ୍ତ ପ୍ରକ୍ରିୟାକୁ ଆଗେଇ ନେବା ସହ ଫେରାର ଅଭିଯୁକ୍ତମାନେ କିପରି ଗିରଫ ହୋଇ ପାରିବେ ସେନେଇ ଥାନାଧିକାରୀ ଚତୁର୍ଭୁଜ ନାୟକଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଉକ୍ତ ନିର୍ଦ୍ଦେଶ ଅନୁଯାୟୀ, ପୋଲିସ ଏହା ଉପରେ କଡ଼ାକଡ଼ି ନଜର ରଖିଥିବା ବେଳେ ଉପରୋକ୍ତ ଫେରାର ୩ ଅଭିଯୁକ୍ତ କୁନ୍ଦୁଲି ନିକଟରେ ଚାଲିଥିବା ଭାରତମାଳା ରାସ୍ତା ନିର୍ମାଣ କାର୍ଯ୍ୟରେ ନିୟୋଜିତ ରହିଥିବା ଖବର ପାଇ ଥାନାଧିକାରୀ ନାୟକଙ୍କ ନେତୃତ୍ୱରେ ଗଠିତ ହୋଇଥିବା ଏକ ପୋଲିସ ଟିମ୍‌ ଫେରାର ୩ ଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଥିଲା। ବର୍ତ୍ତମାନ ଏମାନଙ୍କୁ ପୋଲିସ କୋର୍ଟ ଚାଲାଣ କରିବା ସହ ଡବଲ ମର୍ଡର ଘଟଣାରେ ଆଉ କେଉଁମାନେ ସମ୍ପୃକ୍ତ ଅଛନ୍ତି ତାକୁ ନେଇ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri