ଗାଁ ସମସ୍ୟା ଜଣାଇଲେ କୁନି କଳାକାର

କୋରାପୁଟ,୧୭ା୮(ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଆୟୋଜିତ ୭୭ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସରେ ଫ୍ୟାନ୍‌ସି ଡ୍ରେସ୍‌ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ନିଖୁଣ ଅଭିନୟ ମାଧ୍ୟମରେ ନିଜ ଗ୍ରାମର ବିଭିନ୍ନ ସମସ୍ୟା ସମ୍ପର୍କରେ କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ ଜଣାଇଛନ୍ତି ଜଣେ କୁନି ଝିଅ। ସେ ହେଲେ ପଦୁଗୁଡା ଗ୍ରାମର ଦେବୀ ପ୍ରସାଦ ଦାସଙ୍କ ୪ ବର୍ଷର ଝିଅ ସୋନାଲି ଦାସ। ସେ କୋରାପୁଟରେ ନର୍ସରିରେ ପଢୁଥିବା ଜଣାପଡିଛି।
କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଲୁଲ୍ଲା ପଞ୍ଚାୟତ ପଦୁଗୁଡା ଗ୍ରାମର ଗ୍ରାମବାସୀ ମୌଳିକ ସୁବିଧା ସୁଯୋଗରୁ ବଞ୍ଚିତ ହୋଇ ରହି ଆସୁଛନ୍ତି l ଗାଁଟି ପଞ୍ଚାୟତ କାର୍ଯ୍ୟାଳୟଠାରୁ ୩ କି.ମି.ଦୂର ହୋଇଥିଲେ ମଧ୍ୟ ଗ୍ରାମକୁ ଯିବାକୁ ଭଲ ରାସ୍ତାଟିଏ ନାହିଁ l ଗ୍ରାମବାସୀ ୨ଟି ପାହାଡ଼ର ପାଦଚଲା ରାସ୍ତା ଦେଇ ଯାତାୟାତ କରୁଛନ୍ତି l ଯଦି କୌଣସି ଗୁରୁତର ରୋଗୀଙ୍କୁ ମେଡିକାଲ ନେବାକୁ ହୁଏ ତେବେ ଖଟିଆ ହିଁ ଭରସା। ରୋଗୀଙ୍କୁ ଖଟିଆରେ ୩ କି.ମି. ଲୁଲ୍ଲା ପଞ୍ଚାୟତକୁ ଆଣିବା ପରେ ଡାକ୍ତରଖାନା ନିଆଯାଏ। ଗ୍ରାମରେ ପାନୀୟ ଜଳ ସମସ୍ୟା ମଧ୍ୟ ରହିଛି।

ନଳକୂପ ନ ଥିବା ଯୋଗୁ ଗ୍ରାମବାସୀ ଚୁଆ ପାଣି ବ୍ୟବହାର କରୁଛନ୍ତି l ଗ୍ରାମର ସମସ୍ୟା ନେଇ ଗ୍ରାମବାସୀ ବାରମ୍ବାର ବ୍ଲକ ପ୍ରଶାସନ ଏବଂ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଥିଲେ ମଧ୍ୟ କିଛି ସୁଫଳ ମିଳି ନ ଥିଲା l ଗ୍ରାମରେ ଲାଗି ରହିଥିବା ସମସ୍ୟାକୁ ନିଜେ ଉପଲବ୍ଧି କରି ସୋନାଲି ସ୍ବାଧୀନତା ଦିବସରେ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିବା କୃଷି, କୃଷକ ସଶକ୍ତୀକରଣ ଓ ମତ୍ସ୍ୟ ଏବଂ ପ୍ରାଣୀ ସମ୍ପଦ ବିକାଶ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ ନିଜ ନିଖୁଣ ଅଭିନୟ ମାଧ୍ୟମରେ ଗ୍ରାମର ଦୁଃଖ ଜଣାଇଥିଲେ।

ମଞ୍ଚରେ ମନ୍ତ୍ରୀଙ୍କ ସମେତ ଜିଲାପାଳ, ଡିଆଇଜି, ଏସ୍‌ପି, ବିଧାୟକ, ଦଳୀୟ କର୍ମୀଙ୍କ ସହ ସରକାରୀ ଅଧିକାରୀମାନେ ଉପସ୍ଥିତ ଥିଲେ l ନିଜ ଗ୍ରାମର ସମସ୍ୟାକୁ ଅଭିନୟ ମାଧ୍ୟମରେ ସର୍ବ ସମ୍ମୁଖକୁ ଆଣିଥିବାରୁ କୁନି ଝିଅ ସୋନାଲି ସମସ୍ତଙ୍କ ପ୍ରଶଂସାର ପାତ୍ର ପାଲଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri