ବନ୍ଦ ଅଛି କୁଞ୍ଜାମହୁଲ ପ୍ରାଥମିକ ବିଦ୍ୟାଳୟ: ପୁନଃ ଖୋଲିବା ପାଇଁ ଗ୍ରାମବାସୀଙ୍କ ଦାବି

ଅମରପାଲି, ୧୩।୫ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ପିତାମହୁଲ କ୍ଲଷ୍ଟରର କୁଞ୍ଜାମହୁଲ ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟଟି ଦୀର୍ଘ ଦିନ ହେବ ବନ୍ଦ ରହିଛି। ଏହାକୁ ପୁନଃ ଖୋଲିବା ଦାବିରେ ଗ୍ରାମବାସୀମାନେ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।

 ସୂଚନା ଅନୁସାରେ, ପିତାମହୁଲ ପଞ୍ଚାୟତର ଏହି ଗ୍ରାମଟି ଗୋଟିଏ ୱାର୍ଡ ବିଶିଷ୍ଟ ଏବଂ ଏହାର ଜନସଂଖ୍ୟା ପ୍ରାୟ ୩୦୦। ଗ୍ରାମରେ ପୂର୍ବରୁ କୌଣସି ଶିକ୍ଷାନୁଷ୍ଠାନ ନଥିବାରୁ ୨୦୦୪ ମସିହାରେ ଏହି ପ୍ରାଥମିକ ବିଦ୍ୟାଳୟଟି ସ୍ଥାପିତ ହୋଇଥିଲା। ଏଠାରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ପାଠ ପଢୁଥିଲେ। ମାତ୍ର ଛାତ୍ରସଂଖ୍ୟା କମ୍ ଥିବା ଦର୍ଶାଇ ପ୍ରଶାସନ ପକ୍ଷରୁ ସ୍କୁଲଟିକୁ ବନ୍ଦ କରିଦିଆଯାଇଛି। ସ୍କୁଲ ବନ୍ଦ ହେବା ଫଳରେ କୋମଳମତି ଶିଶୁମାନେ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଡୁଲେଶ୍ୱର ଗ୍ରାମକୁ ପଢିବାକୁ ଯିବାକୁ ବାଧ୍ୟ ହେଉଛନ୍ତି। ଗ୍ରାମର ଅଧିକାଂଶ ଲୋକ ଦିନମଜୁରିଆ ଓ ଚାଷୀ ହୋଇଥିବାରୁ, ସେମାନେ ନିଜ କାମ ଛାଡ଼ି ପ୍ରତିଦିନ ପିଲାଙ୍କୁ ସ୍କୁଲକୁ ନେବା-ଆଣିବା କରିପାରୁନାହାନ୍ତି। ଫଳରେ ଅନେକ ପିଲା ନିୟମିତ ବିଦ୍ୟାଳୟ ଯାଇପାରୁନାହାନ୍ତି ଏବଂ କେତେକ କ୍ଷେତ୍ରରେ ପିଲାଙ୍କ ପାଠପଢ଼ା ମଧ୍ୟ ବନ୍ଦ ହୋଇଯାଇଛି।

ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ, ସେମାନେ ବାରମ୍ବାର ସ୍ଥାନୀୟ ଜନପ୍ରତିନିଧି ଓ ପ୍ରଶାସନକୁ ଜଣାଇଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ। ଶେଷରେ ବାଧ୍ୟ ହୋଇ ସେମାନେ ସୁବର୍ଣ୍ଣପୁର ଜିଲାପାଳ ଡ. ନୃପରାଜ ସାହୁଙ୍କୁ ଡାକ ମାଧ୍ୟମରେ ଏକ ସ୍ମାରକପତ୍ର ପଠାଇଛନ୍ତି। ବର୍ତ୍ତମାନ ଗ୍ରାମରେ ୨୫ରୁ ଅଧିକ ପ୍ରାଥମିକ ଶିକ୍ଷା ଯୋଗ୍ୟ ଛାତ୍ରଛାତ୍ରୀ ଅଛନ୍ତି ବୋଲି ଦାବିପତ୍ରରେ ଉଲ୍ଲେଖ କରାଯାଇଛି।

 ଏନେଇ ଗ୍ରାମର ଅଭିଭାବକ ସୁଧାଂଶୁ ଗାଇଗରିଆ କହିଛନ୍ତି ଯେ, “ଛୋଟ ପିଲାମାନଙ୍କୁ ୩ କିଲୋମିଟର ଦୂର ନିଛାଟିଆ ରାସ୍ତାରେ ଏକାକୀ ପଠାଇବାକୁ ଭୟ ଲାଗୁଛି, ଯାହାଫଳରେ ପିଲାଙ୍କୁ ସ୍କୁଲ ପଠାଇବା ସମ୍ଭବ ହେଉନାହିଁ।”

ଅନ୍ୟପଟେ ବୀରମହାରାଜପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ (BEO) ଅଜୟ ଲୁହା କହିଛନ୍ତି, “ସରକାରଙ୍କ ନୀତି ଓ ନିଷ୍ପତ୍ତି ଅନୁଯାୟୀ କାର୍ଯ୍ୟ କରାଯିବ। ଆମ ସ୍ତରରେ ସ୍କୁଲ ଖୋଲିବା ସମ୍ଭବ ନୁହେଁ।“

ଗ୍ରାମର ଭବିଷ୍ୟତ ତଥା ପିଲାମାନଙ୍କ ଶିକ୍ଷା ଅଧିକାରକୁ ଦୃଷ୍ଟିରେ ରଖି ପ୍ରଶାସନ ଏହି ସମସ୍ୟାରେ ଶୀଘ୍ର ହସ୍ତକ୍ଷେପ କରି ସ୍କୁଲଟିକୁ ପୁନଃ କାର୍ଯ୍ୟକ୍ଷମ କରିବାକୁ ସାଧାରଣରେ ଦାବି ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ଥଗିତ ହେଲା OSSTET-୨୦୨୬ ପରୀକ୍ଷା: ବୁଧବାର ହେବାର ଥିଲା, ପୁଣି ଏହି ଦିନ…

ଭୁବନେଶ୍ବର,୨୯।୯: ସ୍ଥଗିତ ହେଲା ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) । ବୁଧବାର ଏହି ପରୀକ୍ଷା ହେବାକୁ ଥିବା ବେଳେ ସ୍ଥଗିତ ନେଇ ଘୋଷଣା…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଜ୍ଞାନେଶ କୁମାରଙ୍କ ବିରୋଧରେ ଦାଏର ଆବେଦନର ଶୁଣାଣି କରିବେ ସୁପ୍ରିମକୋର୍ଟ; ଏହା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ବୋଲି କହିଲେ ଓକିଲ

ନୂଆଦିଲ୍ଲୀ,୨୯।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଏକପାଖିଆ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରୁଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ଆସନ୍ତା ସପ୍ତାହରେ ଶୁଣାଣି କରିବେ। ମଙ୍ଗଳବାର…

କମିବ LPG-Petrolର ମୂଲ୍ୟ, ଶେଷ ହେବ ହର୍ମୁଜ ପ୍ରସଙ୍ଗ, ଇରାନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ ଘୋଷଣା

ଓ୍ବାଶିଂଟନ,୨୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ବିବାଦ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି କହିଛନ୍ତି ଯେ ଏହି ଯୁଦ୍ଧ ଶୀଘ୍ର ଶେଷ…

ହୋଟେଲରେ ଯୁବତୀଙ୍କୁ ନିର୍ଯାତନା; ଅଚେତ ଅବସ୍ଥାରେ ବଳାତ୍କାର, ଆପତ୍ତିଜନକ ଭିଡିଓ କରି ଭାଇରାଲ୍‌ କଲେ ଯୁବକ

ପାଟନା,୨୯।୯: ବିହାରର ବେଗୁସରାଇରେ ଜଣେ ଯୁବତୀଙ୍କୁ ହୋଟେଲକୁ ନେଇ ମାଡ଼ ମାରିବା ଏବଂ ବଳାତ୍କାର କରିବା ଅଭିଯୋଗ ସାମ୍ନାକୁ ଆସିଛି । ଏହାପରେ ଯୁବତୀଙ୍କ ଆପତ୍ତିଜନକ ଭିଡିଓ…

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ…

କେତେ ବର୍ଷର ହେଲେ ଅଭିଜିତ ଦୀପକେ? ଜନ୍ମଦିନର ଶୁଭେଚ୍ଛା ଜଣାଇ ଆଶୁତୋଷ ରଙ୍କା କହିଲେ…

ନୂଆଦିଲ୍ଲୀ,୨୯।୯: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଆଜି ଦେଶ ତଥା ବିଦେଶରୁ ଜନ୍ମଦିନର ଶୁଭେଚ୍ଛା ମିଳୁଛି। CJPର ସହ-ଆବାହକ ତଥା ମୁଖପାତ୍ର ଆଶୁତୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?