ଯୁକ୍ତ ୨ ପରୀକ୍ଷାରେ ୯୯.୫% ନମ୍ବର ରଖି ସଫଳତା ପାଇଲେ କୁନ୍ତୀ, ଚାରିଆଡୁ ଆସୁଛି ଶୁଭେଚ୍ଛା

ଅମରପାଲି/ବୀରମହାରାଜପୁର,୨୧।୫ (ପୀତାମ୍ବର ସାହୁ/ଯୁଗଳ କିଶୋର ମିଶ୍ର ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦ୍ବାଦଶ ଶ୍ରେଣୀ (ଯୁକ୍ତ୨) ପରୀକ୍ଷା ବୁଧବାର ପ୍ରକାଶ ପାଇଛି । ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର କୁନ୍ତି ସାହୁ ୯୯.୫ ପ୍ରତିଶତ ନମ୍ବର ଆଣିଛନ୍ତି। ସେ ସମ୍ବଲପୁରସ୍ଥିତ ଏମ୍ସ ହାୟର ସେକେଣ୍ଡାରି ସ୍କୁଲ ଅଫ ସାଇନ୍ସର ଛାତ୍ରୀ ଥିଲେ। କୁନ୍ତି ଇଂରାଜି, ସାହିତ୍ୟ ପଦାର୍ଥ ବିଜ୍ଞାନ ଏବଂ ରସାୟନ ବିଜ୍ଞାନରେ ଶତପ୍ରତିଶତ ନମ୍ବର ରଖିଛନ୍ତି। ଗଣିତରେ ୯୯ ଏବଂ ଜୀବବିଜ୍ଞାନରେ ୯୮ ନମ୍ବର ଆଣିଛନ୍ତି। ସୁବର୍ଣ୍ଣପୁରଜିଲା ବୀରମହାରାଜପୁର ଉପାନ୍ତ ଅଞ୍ଚଳ ବହଲପଦର ଗ୍ରାମପଞ୍ଚାୟତର ଭାଲୁଡୁଙ୍ଗୁରି ଗ୍ରାମର ଜଗଦାନନ୍ଦ ସାହୁ ଏବଂ ଜାହ୍ନବୀ ସାହୁଙ୍କୁ ତୃତୀୟ ଝିଅ କୁନ୍ତି । ପରୀକ୍ଷାଫଳ ନେଇ ସନ୍ତୁଷ୍ଟ ପ୍ରକାଶ କରିଛନ୍ତି। ଏଥି ସହିତ ସେ କହିଛନ୍ତି, ମୋର ପରିଶ୍ରମର ଫଳ ପାଇଛି। ଯୁକ୍ତ ୨ରେ ଆସିଥିବା ରେଜଲ୍ଟ ପାଇଁ ବାପା-ମା, ଶିକ୍ଷକ-ଶିକ୍ଷୟିତ୍ରୀ ଏବଂ ମୋର ଶୁଭେଚ୍ଛୁଙ୍କ ଆଶୀର୍ବାଦ ଏବଂ ଭଲପାଇବା ପାଇଁ ସମ୍ଭବ ହୋଇପାରିଛି। ଏଥି ପାଇଁ ସେମାନଙ୍କୁ ଧନ୍ୟବାଦ ଜଣାଉଛି। ମେଡିକାଲ ପରୀକ୍ଷା ପାଇଁ ପ୍ରସ୍ତୁତି କରିବି। ଡାକ୍ତର ହୋଇ ରୋଗୀ ସେବା କରିବାର ଲକ୍ଷ୍ୟ ରଖିଛି। ଆମ ସମାଜରେ ଥିବା ଅନେକ ଗରିବ ଲୋକ ଆର୍ଥିକ ଅଭାବ କାରଣରୁ ମେଡିକାଲ କାମରେ ବହୁତ ହଇରାଣ ହେଉଛନ୍ତି। ଏଭଳି ଲୋକଙ୍କ ସେବା କରି ମୁଁ ଗ୍ରହଣ କରିଥିବା ଶିକ୍ଷାର ସଦୂପଯୋଗ କରିବି।କୁନ୍ତୀ ବୀରମହାରାଜପୁର ବ୍ଲକ ଅମରପାଲି ହାଇସ୍କୁଲରେ ପଢୁଥିବା ବେଳେ ସେ ମାଟ୍ରିକରେ ମଧ୍ୟ ୯୦ ପ୍ରତିଶତ ନମ୍ବର ରଖିଥିଲେ। କୁନ୍ତୀଙ୍କ ବାପା ଜଗଦାନନ୍ଦ ସାହୁ ଜଣେ ଚାଷୀ ହୋଇଥିବା ବେଳେ ମାଆ ଜାହ୍ନବୀ ସାହୁ ଜଣେ ଗୃହିଣୀ ଅଟନ୍ତି। କୁନ୍ତୀଙ୍କ ଏହି ସଫଳତା ରେ ବୀରମହାରାଜପୁର ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷ ଶାନ୍ତି ଲୁହା, ଉପାଧ୍ୟକ୍ଷ ନାରାୟଣ ଲୁହା, ଅମରପାଲି ହାଇସ୍କୁଲର ପ୍ରଧାନ ଶିକ୍ଷକ ଉମେଶ ଚନ୍ଦ୍ର ପଣ୍ଡା, ବହଲପଦର ପଞ୍ଚାୟତ ର ପୂର୍ବତନ ସମିତି ସଭ୍ୟ ପୀତାମ୍ବର ସାହୁ ପ୍ରମୁଖ ଶୁଭେଚ୍ଛା ଜଣାଇଛନ୍ତି।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ସିଂହ ରାଶିର ପ୍ରବେଶରେ ଘଟିବ ବୁଦ୍ଧାଦିତ୍ୟ ରାଜଯୋଗ! ଏହି ରାଶିଙ୍କୁ ଧନଲାଭରୁ କ୍ୟାରିୟର ଯାଏ ଫିଟିଯିବ ଭାଗ୍ୟ…

ଗ୍ରହମାନଙ୍କର ରାଜକୁମାର ବୁଧ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି| ୨୨ ଅଗଷ୍ଟ ୨୦୨୬ ସନ୍ଧ୍ୟା ୭ଟା ୨୪ ମିନିଟ୍‌ରେ ବୁଧ କର୍କଟ ରାଶିରୁ ବାହାରି ସିଂହ ରାଶିରେ…

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…

ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ସୁପ୍ରିମକୋର୍ଟରୁ ଆସିଲା ସାଂଘାତିକ ତଥ୍ୟ: ମୁଖ୍ୟମନ୍ତ୍ରୀ ବିଜୟ ଥଲାପତିଙ୍କ ନାଁରେ ଏତେ ଆପରାଧିକ ମାମଲା, ଶୀର୍ଷରେ…

ନୂଆଦିଲ୍ଲୀ, ୨୦।୮: ନେତାମାନଙ୍କ ବିରୋଧରେ ରହିଥିବା ଆପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

୨୦ରୁ ୨୨ଅଗଷ୍ଟ ଯାଏ ସବୁ ସ୍କୁଲ-କଲେଜ ବନ୍ଦ; ରାଜ୍ୟପାଳ ଜାରି କଲେ ନିର୍ଦ୍ଦେଶ, ଜାଣନ୍ତୁ କାହିଁକି…

୨୦ ରୁ ୨୨ ଅଗଷ୍ଟ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ, ଯାହାକୁ ନେଇ ଶିକ୍ଷା ବିଭାଗ ପକ୍ଷରୁ ଆନୁଷ୍ଠାନିକ ନିର୍ଦ୍ଦେଶ ଜାରି କରାଯାଇଛି। ଶିକ୍ଷା ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri