କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ ହେବ। ଏଥିପାଇଁ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଭଞ୍ଜନଗର ବିଧାୟକ ତଥା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର କର୍ମକର୍ତ୍ତା ପ୍ରଦ୍ୟୁମ୍ନ କୁମାର ନାୟକ ମଙ୍ଗଳବାର ସଭାସ୍ଥଳ ପରିଦର୍ଶନ କରି କାର୍ଯ୍ୟକ୍ରମ କିଭଳି ହେବ ସେନେଇ ସମୀକ୍ଷା କରିଥିଲେ। ଏହି ଅବସରରେ ଆୟୋଜିତ ଖବରଦାତା ସମ୍ମିଳନୀରେ ବିଧାୟକ ନାୟକ କହିଥିଲେ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ସଭାରେ ରାଜ୍ୟ ଓ ରାଜ୍ୟ ବାହାରୁ ପ୍ରାୟ ୫୦ ହଜାରରୁ ଊର୍ଦ୍ଧ୍ୱ କର୍ମକର୍ତ୍ତା ଯୋଗଦେବେ। କାର୍ଯ୍ୟକ୍ରମ କିଭଳି ଭଲରେ ହେବ ସେଥିପାଇଁ ସବୁ ପ୍ରକାର ପଦକ୍ଷେପ ନିଆଯାଇଛି।
ସର୍ଦ୍ଧାର ବଲ୍ଲଭ ଭାଇ ପଟେଲ, ଛତ୍ରପତି ଶିବାଜୀ ମହାରାଜ ଆମ ଜାତି ପାଇଁ ଗର୍ବର ବିଷୟ। ପ୍ରଥମଥର ପାଇଁ ଭଞ୍ଜନଗର ଅଞ୍ଚଳରେ ଆମ ଜାତିର ଏତେ ବଡ ଧରଣର କାର୍ଯ୍ୟକ୍ରମ ଅୟୋଜନ ହେଉଛି ବୋଲି ବିଧାୟକ ନାୟକ କହିଥିଲେ। ଏଥିସହ ସେ କହିଥିଲେ ଆଜି ୭ କୋଟି ଟଙ୍କା ବ୍ୟୟରେ ଦୁଇଟି ରାସ୍ତାର ଶିଳାନ୍ୟାସ କରାଯାଇଅଛି। ଆଗାମୀ ଦିନରେ ଭଞ୍ଜନଗର ବ୍ଲକ ଗାଲେରୀ ଅଞ୍ଚଳବାସୀ ତାହାର ସୁଫଳ ପାଇବେ। ଭଞ୍ଜନଗର ଏନଏସିକୁ ମ୍ୟୁନିସିପାଲଟି କରାଯିବା ଏବଂ ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନଏସିରେ ପରିଣତ କରାଯିବା ଆମ ପାଇଁ ଗର୍ବର ବିଷୟ। ଉକ୍ତ ଦୁଇ ସହରର ବିକାଶ ପାଇଁ ସବୁ ପ୍ରକାର ସହାୟତା ସରକାର ଯୋଗାଇ ଦେବେ। ଆଗାମୀ ଦିନରେ ଆହୁରି ଅନେକ କିଛି ବିକାଶ କରିବା ଲକ୍ଷ୍ୟ ରଖାଯାଇଛି ବୋଲି ବିଧାୟକ କହିଥିଲେ। ବିଧାୟକଙ୍କ ଆଜିର ବିଭିନ୍ନ କାର୍ଯ୍ୟକ୍ରମ ସମୟରେ ଗ୍ରାମ୍ୟ ଉନ୍ନୟନ ବିଭାଗର ଯନ୍ତ୍ରୀମାନେ, ଏମପି ପ୍ରତିନିଧି ସନ୍ତୋଷ ତିଆଡି, ଶିବ ଶଙ୍କର ପ୍ରଧାନ, ରବିନ୍ଦ୍ର ଗୌଡ ଏବଂ ଜାତିର କର୍ମକର୍ତ୍ତା ମାନେ ଉପସ୍ଥିତଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri