କୁର୍ମି କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ବିରାଟ ମହିଳା ସମ୍ମିଳନୀ: ନାରୀ ଶିକ୍ଷା, ରୋଜଗାର ଉପରେ…

ଭଞ୍ଜନଗର,୨୭।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଚାଲିଥିବା ନିଖିଳ ଉତ୍କଳ
କୁର୍ମି କ୍ଷତ୍ରୀୟ ପ୍ରଦେଶ ମହାସଭା ଶନିବାର ତୃତୀୟ ଦିବସରେ ପହଞ୍ଚିଛି। ରବିବାର ମହାସଭା ଉଦଯାପିତ ହେବ। ଏହା ପୂର୍ବରୁ ଶନିବାର ବିଶାଳ ମହିଳା ସମାବେଶ ଅନୁଷ୍ଠିତ ହୋଇଥିଲା। ଏଥିରେ ରାଜ୍ୟ ଓ ରାଜ୍ୟ ବାହାରୁ ପ୍ରାୟ ୧୫ ହଜାରରୁ ଉର୍ଦ୍ଧ୍ୱ ମହିଳା ପ୍ରତିନିଧି ଯୋଗ ଦେଇଥିଲେ। ଏହିଭଳି ମହିଳା ସମାବେଶ ରାଜ୍ୟରେ ପ୍ରଥମ ଥର ପାଇଁ ହୋଇଛି। ମହିଳା ମାନଙ୍କୁ ଶିକ୍ଷା, ରାଜନୀତି ପ୍ରମୁଖ କ୍ଷେତ୍ରରେ ଆଗକୁ ଆଣିବା ପାଇଁ ଏତେବଡ ମହିଳା ସମ୍ମିଳନୀ ଅୟୋଜନ ହୋଇଥିଲା। ରାଷ୍ଟ୍ରୀୟ ମହିଳା ଅଧକ୍ଷା ଲତା ଋଷି ଚନ୍ଦ୍ରକର ଆଜିର କାର୍ଯ୍ୟକ୍ରମକୁ ପ୍ରଦୀପ ପ୍ରଜ୍ବଳନ କରି ଉଦଘାଟନ କରିଥିଲେ। ଏହି ସମାବେଶରେ ରାଷ୍ଟ୍ରୀୟ ମହିଳା କୋଷଧକ୍ଷା ମମତା ଏସ.ପଟେଲ, ପ୍ରଦେଶ ମହିଳା ସଭାନେତ୍ରୀ ମହେଶ୍ବତା ନାୟକ, କବିସୂର୍ଯ୍ୟନଗର ର ପୂର୍ବତନ ବିଧାୟିକା ଲତିକା ପ୍ରଧାନ, ସ୍ଥାନୀୟ ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ଧର୍ମପତ୍ନୀ ତଥା ସାମାଜିକ କର୍ମୀ ମଧୁସ୍ମିତା ନାୟକ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ।

କୁର୍ମି କ୍ଷତ୍ରୀୟ ଜାତିର ମହିଳାମାନଙ୍କ ସାମଗ୍ରିକ ବିକାଶ କିଭଳି ହୋଇପାରିବ ସେ ଉପରେ ବିଶେଷ ଭାବେ ଆଲୋଚନା ହୋଇଥିଲା। ବିଶେଷ କରି ଜାତିର ଝିଅମାନଙ୍କୁ ଉଚ୍ଚ ଶିକ୍ଷା ପାଇଁ ରାଷ୍ଟ୍ରୀୟ ସହାୟତା ଫଣ୍ଡ ରୁ କମ୍ ସୁଧ ରେ ଋଣ ଯୋଗାଇଦେବା ସହ ମହିଳାମାନଙ୍କୁ ରାଜନୈତିକ କ୍ଷେତ୍ରରେ ଅଧିକ ସୁଯୋଗ ଦେବା ଆଦି ଉପରେ ବକ୍ତାମାନେ ମହାସଭା ଗୁରୁତ୍ୱାରୋପ କରିଥିଲା।ଏଥିସହ ଆର୍ଥିକ ସ୍ତରରେ ମହିଳା ମାନେ କିଭଳି ଆତ୍ମନିର୍ଭରଶିଳ ହୋଇପାରିବେ ସେ ଉପରେ ଆଲୋଚନା ହୋଇଥିଲା। ପରବର୍ତ୍ତୀ ପର୍ଯ୍ୟାୟରେ ସର୍ବସମ୍ମତିକ୍ରମେ ମହିଳା ମାନଙ୍କ ଉନ୍ନତି କିଭଳି ହୋଇପାରିବ ସେ ଉପରେ ନିଷ୍ପତ୍ତି ନିଆଯାଇଥିଲା।

ଭଞ୍ଜନଗର ବିଧାୟକ ତଥା କୁର୍ମି କ୍ଷତ୍ରିୟ ପ୍ରଦେଶ ସଂସ୍ଥାର କର୍ମକର୍ତ୍ତା ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଉକ୍ତ ମହାସଭାରେ ରାଜ୍ୟ ର ବିଭିନ୍ନ ଶାଖାର କାର୍ଯ୍ୟକର୍ତ୍ତା ମାନଙ୍କୁ ଉପଢୌକନ ଓ ଜାତିର ଟ୍ରଫି ପ୍ରଦାନ କରାଯାଇଥିଲା। ସେହିପରି ରାଷ୍ଟ୍ରୀୟ ସଂଯୋଜକ ଏଲ.ପି ପଟେଲ, ରାଷ୍ଟ୍ରୀୟ ଅଧ୍ୟକ୍ଷ ଡଃ. ବିଜୟ ସିଂ ନିରଞ୍ଜନ, ରାଷ୍ଟ୍ରୀୟ ଯୁବ ଅଧ୍ୟକ୍ଷ ଧୀରଜ ପାଟିଦାର, ରାଷ୍ଟ୍ରୀୟ ଯୁବ ମହାସଚିବ ଅରୁଣ କୁମାର ପଟେଲ, ରାଷ୍ଟ୍ରୀୟ ପ୍ରଚାର ପ୍ରସାର ମନ୍ତ୍ରୀ ପଠାଣି ଭଞ୍ଜ, ରାଷ୍ଟ୍ରୀୟ ସଦସ୍ୟ ଗଙ୍ଗାଧର ନାୟକ, ପ୍ରଦେଶ ସଭାପତି ସୂର୍ଯ୍ୟନାରାୟଣ ପ୍ରଧାନ ,ଆଇନ ପରାମର୍ଶଦାତା ରାଜେନ୍ଦ୍ର ପ୍ରସାଦ ପ୍ରଧାନ, ଦିବାକର ନାୟକ, ପୁର୍ବତନ ବ୍ଲକ ଉପାଧ୍ୟକ୍ଷ ଜିତେନ୍ଦ୍ର କେଶରୀ ଆରୁଖ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ଉପସଭାପତି କଂଗ୍ରେସ ପ୍ରଧାନ, ସମ୍ପାଦକ ବିଶ୍ବନାଥ ରାଉତ,ସହ ସମ୍ପାଦକ ପ୍ରଶାନ୍ତ କୁମାର ସାହୁ, କୋଷାଧ୍ୟକ୍ଷ ବିପିନଚନ୍ଦ୍ର ନାୟକ, ସାଙ୍ଗଠନିକ ସମ୍ପାଦକ ଭବାନୀ ଶଙ୍କର ପ୍ରଧାନ, ଅଭ୍ୟର୍ଥନା ସମିତି ସଭାପତି ଶ୍ରୀନିବାସ ପ୍ରଧାନ, ଅଭ୍ୟର୍ଥନା ସମିତି ସମ୍ପାଦକ ସୁବାଷ ଚନ୍ଦ୍ର ପ୍ରଧାନ, ପ୍ରଦେଶ ଯୁବ ସଭାପତି ଆଲୋକ ପ୍ରଧାନ ପ୍ରମୁଖ ବିଭିନ୍ନ ଅଧିବେଶନରେ ଅତିଥି ଭାବରେ ଯୋଗଦେଇଥିଲେ। ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ସାକିରି ଠାରେ ଆସନ୍ତା ମହାଧିବେଶନ ୩ ବର୍ଷ ପରେ ହେବ। ଏନେଇ ଆଜିର ବୈଠକରେ ନିଷ୍ପତ୍ତି ନିଆଯାଇଥିଲା।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ଇନଷ୍ଟାଗ୍ରାମ ଆଇଡି ହ୍ୟାକ୍ କରି ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ, ଧରାପଡିବା ପରେ…..

ଆନନ୍ଦପୁର,୬ା୧୦(ସୁଶାନ୍ତ କୁମାର ସାହୁ ): ଇନଷ୍ଟାଗ୍ରାମ ଆଇଡି ହ୍ୟାକ କରି ଜଣେ ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ଘଷିପୁରା ପୋଲିସ ଜଣେ ଯୁବକକୁ ଗିରଫ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?