Posted inଖେଳ

କୁରୁଭିଲ୍ଲାଙ୍କ ବିରୋଧରେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ଅଭିଯୋଗ

ମୁମ୍ବାଇ, ୨୭ା୧୨ (ପି.ଟି.)- ନବ ନିଯୁକ୍ତ ଜାତୀୟ ଚୟନକର୍ତ୍ତା ଆବେ କୁରୁଭିଲ୍ଲାଙ୍କ ବିରୋଧରେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ଅଭିଯୋଗ ଆଣିଛନ୍ତି ମଧ୍ୟପ୍ରଦେଶ କ୍ରିକେଟ ଆସୋସିଏଶନର ପୂର୍ବତନ ସଦସ୍ୟ ସଞ୍ଜୀବ ଗୁପ୍ତା। କୁରୁଭିଲ୍ଲା ବର୍ତ୍ତମାନ ଦୁଇଟି ପଦବୀରେ ରହିଥିବା ସେ ଉଲ୍ଲେଖ କରିଛନ୍ତି। ଗୁପ୍ତା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଏଥିକ୍ସ ଅଫିସର ଜଷ୍ଟିସ୍‌ (ଅବସରପ୍ରାପ୍ତ) ଡି.କେ. ଜୈନଙ୍କ ନିକଟରେ ଅଭିଯୋଗ କରିଛନ୍ତି। କୁରୁଭିଲ୍ଲା ଡି. ଓ୍ବାଇ ପାଟିଲ ଏକାଡେମୀର ନିର୍ଦ୍ଦେଶକ ରହିଥିବାବେଳେ ବର୍ତ୍ତମାନ ଜାତୀୟ ଚୟନକର୍ତ୍ତା ହୋଇଛନ୍ତି। କୁରୁଭିଲ୍ଲା ଭାରତ ତରଫରୁ ୧୦ ଟେଷ୍ଟ ଏବଂ ୨୫ ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ ଖେଳିଛନ୍ତି। ମଦନଲାଲ, ଆର୍‌.ପି. ସିଂ ଏବଂ ସୁଲକ୍ଷଣା ନାଏକଙ୍କୁ ନେଇ ଗଠିତ ବିସିସିଆଇର କ୍ରିକେଟ ଉପଦେଷ୍ଟା କମିଟି (ସିଏସି) ଗୁରୁବାର ଜାତୀୟ ସିଲେକ୍ସନ ପ୍ୟାନେଲ ମନୋନୀତ କରିଛି। ଗୁପ୍ତା ଏହି ଭଳି ଏକ ଅଭିଯୋଗ ମୁମ୍ବାଇ କ୍ରିକେଟ ଆସୋସିଏଶନ (ଏମ୍‌ସିଏ) ସଭାପତି ବିଜୟ ପାଟିଲଙ୍କ ବିରୋଧରେ ଆଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର…

ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ଟି-୨୦ ବିଶ୍ଵକପ୍ ପୂର୍ବରୁ ପାକିସ୍ତାନକୁ ନିର୍ଧୂମ ଛେଚିଲା ଭାରତ; ୮ ୱିକେଟରେ ଜିତିଲା ମହିଳା ଦଳ

ବ୍ୟାଙ୍କକ୍,୧୫।୨: କଲମ୍ବୋରେ ଭାରତ ଓ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ହାଇଭୋଲଟେଜ୍ ପୁରୁଷ ଟି-୨୦ ବିଶ୍ଵକପ୍ ମ୍ୟାଚ୍ ପୂର୍ବରୁ, ବ୍ୟାଙ୍କକରେ ଭାରତୀୟ ମହିଳା ‘ଏ’ ଦଳ ପାକିସ୍ତାନକୁ…

IND vs PAK ମ୍ୟାଚ୍ ସମୟରେ କିପରି ରହିବ ପାଗ? ଶ୍ରୀଲଙ୍କାରେ ବର୍ଷା…

କଲମ୍ୱୋ,୧୫ା୨:  ଭାରତ ବନାମ ପାକିସ୍ତାନ ମ୍ୟାଚ୍ ସମୟରେ ବର୍ଷାର ଆଶଙ୍କା ଅଧିକ ରହିଛି । ଏହି T୨୦ ବିଶ୍ୱକପ୍ ୨୦୨୬ ମୁକାବିଲା କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ସନ୍ଧ୍ୟା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri