Posted inଖେଳ

ଶ୍ରୀଲଙ୍କାକୁ ଲାଗିପାରେ ବଡ଼ ଝଟକା: ଟି-୨୦ ବିଶ୍ୱକପ୍‌ ପୂର୍ବରୁ ବାଦ୍‌ ପଡ଼ିପାରେ ଏହି ପ୍ରମୁଖ କ୍ରିକେଟର୍‌

ନୂଆଦିଲ୍ଲୀ, ୧୬।୯: ଆଗାମୀ ଟି-୨୦ ବିଶ୍ୱକପ୍‌ ପୂର୍ବରୁ ଶ୍ରୀଲଙ୍କା କ୍ରିକେଟ ଟିମ୍‌କୁ ବଡ଼ ଝଟ୍‌କା ଲାଗିପାରେ। କାରଣ ଦଳର ପ୍ରମୁଖ ଖେଳାଳି କୁଶଲ ପେରେରା ଆହତ ହୋଇଛନ୍ତି। ଏହାକୁ ନେଇ ସେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି।

ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜର ତୃତୀୟ ତଥା ଅନ୍ତିମ ଟି-୨୦ ମ୍ୟାଚ୍‌ ସମୟରେ ପେରେରାଙ୍କ ଜଙ୍ଘରେ କଷ୍ଟ ଅନୁଭବ ହୋଇଥିଲା। ଫଳରେ ରନ୍‌ ନେବାବେଳେ ତାଙ୍କୁ ସଂଘର୍ଷ କରୁଥିବା ଦେଖିବାକୁ ମିଳିଥିଲା। ଚିକିତ୍ସା କରୁଥିବା ଡାକ୍ତର ସେପ୍ଟେମ୍ବର ୨୩ ପରେ ପେରେରାଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ସ୍ପଷ୍ଟ ହେବ ବୋଲି କହିଛନ୍ତି।

ନିକଟରେ କରୋନାରୁ ସୁସ୍ଥ ହେବା ପରେ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିଥିଲେ। ଏବେ ଆଘାତ ସମସ୍ୟା ଦେଇ ସେ ଗତି କରୁଥିବାରୁ ଦଳ ଚିନ୍ତାରେ ରହିଛି। ଯଦି ବିଶ୍ୱକପ୍‌ରେ ସେ ଖେଳି ନ ପାରନ୍ତି ତେବେ ଦଳକୁ ସବୁଠାରୁ ସଫଳ ବ୍ୟାଟ୍ସମ୍ୟାନ୍‌ଙ୍କ ବିନା ପଡ଼ିଆକୁ ଓହ୍ଲାଇବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri