Posted inଖେଳ

ପେରେରା ଶ୍ରୀଲଙ୍କା ଦିନିକିଆ ଅଧିନାୟକ

କଲମ୍ବୋ, ୧୩।୫(ପି.ଟି.)- ଉଇକେଟ କିପର ବ୍ୟାଟ୍ସମ୍ୟାନ କୁଶାଲ ପେରେରା ଶ୍ରୀଲଙ୍କା ଏକଦିବସୀୟ କ୍ରିକେଟ ଦଳର ଅଧିନାୟକ ନିଯୁକ୍ତ ହୋଇଛନ୍ତି। ଦିମୁଥ କରୁଣାରନେତ୍ଙ୍କ ସ୍ଥାନରେ ପେରେରାଙ୍କୁ ଏହି ଗୁରୁଦାୟିତ୍ୱ ମିଳିଛି। ଚଳିତ ମାସରେ ହେବାକୁଥିବା ବାଂଲାଦେଶ ବିପକ୍ଷ ସିରିଜ ପାଇଁ କୁଶାଲ ମେଣ୍ଡିସଙ୍କୁ ପେରେରାଙ୍କ ଡେପୁଟି ଅର୍ଥାତ୍‌ ଉପ-ଅଧିନାୟକ ମନୋନୀତ କରାଯାଇଛି। ଶ୍ରୀଲଙ୍କା ପକ୍ଷରୁ ପେରେରା ୧୦୧ ଦିନିକିଆ, ୨୨ ଟେଷ୍ଟ ଓ ୪୭ ଦିନିକିଆ ଖେଳିଛନ୍ତି। ବିଦାୟୀ ଅଧିନାୟକ କରୁଣାରନେତ୍ଙ୍କ ସମେତ ସିନିୟର ଅଲ୍‌ରାଉଣ୍ଡର ଆଞ୍ଜେଲୋ ମାଥ୍ୟୁସ, ଟପ୍‌ ଅର୍ଡର ବ୍ୟାଟ୍ସମ୍ୟାନ ଲାହିରୁ ଥିରିମାନେ ଏବଂ ଉଇକେଟ କିପର ଦୀନେଶ ଚଣ୍ଡିମଲଙ୍କୁ ଦଳରୁ ବାଦ୍‌ ଦିଆଯାଇଛି। କେତେକ ନୂଆ ମୁହଁଙ୍କୁ ଦଳରେ ସାମିଲ କରାଯାଇଛି। ଦ୍ରୁତ ବୋଲର ଚାମିକା କରୁଣାରନେତ୍ ଓ ବ୍ୟାଟ୍ସମ୍ୟାନ ଶିରନ ଫର୍ନାଣ୍ଡୋ ପ୍ରଥମଥର ପାଇଁ ଦଳରେ ସ୍ଥାନ ପାଇଥିବାବେଳେ କେତେକ ଟି୨୦ ମ୍ୟାଚ ଖେଳିଥିବା ସ୍ପିଡ୍‌ଷ୍ଟର ବିନୁରା ଫର୍ନାଣ୍ଡୋଙ୍କୁ ମଧ୍ୟ ନିଆଯାଇଛି। ଶ୍ରୀଲଙ୍କା ଦଳ ଚଳିତ ମାସ ୧୬ ତାରିଖରେ ବାଂଲାଦେଶ ଗସ୍ତ କରି ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳିବ। ଢାକାରେ ମ୍ୟାଚଗୁଡ଼ିକ ମେ’ ୨୩, ୨୫ ଓ ୨୮ ତାରିଖରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍‌ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ…

ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲେ ବୈଭବ ସୂର୍ଯ୍ୟବଂଶୀ, ଜୟ ଶାହାଙ୍କ ପାଦ ଛୁଇଁ ନେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ଇତିହାସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବାରେ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସର ଖେଳାଳି ହୋଇପାରିଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ…

ଏସୀୟ କ୍ରୀଡ଼ା: ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରି ଭାରତ ପାଇଁ ୨୦ତମ ସ୍ବର୍ଣ୍ଣ ପଦକ ଜିତିଲେ ଅମନ ସେହରାୱତ

ନୂଆଦିଲ୍ଲୀ,୩।୧୦: ଅମନ ସେହରାୱତ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେ ପୁରୁଷ ୫୭ କିଲୋଗ୍ରାମ ବର୍ଗର ଫାଇନାଲ ମୁକାବିଲାରେ ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରିଛନ୍ତି। ଏହି…

ଅଭିଷେକ କିମ୍ବା ତିଲକ ନୁହଁନ୍ତି, ଏହି ଦୁଇ ବୋଲର୍‌ ଟିମ ଇଣ୍ଡିଆକୁ ଦେଲେ ସ୍ବର୍ଣ୍ଣ ପଦକ, ନାମ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୩।୧୦: ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ପାକିସ୍ତାନକୁ ୧୯ ରନରେ ପରାସ୍ତ କରିଛି।…

ପାକିସ୍ତାନକୁ ଧୂଳି ଚଟାଇ ସ୍ବର୍ଣ୍ଣ ଜିତିଲା ଭାରତ

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ପାକିସ୍ତାନକୁ ୧୯ ରନରେ ପରାସ୍ତ କରି ଭାରତ ଏହି ସ୍ବର୍ଣ୍ଣ…

ବୈଭବ ସୂର୍ଯ୍ୟବଂଶୀଙ୍କ ୱିକେଟ ନେବା ପରେ ‘Baby Celebration’ କଲେ ସାଇମ ଆୟୁବ, ଅଭିଷେକ ନେଲେ ପ୍ରତିଶୋଧ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ପୁରୁଷ କ୍ରିକେଟ ଫାଇନାଲ ସମୟରେ, ସାଇମ ଆୟୁବ ବୈଭବ ସୂର୍ଯ୍ୟବଂଶୀଙ୍କୁ ଆଉଟ କରିବା ପରେ ‘Baby Celebration’ (ଶିଶୁକୁ କୋଳରେ ଧରି…

୧୫ ଛକା,୧୩ ଚୌକା, T20 କ୍ରିକେଟରେ ସର୍ବାଧିକ ସ୍କୋର ହାସଲ କଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପ୍ରଥମେ ବ୍ୟାଟିଂ କରି ଭାରତ ମୋଟ ୨୧୧ ରନ ସଂଗ୍ରହ କରିଛି। ଶେଷ ତିନି ଓଭରରେ ଶିବମ ଦୁବେ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?