ପିସିସି ସଭାପତି, ପ୍ରଭାରୀଙ୍କ କୁଶପୁତ୍ତଳିକା ପୋଡ଼ିଲେ

କଟକ,୯।୬(ଶିଳ୍ପା ପ୍ରିୟଦର୍ଶିନୀ)କଟକ ଜିଲା କଂଗ୍ରେସ ସଭାପତି ମାନସ ଚୌଧୁରୀଙ୍କୁ ଶୁକ୍ରବାର ଦଳରୁ ନିଲମ୍ବନ କରାଯାଇଛି। ଏହାକୁ କଟକ ଜିଲା ଛାତ୍ର କଂଗ୍ରେସ ପକ୍ଷରୁ ବିରୋଧ କରାଯାଇଛି। ଜିଲା ଛାତ୍ର କଂଗ୍ରେସ ସଭାପତି ଆଶୁତୋଷ ରାଉତଙ୍କ ନେତୃତ୍ୱରେ ଶନିବାର ପୂର୍ବାହ୍ନରେ ଶତାଧିକ ଯୁବ-ଛାତ୍ର କର୍ମୀ କଟକ ଲିଙ୍କ୍‌ରୋଡ୍‌ଠାରେ ଏକତ୍ରିତ ହୋଇ ନିଲମ୍ବନର ପ୍ରତିବାଦ କରିବା ସହ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଶରତ ପଟ୍ଟନାୟକ ଏବଂ ଓଡ଼ିଶା ପ୍ରଭାରୀ ଅଜୟ କୁମାରଙ୍କ କୁଶପୁତ୍ତଳିକା ଦାହ କରିଥିଲେ। ମାନସ ବିଭିନ୍ନ ସମୟରେ କଂଗ୍ରେସର ବହୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ନିର୍ବାହ କରିବା ସହ ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ସଦସ୍ୟ ଓ କଟକ ଜିଲା କଂଗ୍ରେସ ସଭାପତି ଥିଲେ। ଦଳ ପ୍ରତି ତାଙ୍କର ବହୁ ଅବଦାନ ରହିଛି। ହେଲେ ହଠାତ୍‌ କିଛି କାରଣ ନ ଥାଇ କେବଳ ଅସହିଷ୍ଣୁତା ହୋଇ ତାଙ୍କୁ ନିଲମ୍ବନ କରାଯାଇଛି। ଏପରି କି ନିଲମ୍ବନ ଅଗଣତାନ୍ତ୍ରିକ ଓ ଉଦ୍ଦେଶ୍ୟପ୍ରଣୋଦିତ ବୋଲି ଛାତ୍ର କଂଗ୍ରେସ ପକ୍ଷରୁ ଅଭିଯୋଗ ହୋଇଛି। ଏନେଇ ଆଶୁତୋଷ କହିଛନ୍ତି, ମାନସ ଚୌଧୁରୀଙ୍କୁ ଉଦ୍ଦେଶ୍ୟମୂଳକ ଭାବେ ନିଲମ୍ବନ କରାଯାଇଛି। ତାଙ୍କ ଉପରୁ ତୁରନ୍ତ ନିଲମ୍ବନ ପ୍ରତ୍ୟାହୃତ କରାଯିବା ସହ ନୈତିକତା ଦୃଷ୍ଟିରୁ ପିସିସି ସଭାପତି ଓ କଂଗ୍ରେସ ପ୍ରଭାରୀ ଇସ୍ତଫା ଦେବାକୁ ଦାବି କରୁଛୁ। ତୁରନ୍ତ ନିଲମ୍ବନ ନ ହଟାଇଲେ ଜିଲାବ୍ୟାପୀ ଆନ୍ଦୋଳନ କରାଯିବା ସହ କଂଗ୍ରେସରୁ ବହୁ କାର୍ଯ୍ୟକର୍ତ୍ତା ସମୂହ ଇସ୍ତଫା ଦେବେ ବୋଲି ରାଉତ କହିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ସଦାଶିବ ବାରିକ, ସୌମ୍ୟରଞ୍ଜନ ପ୍ରଧାନ, ଶରତ ଜେନା, ଇମ୍ରାନ୍‌ ଖାନ୍‌, ଶୁଭାଶିଷ ରାଉତ, ନିର୍ମଳ ସାମଲ, ନିତ୍ୟାନନ୍ଦ ମଲ୍ଲିକ, ରାକେଶ ବାରିକ, ରାକେଶ କୁମାର ପତି, ପ୍ରଦୀପ ରାଉତଙ୍କ ସମେତ ଶତାଧିକ କର୍ମୀ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଦଳବିରୋଧୀ କାର୍ଯ୍ୟ ପାଇଁ ଏଆଇସିସି ଅନୁମୋଦନକ୍ରମେ ପିସିସି ସଭାପତି ଶରତ ପଟ୍ଟନାୟକ ଦଳରୁ ମାନସଙ୍କୁ ନିଲମ୍ବନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ରାଜ୍ୟବାଦର ନଗ୍ନ ରୂପ

ଶୀତଳ ଯୁଦ୍ଧର ଅବସାନ ପରେ ସାମ୍ରାଜ୍ୟବାଦୀ ଆମେରିକାର ଔଦ୍ଧତ୍ୟ ଯେ ବହୁଗୁଣା ବଢ଼ିଯାଇଛି, ଏଥିରେ କେହି ଦ୍ୱିମତ ହେବେ ନାହିଁ। କେତେକ ରାଷ୍ଟ୍ରରେ ସାମରିକ ଶକ୍ତି...

ଆପଣା ପଣରେ ନାରୀ

ରାଜା ବ୍ରାହ୍ମଣମାନଙ୍କୁ ପୁଚ୍ଛାକଲେ, ‘ଯେଉଁ ଫଳ ଉପୁଜାଇ ସେ ଫଳ ଖାଇ କି ନ ଖାଇ’। ତହିଁକି ବ୍ରାହ୍ମଣ ବୋଇଲେ ଯେ ଯେଉଁ ଫଳ ଉପୁଜାଇ...

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ପୁଣି ଥର୍‌ ଆତଙ୍କ: ଆସିଲା ବୁଲେଟ୍‌କୁ ପିଟିଲା , ଜଣେ ମୃତ…

ଭୁବନେଶ୍ୱର,୨୧।୧: ରାଜଧାନୀରେ ପୁଣି ଥର୍‌ ଆତଙ୍କ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସାମ୍ନାରେ ବୁଲେଟ୍‌କୁ ଧକ୍କା ଦେଇଛି ଥର୍‌। ଘଟଣାସ୍ଥଳରେ ଜଣେ ମୃତ, ୨ ଜଣ ଗୁରୁତର...

ତାମିଲନାଡୁ ବିଧାନସଭାରୁ ରାଜ୍ୟପାଳଙ୍କ କକ୍ଷତ୍ୟାଗ

ଚେନ୍ନାଇ,୨୧ା୧: ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌. ରବି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଉଦ୍‌ବୋଧନ ନ ଦେଇ ଚାଲିଯାଇଛନ୍ତି। ବିନା ଭାଷଣରେ କକ୍ଷତ୍ୟାଗ କରିବା ରାଜ୍ୟପାଳ ରବିଙ୍କ ପାଇଁ...

ମଣ୍ଡିରୁ ଧାନ ଚୋରି ଅଭିଯୋଗ ପ୍ରସଙ୍ଗ: ୨ ଅଧିକାରୀଙ୍କ କଥାରେ ତାଳମେଳ ନାହିଁ

ଅମରପାଲି,୨୧ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ମଣ୍ଡିରେ ଚାଷୀ ବିକ୍ରି ପାଇଁ ରଖିଥିବା ଧାନରୁ ଗତ ୧୬ ତାରିଖ ରାତିରେ ୧୮ ପ୍ୟାକେଟ...

ଲିଭ୍‌ ଇନ୍‌ ରିଲେଶନଶିପ୍‌ରେ ମହିଳାଙ୍କୁ ସ୍ତ୍ରୀ ମାନ୍ୟତା ମିଳିବା ଆବଶ୍ୟକ: ହାଇକୋର୍ଟ

ଚେନ୍ନାଇ,୨୧ା୧: ଲିଭ୍‌-ଇନ୍‌ ରିଲେଶନଶିପ୍‌ରେ ଥିବା ମହିଳାଙ୍କୁ ଗାନ୍ଧର୍ବ ବିବାହ ବା ପ୍ରେମ ବିବାହ ଅନୁଯାୟୀ ସ୍ତ୍ରୀର ମାନ୍ୟତା ପ୍ରଦାନ ସହ ସୁରକ୍ଷା ଦିଆଯିବା ଆବଶ୍ୟକ। ଫଳରେ...

ICCର ଅଲ୍ଟିମେଟମ୍‌ ପରେ ବି ସୁଧୁରିଲାନି ବାଂଲାଦେଶ, ସିଧା ସିଧା ଶୁଣାଇଦେଲା ‘ଆମେ…’

ଢାକା,୨୧।୧: ଆସନ୍ତା ୭ ତାରିଖରୁ ହେବାକୁଥିବା ଟି୨୦ ବିଶ୍ୱକପ୍‌ରେ ଭାଗ ନେବା ପାଇଁ ବାଂଲାଦେଶ ଦଳ କୌଣସି ପରିସ୍ଥିତିରେ ଭାରତ ଯିବନାହିଁ। ୨୧ ତାରିଖ ସୁଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri