ପିସିସି ସଭାପତି, ପ୍ରଭାରୀଙ୍କ କୁଶପୁତ୍ତଳିକା ପୋଡ଼ିଲେ

କଟକ,୯।୬(ଶିଳ୍ପା ପ୍ରିୟଦର୍ଶିନୀ)କଟକ ଜିଲା କଂଗ୍ରେସ ସଭାପତି ମାନସ ଚୌଧୁରୀଙ୍କୁ ଶୁକ୍ରବାର ଦଳରୁ ନିଲମ୍ବନ କରାଯାଇଛି। ଏହାକୁ କଟକ ଜିଲା ଛାତ୍ର କଂଗ୍ରେସ ପକ୍ଷରୁ ବିରୋଧ କରାଯାଇଛି। ଜିଲା ଛାତ୍ର କଂଗ୍ରେସ ସଭାପତି ଆଶୁତୋଷ ରାଉତଙ୍କ ନେତୃତ୍ୱରେ ଶନିବାର ପୂର୍ବାହ୍ନରେ ଶତାଧିକ ଯୁବ-ଛାତ୍ର କର୍ମୀ କଟକ ଲିଙ୍କ୍‌ରୋଡ୍‌ଠାରେ ଏକତ୍ରିତ ହୋଇ ନିଲମ୍ବନର ପ୍ରତିବାଦ କରିବା ସହ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଶରତ ପଟ୍ଟନାୟକ ଏବଂ ଓଡ଼ିଶା ପ୍ରଭାରୀ ଅଜୟ କୁମାରଙ୍କ କୁଶପୁତ୍ତଳିକା ଦାହ କରିଥିଲେ। ମାନସ ବିଭିନ୍ନ ସମୟରେ କଂଗ୍ରେସର ବହୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ନିର୍ବାହ କରିବା ସହ ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ସଦସ୍ୟ ଓ କଟକ ଜିଲା କଂଗ୍ରେସ ସଭାପତି ଥିଲେ। ଦଳ ପ୍ରତି ତାଙ୍କର ବହୁ ଅବଦାନ ରହିଛି। ହେଲେ ହଠାତ୍‌ କିଛି କାରଣ ନ ଥାଇ କେବଳ ଅସହିଷ୍ଣୁତା ହୋଇ ତାଙ୍କୁ ନିଲମ୍ବନ କରାଯାଇଛି। ଏପରି କି ନିଲମ୍ବନ ଅଗଣତାନ୍ତ୍ରିକ ଓ ଉଦ୍ଦେଶ୍ୟପ୍ରଣୋଦିତ ବୋଲି ଛାତ୍ର କଂଗ୍ରେସ ପକ୍ଷରୁ ଅଭିଯୋଗ ହୋଇଛି। ଏନେଇ ଆଶୁତୋଷ କହିଛନ୍ତି, ମାନସ ଚୌଧୁରୀଙ୍କୁ ଉଦ୍ଦେଶ୍ୟମୂଳକ ଭାବେ ନିଲମ୍ବନ କରାଯାଇଛି। ତାଙ୍କ ଉପରୁ ତୁରନ୍ତ ନିଲମ୍ବନ ପ୍ରତ୍ୟାହୃତ କରାଯିବା ସହ ନୈତିକତା ଦୃଷ୍ଟିରୁ ପିସିସି ସଭାପତି ଓ କଂଗ୍ରେସ ପ୍ରଭାରୀ ଇସ୍ତଫା ଦେବାକୁ ଦାବି କରୁଛୁ। ତୁରନ୍ତ ନିଲମ୍ବନ ନ ହଟାଇଲେ ଜିଲାବ୍ୟାପୀ ଆନ୍ଦୋଳନ କରାଯିବା ସହ କଂଗ୍ରେସରୁ ବହୁ କାର୍ଯ୍ୟକର୍ତ୍ତା ସମୂହ ଇସ୍ତଫା ଦେବେ ବୋଲି ରାଉତ କହିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ସଦାଶିବ ବାରିକ, ସୌମ୍ୟରଞ୍ଜନ ପ୍ରଧାନ, ଶରତ ଜେନା, ଇମ୍ରାନ୍‌ ଖାନ୍‌, ଶୁଭାଶିଷ ରାଉତ, ନିର୍ମଳ ସାମଲ, ନିତ୍ୟାନନ୍ଦ ମଲ୍ଲିକ, ରାକେଶ ବାରିକ, ରାକେଶ କୁମାର ପତି, ପ୍ରଦୀପ ରାଉତଙ୍କ ସମେତ ଶତାଧିକ କର୍ମୀ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଦଳବିରୋଧୀ କାର୍ଯ୍ୟ ପାଇଁ ଏଆଇସିସି ଅନୁମୋଦନକ୍ରମେ ପିସିସି ସଭାପତି ଶରତ ପଟ୍ଟନାୟକ ଦଳରୁ ମାନସଙ୍କୁ ନିଲମ୍ବନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଥରିଲା ରାଜଧାନୀ, ଭୂକମ୍ପର ତୀବ୍ରତା ଥିଲା…

ନୂଆଦିଲ୍ଲୀ,୨।୮: ରାଜଧାନୀ ଦିଲ୍ଲୀରେ ରବିବାର (୨ ଅଗଷ୍ଟ) ଭୋର ପ୍ରାୟ ୪ଟା୧୪ ସମୟରେ ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ୨.୯ ତୀବ୍ରତାର ଭୂମିକମ୍ପର ପ୍ରଭାବ…

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…

ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri