କୁଶୁନୁପୁର ପ୍ରାଥମିକ ବିଦ୍ୟାଳୟ ଗୃହ ଜରାଜୀର୍ଣ୍ଣ

ପଟ୍ଟାମୁଣ୍ଡାଇ,୩।୯(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ କେନ୍ଦ୍ର ଓ ରାଜ୍ୟ ସରକାର ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ଅନେକ ପଦକ୍ଷେପ ଗ୍ରହଣ କରୁଛନ୍ତି। ହେଲେ ପ୍ରଶାସନିକ ଅଧିକାରୀଙ୍କ ନିଷ୍କ୍ରିୟତା ଯୋଗୁ ଏହାର ସୁଫଳ ମିଳିପାରୁନାହିଁ। ସ୍କୁଲର ଭିତ୍ତିଭୂମିର ବିକାଶ ପାଇଁ ସର୍ବଶିକ୍ଷା ଅଭିଯାନ ଯୋଜନାରେ ମଧ୍ୟ କୋଟି କୋଟି ଟଙ୍କା ବ୍ୟୟ କରାଯାଉଛି। ଏସବୁ ସତ୍ତ୍ୱେ ସ୍କୁଲଗୁଡିକର ଆଶାନୁରୂପ ଭିତ୍ତିଭୂମିର ବିକାଶ ସମ୍ଭବ ହୋଇପାରୁନାହିଁ। ପଟ୍ଟାମୁଣ୍ଡାଇ ବ୍ଲକ ସାନଜରିଆ ପଞ୍ଚାୟତ କୁଶୁନୁପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହ ଦୀର୍ଘଦିନ ହେବ ଆବଶ୍ୟକ ମରାମତି ଓ ରକ୍ଷଣାବେକ୍ଷଣ ଅଭାବରୁ ଅତ୍ୟନ୍ତ ଜରାଜୀର୍ଣ୍ଣ ଅବସ୍ଥାରେ ପଡିରହିଛି। ବିପଦଜନକ ଅବସ୍ଥାରେ ଶ୍ରେଣୀ ଗୃହରେ ଛାତ୍ରୀଛାତ୍ର ପାଠ ପଢିବାକୁ ବାଧ୍ୟ ହେଉଛନ୍ତି। ବିଦ୍ୟାଳୟରେ ପ୍ରଥମରୁ ୫ମ ଶ୍ରେଣୀ ପାଇଁ ଶିକ୍ଷାଦାନର ବ୍ୟବସ୍ଥା ରହିଛି। ଚଳିତବର୍ଷ ବିଦ୍ୟାଳୟରେ ୪୫ରୁ ଊର୍ଦ୍ଧ୍ୱ ପିଲା ଅଧ୍ୟୟନ କରୁଛନ୍ତି। ହେଲେ ବିଦ୍ୟାଳୟରେ ଆବଶ୍ୟକ ଶ୍ରେଣୀଗୃହ ନ ଥିବାରୁ ପିଲାଙ୍କୁ ପାଳି କରି ବାହାରେ ତ କେତେବେଳେ ବାରଣ୍ଡା ଓ କୋଠରୀରେ ବସାଇ ପଢାଯାଉଛି। ଫଳରେ ଗୋଟିଏ ବିଷୟକୁ ବାରମ୍ବାର ପାଠ ପଢାଇବାକୁ ପଡୁଛି ବୋଲି କହିଛନ୍ତି ଶିକ୍ଷକ।
ଅନ୍ୟପକ୍ଷେ ବିଦ୍ୟାଳୟରେ କେବଳ ଶ୍ରେଣୀଗୃହ ସହ ପାନୀୟଜଳ ପାଇଁ ଟିଉବଲ କି ପାଇଖାନା ନା ମଧ୍ୟାହ୍ନଭୋଜନ ରୋଷେଇ ପାଇଁ ଗୃହ ମଧ୍ୟ ନାହିଁ। ଗୋଟିଏ ପଟେ ରାଜ୍ୟ ସରକାର ପରିମଳ ବ୍ୟବସ୍ଥାକୁ ଗୁରୁତ୍ୱ ଦେଉଥିବା ସ୍ଥଳେ କୁଶୁନୁପୁର ସରକାରୀ ବିଦ୍ୟାଳୟରେ ଶୌଚାଳୟ ନ ଥିବା ଖବର ଅତି ଦୁର୍ଭାଗ୍ୟଜନକ। ସମସ୍ତ ବିଦ୍ୟାଳୟରେ ପାଇଖାନା ତଥା ପାନୀୟ ଜଳ ଉପଲବ୍ଧ କରାଇବାକୁ ସରକାରୀ ନିର୍ଦ୍ଦେଶ ଥିଲେ ମଧ୍ୟ ଏଭଳି ଦୟନୀୟ ଅବସ୍ଥାରେ ପଡି ରାହିଛି କୁଶୁନୁପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ। ଏ ନେଇ ଛାତ୍ର ଅଭିଭାବକ ମହଲରେ ଗଭୀର ଉଦ୍‌ବେଗ ପ୍ରକାଶ ପାଇଛି। କୁଶୁନୁପୁର ସରକାରୀ ପ୍ରାଥମିକ ବିଦ୍ୟାଳୟର ୨ଟି କୋଠରୀ ବିଶିଷ୍ଟ କୋଠାଘର ଏକ ପ୍ରକାର ଠିକ୍‌ ଥିବା ବେଳେ ଏକ ବୃହତ ଆଜବେଷ୍ଟସ ହଲ ଜୀର୍ଣ୍ଣଶୀର୍ଣ୍ଣ ହୋଇପଡିଛି। ମାତ୍ର ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ସମ୍ପୃକ୍ତ ଶ୍ରେଣୀଗୃହଗୁଡିକୁ ଅଦ୍ୟାବଧି ଅସୁରକ୍ଷିତ ଘୋଷଣା କରିନାହାନ୍ତି। ଏ ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। କୁଶୁନୁପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ବିପଦଜନକ ଅବସ୍ଥାରେ ଥିବା ଶ୍ରେଣୀଗୃହଗୁଡିକ ଛାତ୍ରୀଛାତ୍ରମାନଙ୍କ ଜୀବନ ପ୍ରତି ବିପଦ ଥିବାରୁ ଅବିଳମ୍ବେ ଅସୁରକ୍ଷିତ ଘୋଷଣା କରାଯିବା ସହିତ ଭାଙ୍ଗି ଦେବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ରାଜ୍ୟ ସରକାର ତଥା ଜିଲା ପ୍ରଶାସନ ପରିସ୍ଥିତିର ଗମ୍ଭୀରତାକୁ ଉପଲବ୍ଧି କରି ବିପଦଜନକ ଅବସ୍ଥାରେ ଥିବା ଶ୍ରେଣୀଗୃହଗୁଡିକୁ ଅସୁରକ୍ଷିତ ଘୋଷଣା କରିବା ସହ ପାନୀୟଜଳ, ପାଇଖାନା ଓ ନୂତନ ଗୃହ ନିର୍ମାଣ ଦିଗରେ ପଦକ୍ଷେପ ନେବାକୁ ମଦନ ମୋହନ ଦାସ, ବିଦ୍ୟାଧର କବି, ମହେଶ୍ୱର ନାୟକ, ବହ୍ଲବ ଚରଣ ବାରିକ, ହରେକୃଷ୍ଣ ରାଉତ, ମଦନ କୁମାର ଦାସ, କିରଣ ଦାସ, ଟିଟନ ଦାସ, ସୌରଭ ସାମଲ, ପ୍ରଦୀପ ନାୟକ ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri