କୁସୁମୀ ସେତୁ ରକ୍ଷଣାବେକ୍ଷଣ ଅଭାବରୁ ଦୁର୍ବଳ

ଖଣ୍ଡପଡ଼ା,୨ା୬(ସ୍ବ.ପ୍ର.): ଖଣ୍ଡପଡ଼ାରୁ ଭୁବନେଶ୍ୱର ଭାୟା ଭାପୁରକୁ ସଂଯୋଗ କରୁଥିବା ମୁଖ୍ୟ ପୂର୍ତ୍ତ ବିଭାଗ ରାସ୍ତାରେ ୧୯୬୨ରୁ ନିର୍ମିତ କୁସୁମୀ ସେତୁଟି ସମୟାନୁକ୍ରମେ ରକ୍ଷଣାବେକ୍ଷଣ ଅଭାବରୁ ଦୁର୍ବଳ ହେବାରେ ଲାଗିଛି। ସେତୁର ଉପର ଅଂଶର ବିଭିନ୍ନ ସ୍ଥାନରେ ଫାଟ ସୃଷ୍ଟି ହୋଇଥିବାବେଳେ ୨ ପାର୍ଶ୍ୱ ସୁରକ୍ଷା ପ୍ରାଚୀରର କିଛି ଅଂଶରୁ ସିମେଣ୍ଟ କଂକ୍ରିଟ ଛାଡି ଗଲାଣି। ସେହିପରି ସେତୁର ତଳପାର୍ଶ୍ୱ ବିଭିନ୍ନ ସ୍ଥାନରୁ ସିମେଣ୍ଟ କଂକ୍ରିଟ ଛାଡ଼ି ଯାଇଥିବା ପରିଲକ୍ଷିତ ହେଉଛି। ଦୀର୍ଘ ୬୦ବର୍ଷ ଧରି ଅଞ୍ଚଳବାସୀଙ୍କ ସେବାରେ ଆସୁଥିବା ଏହି ସେତୁ ଉପର ଦେଇ ଦୈନିକ ଶତାଧିକ ସଂଖ୍ୟା ଯାତ୍ରୀବାହୀ ବସ୍‌ ସାଙ୍ଗକୁ ଭାରିଯାନଗୁଡିକ ଚଳାଚଳ କରୁଛି। ଏହି ସେତୁର ଆବଶ୍ୟକ ମରାମତି ଦିଗରେ ପୂର୍ତ୍ତ ବିଭାଗ ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି। ଏକଦା ଉକ୍ତ ସେତୁର ୨ ଖମ୍ବ (ପିଲାର) ମଧ୍ୟସ୍ଥ ଯୋଡ଼େଇ ସ୍ଥାନରେ ଲାଗିଥିବା ଲୁହା ପ୍ଲେଟଗୁଡ଼ିକ ଦୁର୍ବୃତ୍ତ ଓ ଅସାମାଜିକ ବ୍ୟକ୍ତିମାନେ ଦୀର୍ଘବର୍ଷ ତଳୁ ଚୋରି କରି ନେଇଥିବା ଜଣାପଡିଛି। ପ୍ରତିବର୍ଷ ବନ୍ୟା ସମୟରେ କୁସୁମୀ ନଦୀର ଉଭୟପାର୍ଶ୍ୱ ପଠା ନଦୀ ଗର୍ଭରେ ଲୀନ ହେବାରେ ଲାଗିଛି। ତେବେ ସେତୁର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରୁ ଅବାଧରେ ଶତାଧିକ ଟ୍ରିପ ବାଲି ଚାଲାଣ ହେଉଥିବାରୁ କୁସୁମୀ ସେତୁ ପ୍ରତି ବିପଦର କାରଣ ପାଲଟିଛି। ଅବାଧ ବାଲି ଉତ୍ତୋଳନ ଉପରେ ତହସିଲ ପ୍ରଶାସନ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି। ସମୟାନୁକ୍ରମେ ଦୁର୍ବଳ ହୋଇ ପଡୁଥିବା କୁସୁମୀ ସେତୁ ପ୍ରତି ଜିଲା ପ୍ରଶାସନ ଓ ପୂର୍ତ୍ତ ବିଭାଗ ମୁଖ୍ୟଯନ୍ତ୍ରୀ, ସଚିବ ଦୃଷ୍ଟି ଦେବାକୁ ଖଣ୍ଡପଡ଼ା ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri