କୁସୁମୀ ସେତୁ ରକ୍ଷଣାବେକ୍ଷଣ ଅଭାବରୁ ଦୁର୍ବଳ

ଖଣ୍ଡପଡ଼ା,୨ା୬(ସ୍ବ.ପ୍ର.): ଖଣ୍ଡପଡ଼ାରୁ ଭୁବନେଶ୍ୱର ଭାୟା ଭାପୁରକୁ ସଂଯୋଗ କରୁଥିବା ମୁଖ୍ୟ ପୂର୍ତ୍ତ ବିଭାଗ ରାସ୍ତାରେ ୧୯୬୨ରୁ ନିର୍ମିତ କୁସୁମୀ ସେତୁଟି ସମୟାନୁକ୍ରମେ ରକ୍ଷଣାବେକ୍ଷଣ ଅଭାବରୁ ଦୁର୍ବଳ ହେବାରେ ଲାଗିଛି। ସେତୁର ଉପର ଅଂଶର ବିଭିନ୍ନ ସ୍ଥାନରେ ଫାଟ ସୃଷ୍ଟି ହୋଇଥିବାବେଳେ ୨ ପାର୍ଶ୍ୱ ସୁରକ୍ଷା ପ୍ରାଚୀରର କିଛି ଅଂଶରୁ ସିମେଣ୍ଟ କଂକ୍ରିଟ ଛାଡି ଗଲାଣି। ସେହିପରି ସେତୁର ତଳପାର୍ଶ୍ୱ ବିଭିନ୍ନ ସ୍ଥାନରୁ ସିମେଣ୍ଟ କଂକ୍ରିଟ ଛାଡ଼ି ଯାଇଥିବା ପରିଲକ୍ଷିତ ହେଉଛି। ଦୀର୍ଘ ୬୦ବର୍ଷ ଧରି ଅଞ୍ଚଳବାସୀଙ୍କ ସେବାରେ ଆସୁଥିବା ଏହି ସେତୁ ଉପର ଦେଇ ଦୈନିକ ଶତାଧିକ ସଂଖ୍ୟା ଯାତ୍ରୀବାହୀ ବସ୍‌ ସାଙ୍ଗକୁ ଭାରିଯାନଗୁଡିକ ଚଳାଚଳ କରୁଛି। ଏହି ସେତୁର ଆବଶ୍ୟକ ମରାମତି ଦିଗରେ ପୂର୍ତ୍ତ ବିଭାଗ ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି। ଏକଦା ଉକ୍ତ ସେତୁର ୨ ଖମ୍ବ (ପିଲାର) ମଧ୍ୟସ୍ଥ ଯୋଡ଼େଇ ସ୍ଥାନରେ ଲାଗିଥିବା ଲୁହା ପ୍ଲେଟଗୁଡ଼ିକ ଦୁର୍ବୃତ୍ତ ଓ ଅସାମାଜିକ ବ୍ୟକ୍ତିମାନେ ଦୀର୍ଘବର୍ଷ ତଳୁ ଚୋରି କରି ନେଇଥିବା ଜଣାପଡିଛି। ପ୍ରତିବର୍ଷ ବନ୍ୟା ସମୟରେ କୁସୁମୀ ନଦୀର ଉଭୟପାର୍ଶ୍ୱ ପଠା ନଦୀ ଗର୍ଭରେ ଲୀନ ହେବାରେ ଲାଗିଛି। ତେବେ ସେତୁର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରୁ ଅବାଧରେ ଶତାଧିକ ଟ୍ରିପ ବାଲି ଚାଲାଣ ହେଉଥିବାରୁ କୁସୁମୀ ସେତୁ ପ୍ରତି ବିପଦର କାରଣ ପାଲଟିଛି। ଅବାଧ ବାଲି ଉତ୍ତୋଳନ ଉପରେ ତହସିଲ ପ୍ରଶାସନ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି। ସମୟାନୁକ୍ରମେ ଦୁର୍ବଳ ହୋଇ ପଡୁଥିବା କୁସୁମୀ ସେତୁ ପ୍ରତି ଜିଲା ପ୍ରଶାସନ ଓ ପୂର୍ତ୍ତ ବିଭାଗ ମୁଖ୍ୟଯନ୍ତ୍ରୀ, ସଚିବ ଦୃଷ୍ଟି ଦେବାକୁ ଖଣ୍ଡପଡ଼ା ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri