ଉଜୁଡୁଛି କୁସୁମୀ କାଜୁ ବଗିଚା

ଖଣ୍ଡପଡ଼ା,୧୯।୧(ସ୍ବ.ପ୍ର.) – ସ୍ଥାନୀୟ କୁସୁମୀ ନଦୀ ପଠାରୁ ବନ୍ୟା ସମୟରେ ମାଟି କ୍ଷୟ ରୋକିବାକୁ ଖଣ୍ଡପଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ହଜାରରୁ ଊର୍ଦ୍ଧ୍ୱ କାଜୁ ଚାରା ରୋପଣ କରାଯାଇଥିଲା । ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ସେହି କାଜୁ ବଗିଚା ଏବେ ଉଜୁଡିବାରେ ଲାଗିଛି  । ଦୈନିକ କାଠ ମାଫିଆମାନେ ଉକ୍ତ ସ୍ଥାନରୁ ଫଳନ୍ତି କାଜୁ ଗଛଗୁଡ଼ିକ କାଟି ନେଉଛନ୍ତି । ଏନଏସି କର୍ତ୍ତୃପକ୍ଷ ପ୍ରତିବର୍ଷ କାଜୁ ବଗିଚାକୁ ସ୍ଥାନୀୟ ବାସିନ୍ଦାଙ୍କୁ ନିଲାମ ସୁତ୍ରରେ ଦେଇ ରାଜସ୍ବ ଆଦାୟ କରୁଥିଲେ। ମାତ୍ର ଗତ ୨ବର୍ଷ ଧରି ଏନଏସି କର୍ତ୍ତୃପକ୍ଷ ଉକ୍ତ କାଜୁ ବଗିଚା ପ୍ରତି ଧ୍ୟାନ ନ ଦେଇ ନୀରବଦ୍ରଷ୍ଟା ସାଜିଛନ୍ତି  । ଏହାର ସୁଯୋଗ ନେଇ କାଠ ମାଫିଆମାନେ କାଜୁଗଛଗୁଡିକ ସ୍ପଷ୍ଟ ଦିବାଲୋକରେ କାଟି ନେଉଥିବା ଦେଖିବାକୁ ମିଳୁଛି  । ଏ ସଂକ୍ରାନ୍ତରେ ଏନ୍‌ଏସି କର୍ତ୍ତୃପକ୍ଷ ସବୁଦେଖି ନ ଦେଖିବା ନ୍ୟାୟରେ ନୀରବ ରହୁଥିବାରୁ ସାଧାରଣରେ ପ୍ରତିକ୍ରିୟା ପ୍ରକାଶ ପାଇଛି। ଏବେ ଉକ୍ତ କାଜୁ ବଗିଚାରୁ ଶତାଧିକ ଗଜା ଗଛଗୁଡ଼ିକ କାଠ ମାଫିଆମାନେ କାଟି ନେଇଥିବା ଅଭିଯୋଗ ହେଉଛି । କାଜୁ ବଗିଚାର ସୁରକ୍ଷା ଦିଗରେ ଏନଏସି କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ଦାବି ହୋଇଛି। ଖଣ୍ଡପଡ଼ା ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ସଞ୍ଜୀବ କୁମାର ମହାପାତ୍ରଙ୍କ ସହ ଏ ନେଇ ଯୋଗାଯୋଗ କରିବାରେ ସେଥିପ୍ରତି ଦୃଷ୍ଟି ଦେବେ ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri