ଉଜୁଡୁଛି କୁସୁମୀ କାଜୁ ବଗିଚା

ଖଣ୍ଡପଡ଼ା,୧୯।୧(ସ୍ବ.ପ୍ର.) – ସ୍ଥାନୀୟ କୁସୁମୀ ନଦୀ ପଠାରୁ ବନ୍ୟା ସମୟରେ ମାଟି କ୍ଷୟ ରୋକିବାକୁ ଖଣ୍ଡପଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ହଜାରରୁ ଊର୍ଦ୍ଧ୍ୱ କାଜୁ ଚାରା ରୋପଣ କରାଯାଇଥିଲା । ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ସେହି କାଜୁ ବଗିଚା ଏବେ ଉଜୁଡିବାରେ ଲାଗିଛି  । ଦୈନିକ କାଠ ମାଫିଆମାନେ ଉକ୍ତ ସ୍ଥାନରୁ ଫଳନ୍ତି କାଜୁ ଗଛଗୁଡ଼ିକ କାଟି ନେଉଛନ୍ତି । ଏନଏସି କର୍ତ୍ତୃପକ୍ଷ ପ୍ରତିବର୍ଷ କାଜୁ ବଗିଚାକୁ ସ୍ଥାନୀୟ ବାସିନ୍ଦାଙ୍କୁ ନିଲାମ ସୁତ୍ରରେ ଦେଇ ରାଜସ୍ବ ଆଦାୟ କରୁଥିଲେ। ମାତ୍ର ଗତ ୨ବର୍ଷ ଧରି ଏନଏସି କର୍ତ୍ତୃପକ୍ଷ ଉକ୍ତ କାଜୁ ବଗିଚା ପ୍ରତି ଧ୍ୟାନ ନ ଦେଇ ନୀରବଦ୍ରଷ୍ଟା ସାଜିଛନ୍ତି  । ଏହାର ସୁଯୋଗ ନେଇ କାଠ ମାଫିଆମାନେ କାଜୁଗଛଗୁଡିକ ସ୍ପଷ୍ଟ ଦିବାଲୋକରେ କାଟି ନେଉଥିବା ଦେଖିବାକୁ ମିଳୁଛି  । ଏ ସଂକ୍ରାନ୍ତରେ ଏନ୍‌ଏସି କର୍ତ୍ତୃପକ୍ଷ ସବୁଦେଖି ନ ଦେଖିବା ନ୍ୟାୟରେ ନୀରବ ରହୁଥିବାରୁ ସାଧାରଣରେ ପ୍ରତିକ୍ରିୟା ପ୍ରକାଶ ପାଇଛି। ଏବେ ଉକ୍ତ କାଜୁ ବଗିଚାରୁ ଶତାଧିକ ଗଜା ଗଛଗୁଡ଼ିକ କାଠ ମାଫିଆମାନେ କାଟି ନେଇଥିବା ଅଭିଯୋଗ ହେଉଛି । କାଜୁ ବଗିଚାର ସୁରକ୍ଷା ଦିଗରେ ଏନଏସି କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ଦାବି ହୋଇଛି। ଖଣ୍ଡପଡ଼ା ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ସଞ୍ଜୀବ କୁମାର ମହାପାତ୍ରଙ୍କ ସହ ଏ ନେଇ ଯୋଗାଯୋଗ କରିବାରେ ସେଥିପ୍ରତି ଦୃଷ୍ଟି ଦେବେ ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri