ବାତିଲ ହେଲା କୁସୁର୍ଲା ମକରମେଳା: ୪୫ଖଣ୍ଡ ଗ୍ରାମର ସଭ୍ୟଙ୍କୁ ନେଇ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି

ପଲମ, ୧୭।୧୨ (ଡି.ଏନ୍‌.ଏ)-କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରା ପଞ୍ଚାୟତ ସ୍ଥିତ କୁସୁର୍ଲା ନିଳକଣ୍ଠେଶ୍ୱର ମନ୍ଦିର ପରିସରରେ ୪୫ ଖଣ୍ଡ ଗ୍ରାମର ସଭ୍ୟମାନଙ୍କୁ ନେଇ ବୁଧବାର ବୈଠକ ଅନୁଷ୍ଠିତ ହୋଇଥିଲା। ଆସନ୍ତା ଜାନୁଆରି ୧୪ ତାରିଖରେ ନିଳକଣ୍ଠେଶ୍ୱର ମନ୍ଦିରରେ ସ୍ବତନ୍ତ୍ର ପୂଜା ଓ ମକରମେଳା ନେଇ ଆଲୋଚନା ହୋଇଥିଲା । କରୋନା ମହାମାରୀକୁ ଦୃଷ୍ଟିରେ ରଖି ଓ ସରକାରଙ୍କ କୋଭିଡ଼ ଗାଇଡ଼ ଲାଇନକୁ ମାନିବାକୁ ଯାଇ ମେଳାକୁ ବାତିଲ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିଲା । ତେଣୁ ମେଳାକୁ ଆସୁଥିବା ବ୍ୟବସାୟୀ ଓ ସାଧାରଣ ଲୋକଙ୍କୁ ନ ଆସିବାକୁ ଅନୁରୋଧ କରାଯାଇଛି। ମେଳା ସହିତ ସମସ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ ବାତିଲ କରାଯାଇଛି । କେବଳ ବିଧି ରକ୍ଷା କରି ମନ୍ଦିରରେ ହାତଗଣତି ଲୋକଙ୍କୁ ନେଇ ପୂଜାର୍ଚ୍ଚନା କରାଯିବ। ଏହି ବୈଠକରେ ନିଳକଣ୍ଠେଶ୍ୱର ମନ୍ଦିର ପରିଚାଳନା କମିଟିରେ ସଭ୍ୟ ଥିବା ୪୫ଖଣ୍ଡ ଗ୍ରାମର ସଭ୍ୟ ଯୋଗଦାନ କରିଥିଲେ । ସ୍ଥାୟୀ ସଭାପତି ଜଗତରାମ ଭୋଇ ବୈଠକରେ ସଭାପତିତ୍ୱ କରିଥିଲେ। ସ୍ଥାୟୀ ସମ୍ପାଦକ କଂସାସୁର ଜାନୀ ଉପସ୍ଥିତ ରହି ସଭା କାର୍ଯ୍ୟ ଆରମ୍ଭ କରିଥିଲେ। ସଭାପତି ଜଗତରାମ ଭୋଇ କହିଥିଲେ ଯେ, ପ୍ରତିବର୍ଷ ଜାକଜମକରେ ପାଳିତ ହୋଇଆସୁଥିବା ଅଞ୍ଚଳର ପ୍ରସିଦ୍ଧ କୁସୁର୍ଲା ମକର ମେଳା ବାତିଲ କରାଗଲା । ସରକାରଙ୍କ କୋଭିଡ଼ ୧୯ ଗାଇଡ଼ ଲାଇନକୁ ପାଳନ କରି ମନ୍ଦିର ଭିତରେ ପୂଜା କରାଯିବ । ସମ୍ପାଦକ କଂସାସୁର ଜାନୀ କହିଥିଲେ, ଯାତ୍ରା ହେବ ନାହିଁ କି ରଥ ମଧ୍ୟ ବୁଲିବ ନାହିଁ। ମନ୍ଦିର ପୂଜକ ନେତ୍ରାନନ୍ଦ ବଡ଼ମାଳି କହିଥିଲେ, ସରକାରଙ୍କ ନିୟମକୁ ପାଳନ କରାଯାଇ ସାମାଜିକ ଦୂରତା ରକ୍ଷା କରି ମନ୍ଦିର ଭିତରେ ପୂଜା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

ଭଉଣୀ ଘରକୁ ଆସି ଗାଁକୁ ଫେରୁଥିଲେ, ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଛିଟିକି ପଡ଼ିଲା ବାଇକ୍, ଦୁଇ ଜଣ…

ଥୁଆମୂଳ ରାମପୁର,୨୯।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା-କଲେଜ ଛକ ମଧ୍ୟବର୍ତ୍ତୀ ଡୁମେର ଗଛ ବୁଲାଣି ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୬:୧୦…

କେସିଙ୍ଗାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୨୧ ଦୋକାନରୁ ୧୩ ହଜାର ଜରିମାନା, ୩୮ କେଜି ବାସି ଖାଦ୍ୟ ନଷ୍ଟ

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟ ଓ ମିଠା ଦୋକାନଗୁଡ଼ିକରେ ଶନିବାର କଳାହାଣ୍ଡି ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଆକସ୍ମିକ ଚଢ଼ାଉ…

ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ: ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର

କର୍ଲାମୁଣ୍ଡା, ୨୯।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାସ୍ଥିତ ରାଧାମାଧବ ଯୁବକ ସଂଘ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି।…

ରାଜସ୍ବ ଆଦାୟରେ ଆଗୁଆ, ସୁରକ୍ଷା ଦିଗରେ ପଛୁଆ: ଆରଟିଓଙ୍କ ପାଖରେ ସୂଚନା ମିଳୁନି, କିରାଣି ସର୍ବେସବା, ବୈଠକରେ ସୀମିତ

ଭବାନୀପାଟଣା,୨୯।୮(ଉତ୍ତମ କୁମାର ଦାଶ): ଜିଲା ସ୍ତରରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଯାତାୟତ ବ୍ୟବସ୍ଥାର ସୁଧାର ପାଇଁ ଜିଲା ସ୍ତରରେ ଏକ ସଡ଼କ ସୁରକ୍ଷା ସମିତି କମିଟି…

ପୁନଃରୁଦ୍ଧାର ହେବ କେସିଙ୍ଗା କୋଣାର୍କ ସୂତାକଳ: ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା କୋଣାର୍କ ସୂତାକଳର ପୁନରୁଦ୍ଧାର,କାର୍ଯ୍ୟକ୍ଷମ ଓ ଘରୋଇକରଣ କରାଯିବା ପାଇଁ ରାଜ୍ୟ ସରକାରଙ୍କ ସମବାୟ ତଥା ହସ୍ତତନ୍ତ ଓ ବୟନଶିଳ୍ପ…

ବନ୍ୟା ଉଜାଡ଼ିଲା ଚାଷୀଙ୍କ ସ୍ବପ୍ନ: ଜମି ବାଲିଚର, ଧାନଫସଲ ପଚି ନଷ୍ଟ

ଭବାନୀପାଟଣା,୨୯ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ଓ କଲମପୁର ବ୍ଲକର ହାତୀ ନଦୀକୁଳିଆ ଚାଷୀଙ୍କ ସ୍ବପ୍ନ ବନ୍ୟା ଉଜାଡ଼ିଦେଇଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳର ଚାଷୀମାନେ ଚିନ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri