ଆଶିଷଙ୍କ ପରେ ଡେପୁଟେଶନରେ ଯିବେ କୁଟ୍ଟେ

ଭୁବନେଶ୍ୱର,୯ା୧୨(ସୁନିତ୍‌ ମିଶ୍ର): ଆଇପିଏସ୍‌ ଅଫିସର ଡି.ଏସ୍‌ କୁଟ୍ଟେ କେନ୍ଦ୍ରୀୟ ଡେପୁଟେଶନରେ ଯିବାନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବରିଷ୍ଠ ଆଇପିଏସ୍‌ ଅଫିସର ଆଶିଷ ସିଂଙ୍କ ଡେପୁଟେଶନ ଯିବା ଘୋଷଣା ହେବା ପରେ ଡି.ଏସ୍‌. କୁଟ୍ଟେଙ୍କ ବିଜ୍ଞପ୍ତି ଜାରି ହୋଇଛି। ବିଏସ୍‌ଏଫ୍‌ ଆଇଜି ଭାବେ କୁଟ୍ଟେ ଡେପୁଟେଶନରେ ଯିବେ। ଏବେ ସେ ଗୃହ ବିଭାଗ ଓଏସ୍‌ଡି ଭାବେ ଦାୟିତ୍ୱରେ ଅଛନ୍ତି। ୨୦୨୮ରେ ଅବସର କିମ୍ବା ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ବିଏସ୍‌ଏଫ୍‌ ଆଇଜି ଭାବେ ଡି.ଏସ୍‌. କୁଟ୍ଟେ ଦାୟିତ୍ୱରେ ରହିବେ ବୋଲି ଜଣାପଡ଼ିଛି। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ମୁଖ୍ୟ ଶାସନ ସଚିବଙ୍କୁ ଚିଠି କରାଯାଇଛି। ଶନିବାର ଆଶିଷ ସିଂ ଆଇଟିବିପି ଆଇଜି ଭାବେ ବଦଳି ହୋଇଥିଲେ। ସୂଚନାଯୋଗ୍ୟ, ଦୁଇ ବରିଷ୍ଠ ଆଇପିଏସ୍‌ ଅଫିସର ଡିଏସ୍‌ କୁଟ୍ଟେ ଏବଂ ଆଶିଷ ସିଂ ଗତ ସରକାର ସମୟରେ ବହୁ କ୍ଷମତାଶାଳୀ ହୋଇରହିଥିଲେ। କାର୍ତ୍ତିକ ପାଣ୍ଡିଆନଙ୍କ ଖାସ୍‌ ସହଯୋଗୀ ଭାବେ ଉଭୟଙ୍କ ନଁାକୁ ନେଇ ସବୁବେଳେ ଚର୍ଚ୍ଚା ହେଉଥିଲା। ଗତ ସାଧାରଣ ନିର୍ବାଚନ ସମୟରେ ନିର୍ବାଚନ ଆୟୋଗ ଉଭୟ ଅଫିସରଙ୍କ ବିରୋଧରେ ବିଜେଡି ସପକ୍ଷରେ କାର୍ଯ୍ୟ କରୁଥିବାର ପ୍ରମାଣ ଦେଇ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶକୁ ପାଳନ କରି ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡିଏସ୍‌ କୁଟ୍ଟେଙ୍କୁ ଗତ ଅଗଷ୍ଟ ୨୧ରେ ଓ ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଆଶିଷ ସିଂଙ୍କୁ ଗତ ଅଗଷ୍ଟ ୬ରେ କାରଣଦର୍ଶାଅ ନୋଟିସ ଜାରି କରାଯାଇଥିଲା। ବିଜେଡି ପାଇଁ କାର୍ଯ୍ୟ କରିବା ଓ କ୍ଷମତାର ଅପବ୍ୟବହାର କରି ସରକାରୀ କଳ ଉପରେ ଚାପ ପକାଇବାର ବଳିଷ୍ଠ ପ୍ରମାଣ କୁଟ୍ଟେଙ୍କ ବିରୋଧରେ ରହିଛି। ରାଜ୍ୟର ଦୁଇ ଆଇଏଏସ୍‌ ଅଫିସର ଏନ. ଥିରୁମାଳା ନାଏକ ଯିଏକି ତତ୍କାଳୀନ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଓ ଖୋର୍ଦ୍ଧା ଜିଲାପାଳ ଚଞ୍ଚଲ ରାଣା ସେତେବେଳେ ଲିଖିତ ଭାବେ କୁଟ୍ଟେଙ୍କ ବିରୋଧରେ ଅଭିଯୋଗ କରିଥିଲେ। ଅନ୍ୟପକ୍ଷରେ, ଆଇପିଏସ୍‌ ଅଫିସର ଆଶିଷ ସିଂଙ୍କ ବିରୋଧରେ ମଧ୍ୟ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କୁହାଯାଉଥିଲା। ହେଲେ ବିଜେଡି ସରକାର ଯିବାର ୬ ମାସ ମଧ୍ୟରେ କେନ୍ଦ୍ରୀୟ ଡେପୁଟେଶନକୁ ଯିବାରେ ଆଶିଷ ସକ୍ଷମ ହୋଇଛନ୍ତି। ତାଙ୍କୁ ତତ୍କାଳ କେନ୍ଦ୍ରୀୟ ଡେପୁଟେଶନରେ ପଠାଇବାକୁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ନିର୍ଦ୍ଦେଶ ଦେଇଛନ୍ତି। ଆଇଟିବିପି ଆଇଜି ଭାବେ ତାଙ୍କ ନିଯୁକ୍ତି ନେଇ ନିର୍ଦ୍ଦେଶ ଜାରି ହୋଇଛି। ଏହାପରେ କୁଟ୍ଟେ ଖୁବ୍‌ଶୀଘ୍ର ଡେପୁଟେଶନ ଅବା ସ୍ବେଚ୍ଛାକୃତ ଅବସର ପାଇଁ ଆବେଦନ କରିପାରନ୍ତି ବୋଲି କୁହାଯାଉଥିଲା। ତେବେ ବର୍ତ୍ତମାନ ତାଙ୍କୁ ମଧ୍ୟ ବିଏସ୍‌ଏଫ୍‌ ଆଇଜି ଭାବେ ନିଯୁକ୍ତି ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ମୁଖ୍ୟ ସଚିବଙ୍କୁ ଚିଠି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri