ନେତାଜୀଙ୍କ ଜୟନ୍ତୀରେ ଲୋକାର୍ପିତ ହେଲା କୁଟିଆ ସଂଗ୍ରହାଳୟ

ତୁମୁଡ଼ିବନ୍ଧ,୨୩ା୧(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ ବସବାସ କରୁଥିବା ଅନୁସୂଚିତ ଜନଜାତିମାନଙ୍କ ମଧ୍ୟରେ କୁଟିଆ ଆଦିମ ଜନଜାତି ଅଟେ। ଏମାନଙ୍କ ଜୀବନ ଶୈଳୀର ପରମ୍ପରା, ସଂସ୍କୃତିରେ ରହିଛି ସମାଜକୁ ବିଭିନ୍ନ ଶିକ୍ଷଣୀୟ ବିଷୟ। ତାହା ଏବେ ଲୋପ ପାଇବାକୁ ବସିଲାଣି। ତାହା କିପରି ସୁରକ୍ଷିତ ରହିବ ତାହା ଉପରେ ପଦେ ଆଗକୁ ଯାଇ ଏହି ସଂଗ୍ରହାଳୟ କରାଯାଇଛି। ଏହି ସଂଗ୍ରହାଳୟ କନ୍ଧମାଳ ଜିଲା ତୁମୁଡିବନ୍ଧ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗୁରୁବାର ଉଦଘାଟିତ ହୋଇଛି। ବିଦ୍ୟାଳୟର ଅଧ୍ୟକ୍ଷ ଡଃ ସୁନୀଲ କୁମାର ପାତ୍ରଙ୍କ ପରିଚାଳନାରେ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଏହି ସଂଗ୍ରହାଳୟକୁ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ବାଲିଗୁଡ଼ା ଆଇଟିଡିଏ ପିଏ ଗଦାଧର ପାତ୍ର, ତୁମୁଡିବନ୍ଧ ବିଡିଓ ବନବିହାରୀ ହରପାଲ ଓ ତୁମୁଡିବନ୍ଧ ବ୍ଲକ ଅଧ୍ୟକ୍ଷା ବାସନ୍ତୀ ମାଝୀ, ଜିଲା ପରିଷଦ ସଭ୍ୟ ନବୀନ ପାତ୍ର, ପୂର୍ବତନ ବିଧାୟକ ରାଜୀବ ପାତ୍ର ତୁମୁଡିବନ୍ଧ ବ୍ଲକ ଏମ୍‌ପି ପ୍ରତିନିଧି ପୂର୍ଣ୍ଣଚନ୍ଦ୍ର ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ। ଏମ୍‌ପି ପାଣିଗ୍ରାହୀ ଏପରି ପଦକ୍ଷେପକୁ ପ୍ରଶଂସା କରିବା ସହିତ ଧନ୍ୟବାଦ ଜଣାଇଛନ୍ତି। ଏହି ସଂଗ୍ରହାଳୟରେ ଆଦିବାସୀଙ୍କ ପାରମ୍ପରିକ ଖାଦ୍ୟର ନମୁନା, ବାଦ୍ୟଯନ୍ତ୍ର, ଅସ୍ତ୍ରଶସ୍ତ୍ର, ଅଳଙ୍କାର, କୃଷି ସାମଗ୍ରୀଗୁଡ଼ିକ ରଖାଯାଇଛି। ଯାହାକି ଆଗାମୀ ଦିନରେ ଏହା ବାର୍ତ୍ତାବହ ହେବ। ଜିଲ୍ଲା ରାଜ୍ୟ ତଥା ରାଜ୍ୟ ବାହାରୁ ଭ୍ରମଣରେ ଆସୁଥିବା ପର୍ଯ୍ୟଟକମାନେ ଦେଖି ଖୁସି ହେବେ। ବିଦ୍ୟାଳୟର ଏହି ସଂଗ୍ରହାଳୟ ଏକ ପର୍ଯ୍ୟଟନସ୍ଥଳୀ ପାଲଟିବ। ଏହି ସଂଗ୍ରହାଳୟକୁ ତୁମୁଡିବନ୍ଧ ଅଞ୍ଚଳର ବୁଦ୍ଧିଜୀବୀ ଓ ଜନସାଧାରଣ ପ୍ରଶଂସା କରିବା ସହିତ ଏପରି ପଦକ୍ଷେପକୁ ସ୍ବାଗତ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କ ପାଇଁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ…

Gen Zଙ୍କୁ ବଡ଼ ଉପହାର ଦେଲେ ବିଜୟ, କଲେ ବଡ଼ ଘୋଷଣା: ମିଳିବ…

ଚେନ୍ନାଇ,୬।୮: ତାମିଲନାଡୁରେ ଟିଭିକେ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପ୍ରଥମ ବଜେଟ ବିଧାନସଭାରେ ଉପସ୍ଥାପନ କରିଛି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ ଏହି ନୂଆ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଆହୁରି ୧୮ଟଙ୍କା ବଢିଯିବ LPG ସିଲିଣ୍ଡର! ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୬।୮: ଭାରତରେ ଆଗାମୀ ଦିନରେ ଘରୋଇ ଏଲପିଜି (LPG) ସିଲିଣ୍ଡର ପିଛା ଦାମ୍ ପ୍ରାୟ ୧୮ ଟଙ୍କା ବୃଦ୍ଧି ହୋଇପାରେ। ଏହାସହିତ ପେଟ୍ରୋଲ-ଡିଜେଲ ଏବଂ ସିଏନ୍‌ଜି (CNG)ର…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୁପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୁପା ମୂଲ୍ୟରେ ମଧ୍ୟ ଏକ…

ଭାରତର ଏମିତି ଏକ ଗାଁ: ୫ ଦିନ ବିନା ପୋଷାକରେ ରୁହନ୍ତି ମହିଳା, ରହସ୍ୟ ଜାଣି ହେବେ ତାଜୁବ

ପୃଥିବୀ ବହୁତ ବିଶାଳ ଏବଂ ଏହାର ପ୍ରତ୍ୟେକ କୋଣରେ ଲୋକମାନଙ୍କର ନିଜସ୍ବ ପରମ୍ପରା ଓ ରୀତିନୀତି ରହିଛି। କେତେକ ପରମ୍ପରା ଆମ ପାଖପାଖି ସାଧାରଣ ଲାଗେ, ଆଉ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

ଆନ୍ଦୋଳନ ପରେ ନୂଆ ରଣନୀତି, ଅଭିଜିତ ଦୀପକେଙ୍କ ଘରେ CJPର ମାରାଥନ ବୈଠକ: ହେବ ବଡ଼ ଘୋଷଣା

ନୂଆଦିଲ୍ଲୀ, ୬।୮: ଦେଶବ୍ୟାପୀ କଥିତ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌କୁ ବିରୋଧ କରି ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରମୁଖ ସ୍ବର ଭାବେ ଉଭା ହୋଇଥିବା କକରୋଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri