କୁଟିଆ ଜନଜାତି ମହିଳା ଏକକାଳୀନ ଜନ୍ମଦେଲେ ତିନି ସନ୍ତାନ, କନ୍ଧମାଳରେ ଚର୍ଚ୍ଚା

ତୁମୁଡିବନ୍ଧ,୭।୭(ଦିପକ କୁମାର ପରାସେଠ): କନ୍ଧମାଳ ଜିଲାର ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ବେଲଘର ପଞ୍ଚାୟତରେ ଏକ ଘଟଣା ଚର୍ଚ୍ଚାର ବିଷୟ ହୋଇଛି। କୁଟିଆ ଜନଜାତିର ଜଣେ ମହିଳା ରଂଜିତା ମାଝି (୨୬), ଦେଉଗାଡ଼ା ଗ୍ରାମର କଂସ ମାଝିଙ୍କ ସ୍ତ୍ରୀ, ବେଲଘର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ସ୍ୱାଭାବିକ ଭାବେ ଏକକାଳୀନ ତିନିଟି ସନ୍ତାନ (ପୁତ୍ର) ପ୍ରସବ କରିଛନ୍ତି।

ସୂଚନା ଅନୁଯାୟୀ, ଗତ ରବିବାର ରଂଜିତାଙ୍କର ପ୍ରସବ ବେଦନା ଆରମ୍ଭ ହେବାରୁ ତାଙ୍କ ସ୍ୱାମୀ କଂସ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ବେଲଘର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ କାର୍ଯ୍ୟରତ ଡାକ୍ତର ପ୍ରସନ୍ନ କୁମାର ସୁନା ପ୍ରାଥମିକ ଚିକିତ୍ସା ଆରମ୍ଭ କରିଥିବା ବେଳେ ପ୍ରସବ ହୋଇଥିଲା। ଡାକ୍ତର ସୁନା ତୁରନ୍ତ ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଦିବ୍ୟଜ୍ୟୋତି କରଙ୍କୁ ଜଣାଇଥିଲେ। ଡାକ୍ତର କର ଫୋନ ଯୋଗେ ଜଣେ ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞଙ୍କ ପରାମର୍ଶ ନେଇ ତାଙ୍କ ତତ୍ତ୍ୱାବଧାନରେ ତିନିଟି ସନ୍ତାନଙ୍କୁ ସୁରକ୍ଷିତ ଭାବେ ପ୍ରସବ କରାଇବାରେ ସଫଳ ହୋଇଥିଲେ।

ବେଲଘର ପରି ଏକ ଦୁର୍ଗମ କୁଟିଆକନ୍ଧ ଅଞ୍ଚଳରେ ଡାକ୍ତର ସୁନା ଓ କରଙ୍କ ଉଦ୍ୟମ ଯୋଗୁଁ ମା ରଂଜିତା ଏବଂ ତିନି ନବଜାତ ଶିଶୁ ସୁସ୍ଥ ଅଛନ୍ତି। ଅଧିକ ଚିକିତ୍ସା ପାଇଁ ରଂଜିତା ଓ ତାଙ୍କ ତିନି ଶିଶୁଙ୍କୁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି। ସେଠାରେ ସ୍ୱତନ୍ତ୍ର ନବଜାତ ଶିଶୁ କେନ୍ଦ୍ରରେ ମା ଓ ତିନି ଶିଶୁଙ୍କୁ ରଖାଯାଇଛି।

ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସା ଅଧିକାରୀ ଶ୍ରବଣ କୁମାର ସାହୁକାର କହିଛନ୍ତି ଯେ ମା ରଂଜିତା ଓ ତିନି ଶିଶୁ ପୁତ୍ର ସୁସ୍ଥ ଅଛନ୍ତି। ଏହା ରଂଜିତାଙ୍କର ଚତୁର୍ଥ ପ୍ରସବ ହୋଇଥିବା ବେଳେ ତାଙ୍କର ପୂର୍ବରୁ ଜଣେ ୮ ବର୍ଷର ପୁଅ ଓ ୪ ବର୍ଷର ଝିଅ ଅଛନ୍ତି। ତିନି ନବଜାତ ପୁତ୍ରଙ୍କୁ ପାଇ ରଂଜିତାଙ୍କ ସ୍ୱାମୀ କଂସ ମାଝି ଖୁସି ବ୍ୟକ୍ତ କରିଛନ୍ତି।

ଏହି ଘଟଣା ବେଲଘର ଅଞ୍ଚଳରେ ଏକ ଆନନ୍ଦମୟ ପରିବେଶ ସୃଷ୍ଟି କରିଛି ଏବଂ ସ୍ଥାନୀୟ ସ୍ୱାସ୍ଥ୍ୟ କର୍ମୀଙ୍କ କାର୍ଯ୍ୟକୁ ସମସ୍ତେ ପ୍ରଶଂସା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri