ନେଗେଟିଭ କ୍ୟାରେକ୍ଟରରେ ଆସିବେ ତବ୍ୱୁ

ମୁମ୍ବାଇ: ବଲିଉଡ୍ ନାୟିକା ତବ୍ୱୁ କିଛିଦିନ ହେବ ବଡ ପରଦାଠାରୁ ଟିକେ ଦୂରରେ ଥିବା ବେଳେ ଏଥର କିନ୍ତୁ ଏକ ଡିଫରେଣ୍ଟ କ୍ୟାରେକ୍ଟରରେ ଦର୍ଶକଙ୍କ ମନୋରଞ୍ଜନ କରିବାକୁ ଆସୁଛନ୍ତି । ଏବେ ସେ ତାଙ୍କ ଅପକମିଂ ଫିଲ୍ମର ଶୁଟିଂରେ ବ୍ୟସ୍ତ ଅଛନ୍ତି । ଆସମାନ ଭରଦ୍ୱାଜଙ୍କ ଫିଲ୍ମ ‘କୁତ୍ତେ’ରେ ତବ୍ୱୁ ଏକ ନେଗେଟିଭ କାରେକ୍ଟରରେ ଦେଖାଦେବେ । ଏଥିରେ ସେ ଜଣେ କନଷ୍ଟେବଳ କ୍ୟାରେକ୍ଟରରେ ଦର୍ଶକଙ୍କ ମନୋରଞ୍ଜନ କରିବେ । ଫିଲ୍ମରେ ସେ ପମ୍ମି ଚରିତ୍ରରେ ନଜର ଆସିବେ । ତବ୍ୱୁଙ୍କ ବ୍ୟତୀତ ଅର୍ଜୁନ କପୁର, କୋଙ୍କଣା ସେନ ଶର୍ମା ଓ ରାଧିକା ମଦାନ ବି ଦେଖାଯିବେ । ଏଥିରେ ଅର୍ଜୁନ କପୁର ବି ଜଣେ ପୋଲିସ କନଷ୍ଟେବଳ ଭୂମିକାରେ ନଜର ଆସିବେ । ସେହିପରି କୋଙ୍କଣା ସେନ ଶର୍ମା ଜଣେ ନକ୍ସଲ ବା ମାଓବାଦୀ ଭୂମିକାରେ ଦର୍ଶକଙ୍କ ମନୋରଞ୍ଜନ କରିବେ । ଏଥିରେ ସମସ୍ତ ଚରିତ୍ର ପଇସା ପଛରେ ଗୋଡାଉଥିବା ଦେଖାଯାଇଛି । ଅନ୍ୟପଟେ ରାଧିକ ମଦାନ ଜଣେ କଲେଜ ଛାତ୍ରୀ ଭୂମିକାରେ ଦର୍ଶକଙ୍କୁ ମନୋରଞ୍ଜନ ଦେବେ । ଫିଲ୍ମ ‘କୁତ୍ତେ’ର ଅଧିକାଂଶ ଭାଗ ଶୁଟିଂ ସରିଥିବା ବେଳେ ଆଉ ମାତ୍ର ୧୫ ଦିନର ଶୁଟିଂ ବାକି ଅଛି । ଯାହା ଖୁବଶୀଘ୍ର ସରିବ । ଏହାର ସମସ୍ତ ଶୁଟିଂ ମୁମ୍ବାଇରେ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶୁଭିଲା ପ୍ରଚଣ୍ଡ ଶବ୍ଦ : ହଠାତ୍‌ ଘର କାନ୍ଥ ଫାଟି ଆଁ କରିଲା, ଜୀବନ ବିକଳରେ ଦୌଡ଼ି ଆସିଥିଲେ ପରିବାର ଲୋକେ

ଆନନ୍ଦପୁର, ୨୩।୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲାରୁ ଲୁହାପଥର ଚାଲାଣ ପାଇଁ ଜେଏସଡବ୍ଲୁ କମ୍ପାନୀ ପକ୍ଷରୁ ଏମ୍ପ୍ରୋକନ ଠିକା ସଂସ୍ଥା ଦ୍ୱାରା ୨୦ ନମ୍ବର ଜାତୀୟ ରାଜପଥ…

ଯୁକ୍ତ୨ ନାମଲେଖା ପାଇଁ ଏହିଦିନଠୁ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୩ା୫(ସୁଚିସ୍ମିତା ସାହୁ): ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍‌ ୩୦ ଯାଏ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ।…

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri