ନିଲମ୍ବନ ଉଠିବା ପରେ କୁଟ୍ଟେଙ୍କୁ ନିଯୁକ୍ତି ଦେଲେ ରାଜ୍ୟ ସରକାର, ମିଳିଲା ଏହି ଦାୟିତ୍ୱ

ଭୁବନେଶ୍ୱର,୧୫।୭: ଆଇପିଏସ ଡିଏସ କୁଟ୍ଟେଙ୍କୁ ରାଜ୍ୟ ଗୃହ ବିଭାଗ ଓଏସଡି ଭାବେ ନିଯୁକ୍ତି ମିଳିଛି। ଏନେଇ ଗୃହ ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ନିଲମ୍ବନ ଉଠିବା ପରେ କୁଟ୍ଟେଙ୍କୁ ନିଯୁକ୍ତି ଦେଇଛନ୍ତି ସରକାର।

ନିର୍ବାଚନ ସମୟରେ କୁଟ୍ଟେଙ୍କୁ ନିଲମ୍ବିତ କରାଯାଇଥିଲା। ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଥିବା ବେଳେ ସେ ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶରେ ନିଲମ୍ବିତ ହୋଇଥିଲେ।

ଅନ୍ୟପଟେ, ଆଜି ବରିଷ୍ଠ ଆଇପିଏସ ରବି କାନ୍ତଙ୍କୁ ଆବାସିକ କମିଶନର ହଟାଯାଇ ରାଜ୍ୟ ଗୃହ ବିଭାଗ ଓଏସ୍‌ଡି ଭାବେ ବଦଳି କରାଯାଇଛି। ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ଆଇଜି ଆଶିଷ ସିଂଙ୍କୁ ମଧ୍ୟ ଗୃହ ବିଭାଗ ଓଏ୍‌ସଡି ଭାବେ ନିଯୁକ୍ତି ଦିଆଯାଇଥିଲା।

ନିର୍ବାଚନ ପ୍ରକ୍ରିୟାରେ ଅନୈତିକ ହସ୍ତକ୍ଷେପ ପାଇଁ ତାଙ୍କୁ ସସପେଣ୍ଡ କରାଯାଇଥିଲା। ସସପେଣ୍ଡ କାଳରେ ସେ ନୂଆଦିଲ୍ଲୀ ଆବାସିକ କମିଶନରଙ୍କ ଅଫିସରେ ରହି ସେ କାର୍ଯ୍ୟ କରୁଥିଲେ। ଯାହା ପରେ ଆଜି ତାଙ୍କର ନିଲମ୍ବନକୁ ହଟାଯାଇଛି।

କୁଟ୍ଟେଙ୍କ ପୁରା ନାମ ଧିରେନ୍ଦ୍ର ସମ୍ଭାଜି କୁଟ୍ଟେ। ୨୦୧୯ ଅକ୍ଟୋବର ୨୩ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସେ ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତ ହୋଇଥିଲେ। ଏଥିସହ ସେ ଓଡ଼ିଶା ପୋଲିସର ଅତିରିକ୍ତ ମହା ନିର୍ଦ୍ଦେଶକ ମଧ୍ୟ ଥିଲେ। ୧୯୯୭ ବ୍ୟାଚର ଆଇପିଏସ ଅଧିକାରୀ କୁଟ୍ଟେ ୨୦୧୭ ଏପ୍ରିଲରୁ ମୁଖ୍ୟମନ୍ତ୍ରୀଙ୍କ ସ୍ପେଶାଲ ଡ୍ୟୁଟି ପାଇ ନିୟୋଜିତ ହୋଇଥିଲେ। ୨୦୨୩ ସାଧାରଣତନ୍ତ୍ର ଦିବସରେ ନିଜର ଉଲ୍ଲେଖନୀୟ ସେବା ପାଇଁ ପୋଲିସ ପଦକରେ ମଧ୍ୟ ସମ୍ମାନିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri