କୁଟ୍ଟେଙ୍କୁ ନିଲମ୍ବନ, ଆଶିଷଙ୍କ ସ୍ବାସ୍ଥ୍ୟ ପରୀକ୍ଷା ନିର୍ଦ୍ଦେଶ ସ୍ବାଗତଯୋଗ୍ୟ: ଭାଜପା

ଭୁବନେଶ୍ୱର, ୨୯ା୫(ସୁନିତ୍‌ ମିଶ୍ର):ନିର୍ବାଚନ କମିଶନ(ଇସି)ଙ୍କ ଦ୍ୱାରା ମଙ୍ଗଳବାର ପ୍ରକାଶ ପାଇଥିବା ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଗଣତନ୍ତ୍ରକୁ ସୁଦୃଢ଼ କରିବ। ଶାସକ ବିଜେଡି ପାଇଁ କାମ କରୁଥିବା କାରଣରୁ ବରିଷ୍ଠ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେଙ୍କୁ ନିଲମ୍ବନ ଓ ଆଶିଷ ସିଂଙ୍କୁ ମେଡିକାଲ ବୋର୍ଡ ଆଗରେ ହାଜରହେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଇସିଙ୍କ ଏହି ନିର୍ଦ୍ଦେଶ ସ୍ବାଗତଯୋଗ୍ୟ। ପୂର୍ବରୁ ଏହି ୨ ଆଇପିଏସ୍‌ ଅଫିସରଙ୍କ ବିରୋଧରେ ଭାଜପା ବହୁଥର ଅଭିଯୋଗ କରିଆସିଛି। ସେମାନେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ବସି ରହି ବିଜେଡି ପାଇଁ କାର୍ଯ୍ୟ କରିବା ସହ ଭୋଟରେ ନିଜକୁ ନିୟୋଜିତ କରୁଥିଲେ ବୋଲି ଭାଜପା ମୁଖପାତ୍ର ପୀତାମ୍ବର ଆଚାର୍ଯ୍ୟ କହିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ପୀତାମ୍ବର କହିଛନ୍ତି, ସରକାରୀ ଚାକିରି କରି ଶାସକ ବିଜେଡିର ଦଳୀୟ କାର୍ଯ୍ୟ କରିବା ସମ୍ପୂର୍ଣ୍ଣ ଅଗଣତାନ୍ତ୍ରିକ ଏବଂ ଅପରାଧ। ପୋଲିସ ବିଭାଗର ଉଚ୍ଚପଦରେ ଅବସ୍ଥାପିତ ଡି.ଏସ୍‌. କୁଟ୍ଟେ ଓ ଆଶିଷ ସିଂ ବିଜେଡିର ଚାମଚାଗିରି କରୁଛନ୍ତି ବୋଲି ଭାଜପା ବାରମ୍ବାର ରାଜ୍ୟବାସୀଙ୍କୁ ଅବଗତ କରାଇଛି। ବିଜେଡିର ଚାମଚାଗିରି କରିବା ଏହି ୨ ପୋଲିସ ଅଧିକାରୀଙ୍କ ପୁରୁଣା ଅଭ୍ୟାସ। ୨୦୧୯ରେ ଏମାନେ ଯେଉଁ କେଳେଙ୍କାରୀ କରିଥିଲେ ୨୦୨୪ ନିର୍ବାଚନରେ ତା’ର ପୁନରାବୃତ୍ତି କରୁଛନ୍ତି। କୁଟ୍ଟେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଏବଂ ଆଶିଷ ସିଂହ ଭୁବନେଶ୍ୱରର ଜଣେ ପ୍ରଭାବଶାଳୀ ବିଧାୟକଙ୍କ ପେଣ୍ଟ ହାଉସରେ ବସି ରହି ବିଜେଡିର ଦଳୀୟ କାର୍ଯ୍ୟ କରୁଥିଲେ। ନିର୍ବାଚନ ମୁକ୍ତ, ଅବାଧ ଓ ନିରପେକ୍ଷ କରିବା ପାଇଁ ଇସିଙ୍କ ଉପରେ ଭାରତୀୟ ସମ୍ବିଧାନ ଯେଉଁ ଗୁରୁଦାୟିତ୍ୱ ନ୍ୟସ୍ତ କରିଛି ତାହାକୁ କମିଶନ ନିର୍ବାହ କରିଛନ୍ତି ବୋଲି ପୀତାମ୍ବର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri