କୁତୁରୀ, ମଣିପୁର ବାହ୍ୟଜଗତରୁ ବିଚ୍ଛିନ୍ନ

ନୟାଗଡ଼ ଅଫିସ/ଭାପୁର (ଡି.ଏନ.ଏ.),୨୮।୮: ମହାନଦୀରେ ଜଳସ୍ତର ବଢ଼ିବାରୁ ନୟାଗଡ଼ ଜିଲାର ଗଣିଆ ଓ ଭାପୁର ବ୍ଲକ ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ଗୁରୁବାର ରାସ୍ତାରେ ମହାନଦୀର ବନ୍ୟାଜଳ ଲହଡି ମାରିଥିଲା। ବଡମୂଳ-କୁତୁରୀ ରାସ୍ତାରେ ୩ରୁ ୬ ଫୁଟ ଓ ଭାପୁର ବ୍ଲକର ମଣିପୁର ରାସ୍ତାରେ ୩ ଫୁଟର ବନ୍ୟାଜଳ ପ୍ରବାହିତ ହେଉଛି। ଏହା ଦ୍ୱାରା କୁତୁରୀ ଓ ମଣିପୁର ଗଁା ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇରହିଛି। ଗଣିଆ ବ୍ଲକର ରାସଙ୍ଗ-କାଦୁଆ ରାସ୍ତାରେ ଅଢ଼େଇଫୁଟ, କଳାପାଟ-ବୃତ୍ତଙ୍ଗ ରାସ୍ତାରେ ୨ ଫୁଟ ବନ୍ୟାଜଳ ପ୍ରବାହିତ ହେଉଛି। ବର୍ଷା କମିଥିଲେ ମଧ୍ୟ ବନ୍ୟା ଯୋଗୁ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି। ପନିପରିବା ଓ ଧାନ ଜମିରେ ପାଣି ଜମିରହିଛି। ସାପ କାମୁଡ଼ାରେ ଛାମୁଣ୍ଡିଆ ପଞ୍ଚାୟତ ମହନପଦା ଦଳିତସାହିରେ ଲିଜା ନାୟକ ନାମ୍ନୀ ଜଣେ ଦଶମ ପାସ୍‌ କରିଥିବା ଛାତ୍ରୀଙ୍କ ମୃତ୍ୟୁ ହୋଇଛି। ସେହିପରି ଭାପୁର ବ୍ଲକ ଫତେଗଡ ପଞ୍ଚାୟତର ମଣିପୁର ଗଁା ବିଚ୍ଛିନ୍ନ ହୋଇରହିଛି। ମଣିପୁର ଗଁା ରାସ୍ତାରେ ୩ ଫୁଟର ପାଣି ପ୍ରବାହିତ ହେଉଛି। ବର୍ଷାରେ ଗଣିଆ ବ୍ଲକ ବେଲପଡାପାଟଣା ପଞ୍ଚାୟତ ରାଉତପଡାର ପବିତ୍ର ବେହେରାଙ୍କ ୨ ବଖରା ଭାଙ୍ଗି ଯାଇଛି। ବନ୍ୟାଜଳରେ ଭାପୁର ବ୍ଲକ ଫତେଗଡ ପଞ୍ଚାୟତର ପ୍ରାୟ ୫୦୦ ଏକର, କରବର ପଞ୍ଚାୟତର ୩୦୦ ଏକର ଓ ପଥରଚକଡା ପଞ୍ଚାୟତର ପ୍ରାୟ ୫୦ ଏକର ଧାନଜମି ବୁଡି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri