କୁତୁରୀ, ମଣିପୁର ବାହ୍ୟଜଗତରୁ ବିଚ୍ଛିନ୍ନ

ନୟାଗଡ଼ ଅଫିସ/ଭାପୁର (ଡି.ଏନ.ଏ.),୨୮।୮: ମହାନଦୀରେ ଜଳସ୍ତର ବଢ଼ିବାରୁ ନୟାଗଡ଼ ଜିଲାର ଗଣିଆ ଓ ଭାପୁର ବ୍ଲକ ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ଗୁରୁବାର ରାସ୍ତାରେ ମହାନଦୀର ବନ୍ୟାଜଳ ଲହଡି ମାରିଥିଲା। ବଡମୂଳ-କୁତୁରୀ ରାସ୍ତାରେ ୩ରୁ ୬ ଫୁଟ ଓ ଭାପୁର ବ୍ଲକର ମଣିପୁର ରାସ୍ତାରେ ୩ ଫୁଟର ବନ୍ୟାଜଳ ପ୍ରବାହିତ ହେଉଛି। ଏହା ଦ୍ୱାରା କୁତୁରୀ ଓ ମଣିପୁର ଗଁା ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇରହିଛି। ଗଣିଆ ବ୍ଲକର ରାସଙ୍ଗ-କାଦୁଆ ରାସ୍ତାରେ ଅଢ଼େଇଫୁଟ, କଳାପାଟ-ବୃତ୍ତଙ୍ଗ ରାସ୍ତାରେ ୨ ଫୁଟ ବନ୍ୟାଜଳ ପ୍ରବାହିତ ହେଉଛି। ବର୍ଷା କମିଥିଲେ ମଧ୍ୟ ବନ୍ୟା ଯୋଗୁ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି। ପନିପରିବା ଓ ଧାନ ଜମିରେ ପାଣି ଜମିରହିଛି। ସାପ କାମୁଡ଼ାରେ ଛାମୁଣ୍ଡିଆ ପଞ୍ଚାୟତ ମହନପଦା ଦଳିତସାହିରେ ଲିଜା ନାୟକ ନାମ୍ନୀ ଜଣେ ଦଶମ ପାସ୍‌ କରିଥିବା ଛାତ୍ରୀଙ୍କ ମୃତ୍ୟୁ ହୋଇଛି। ସେହିପରି ଭାପୁର ବ୍ଲକ ଫତେଗଡ ପଞ୍ଚାୟତର ମଣିପୁର ଗଁା ବିଚ୍ଛିନ୍ନ ହୋଇରହିଛି। ମଣିପୁର ଗଁା ରାସ୍ତାରେ ୩ ଫୁଟର ପାଣି ପ୍ରବାହିତ ହେଉଛି। ବର୍ଷାରେ ଗଣିଆ ବ୍ଲକ ବେଲପଡାପାଟଣା ପଞ୍ଚାୟତ ରାଉତପଡାର ପବିତ୍ର ବେହେରାଙ୍କ ୨ ବଖରା ଭାଙ୍ଗି ଯାଇଛି। ବନ୍ୟାଜଳରେ ଭାପୁର ବ୍ଲକ ଫତେଗଡ ପଞ୍ଚାୟତର ପ୍ରାୟ ୫୦୦ ଏକର, କରବର ପଞ୍ଚାୟତର ୩୦୦ ଏକର ଓ ପଥରଚକଡା ପଞ୍ଚାୟତର ପ୍ରାୟ ୫୦ ଏକର ଧାନଜମି ବୁଡି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri