Posted inଜାତୀୟ

କୁଏଟ୍‌ ବିଲ୍ଡିଂ ନିଆଁରେ ଓଡ଼ିଆ ଯୁବକ ମୃତ

ନୂଆଦିଲ୍ଲୀ, ୧୪।୬ (ପି.ଟି.): କୁଏଟ୍‌ର ଅଲ୍‌-ମନ୍‌ଗଫ୍‌ ସିଟିସ୍ଥିତ ଏକ ବିଲ୍ଡିରେ ବୁଧବାର ନିଆଁ ଲାଗିବାରୁ ୪୫ ଜଣ ଭାରତୀୟ ଶ୍ରମିକ ପ୍ରାଣ ହରାଇଛନ୍ତି। ଭାରତୀୟ ମୃତକଙ୍କ ଶବକୁ ଫେରାଇ ଆଣିବାକୁ ଗୁରୁବାର ରାତିରେ ବାୟୁସେନାର ସି-୧୩୦ଜେ ପରିବହନ ବିମାନକୁ କୁଏଟ୍‌ ପଠାଯାଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ସୂଚନା ଦେଇଛି। ଶୁକ୍ରବାର ବାୟୁସେନାର ଏହି ବିମାନ ସମସ୍ତ ଭାରତୀୟ ମୃତଦେହକୁ ଆଣି ପ୍ରଥମେ କେରଳର କୋଚିରେ ଲ୍ୟାଣ୍ଡ୍‌ କରିବ।
ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିର୍ଦ୍ଦେଶରେ ବହିର୍ବ୍ୟାପାର ରାଷ୍ଟ୍ରମନ୍ତ୍ରୀ କୀର୍ତ୍ତିବର୍ଦ୍ଧନ ସିଂ ଗୁରୁବାର କୁଏଟ୍‌ ଗସ୍ତ କରିଛନ୍ତି। ସେ କୁଏଟ୍‌ର ବହିର୍ବ୍ୟାପାର ମନ୍ତ୍ରୀ ଅବଦୁଲ୍ଲାହ ଅଲି ଅଲ୍‌ ୟାହୟାଙ୍କ ସହ ଦୁର୍ଘଟଣାରେ ଆହତ ଭାରତୀୟଙ୍କ ଚିକିତ୍ସା ନେଇ ଆଲୋଚନା କରିଛନ୍ତି।

କୁଏଟ୍‌ ବିଲ୍ଡିଂ ଅଗ୍ନିକାଣ୍ଡରେ ଜଣେ ଓଡ଼ିଆ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କଟକ ଜିଲା ତିଗିରିଆ ଥାନା କରଡ଼ାପଲ୍ଲୀ ଗ୍ରାମର ମହମ୍ମଦ ଜହୁର(୩୩)। ଗ୍ରାମର ସମସୁର ମହମ୍ମଦଙ୍କ ୩ୟ ପୁତ୍ର ମହମ୍ମଦ ଜହୁର ଦକ୍ଷିଣ କୁଏଟ୍‌ର ଅଲ୍‌-ମନ୍‌ଗଫ୍‌ ସହରର ଏକ କମ୍ପାନୀରେ ସିବିଲ ଲାବୋରୋଟାରି ଟେକ୍ନିସିଆନ ଭାବେ କାର୍ଯ୍ୟରତ ଥିଲେ। ବୁଧବାର ଭୋରରେ ହଠାତ୍‌ ଅଗ୍ନିକାଣ୍ଡ ଘଟିବାରୁ ଜହୁର ପ୍ରବଳ ଧୂଅଁାରେ ଅଣନିଃଶ୍ୱାସୀ ହୋଇ ଗୁରୁତର ହୋଇଯାଇଥିଲେ। ଦମକଳ ବାହିନୀ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଜହୁରଙ୍କ ସ୍ତ୍ରୀ ଏବେ ୭ ମାସର ଗର୍ଭବତୀ ଅଛନ୍ତି। ତାଙ୍କ ପରିବାରକୁ ସରକାରୀ ସହାୟତା ଯୋଗାଇଦେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

VIDEO:ଷ୍ଟ୍ରେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri