Posted inଖେଳ

କୁଏତ୍‌ ଜିତିଲା ଉଦ୍‌ଘାଟନୀ ମ୍ୟାଚ

ବେଙ୍ଗାଲୁରୁ, ୨୨।୬ (ପି.ଟି.): ସାଫ୍‌ (ସାଉଥ୍‌ ଏସିଆନ ଫୁଟବଲ ଫେଡେରେଶନ) ଚାମ୍ପିୟନଶିପ୍‌ ବୁଧବାର ଏଠାରେ ଆରମ୍ଭ ହୋଇଛି। ପ୍ରତିଯୋଗିତାର ଉଦ୍‌ଘାଟନୀ ମ୍ୟାଚ ଜିତିଛି କୁଏତ। ଏହି ଦଳ ୩-୧ ଗୋଲରେ ନେପାଳକୁ ପରାସ୍ତ କରିଛି। ଆମନ୍ତ୍ରଣୀୟ ଦଳ ଭାବେ ପ୍ରଥମଥରପାଇଁ ସାଫ୍‌ ଚାମ୍ପିୟନଶିପ୍‌ ଖେଳୁଥିବା କୁଏତ୍‌ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ପ୍ରାଧାନ୍ୟ ବିସ୍ତାରକରି ଖେଳିଥିଲା। ୨୩ତମ ମିନିଟରେ ଖାଲେଦ ହାଜି ପ୍ରଥମ ଗୋଲ ଦେଇ ଦଳକୁ ଅଗ୍ରଣୀ କରିଥିଲେ। ୪୧ତମ ମିନିଟରେ ଶବିବ ଅଲ୍‌ ଖାଲଦି ଗୋଲ ଦେଇ ଅଗ୍ରଣୀ ବ୍ୟବଧାନକୁ ୨-୦ରେ ପହଞ୍ଚାଇଥିବାବେଳେ ମହମ୍ମଦ ଧାମ୍‌ ୬୫ତମ ମିନିଟରେ ଦଳ ପକ୍ଷରୁ ତୃତୀୟ ଗୋଲ ସ୍କୋର କରିଥିଲେ। ନେପାଳ ପକ୍ଷରୁ ଅଞ୍ଜନ ବିସ୍ତା ୬୮ତମ ମିନିଟରେ ଗୋଟିଏ ଗୋଲ ପରିଶୋଧ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri