କେଭିଆଇସିର କାରିଗର ସମ୍ମିଳନୀ

ଭୁବନେଶ୍ୱର,୨।୯: ଖଦି ଆଣ୍ଡ ଭିଲେଜ ଇଣ୍ଡଷ୍ଟ୍ରିଜ କମିଶନ (କେଭିଆଇସି)ର ଓଡ଼ିଶା ୟୁନିଟ୍‌ ପକ୍ଷରୁ ଶୁକ୍ରବାର ଏକ ୩ ଦିନିଆ ସ୍ବତନ୍ତ୍ର ପ୍ରଦର୍ଶନୀ ସହ କାରିଗର ସମ୍ମିଳନୀ କିଟ୍‌ ବିଶ୍ୱବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବାବେଳେ କେଭିଆଇସିର ଅଧ୍ୟକ୍ଷ ମନୋଜ କୁମାର ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ବିଶେଷ କରି ଉକ୍ତ କାର୍ଯ୍ୟକ୍ରମରେ ବିଭିନ୍ନ ହିତାଧିକାରୀଙ୍କୁ ଟୁଲ୍‌ କିଟ୍‌ସ ଏବଂ ମେଶିନାରି ସାମଗ୍ରୀ ବଣ୍ଟନ କରାଯାଇଥିଲା। ଏପରିକି ଗ୍ରାମୋଦ୍ୟୋଗ ବିକାଶ ଯୋଜନାରେ ୧୦୦ ପୋର୍ଟରଙ୍କୁ ଇଲେକ୍ଟ୍ରି ହୁଇଲ୍ସ , ୭୫ ଲେଦର ଆର୍ଟିସାନଙ୍କୁ ଫୁଟ୍‌ଓ୍ବେର ଟୁଲ୍‌କିଟ୍ସ ଏବଂ ୬୦ ଆର୍ଟିସାନଙ୍କୁ ପେପର ମାସି ମେଶିନ ଅତିଥି ଓ କେଭିଆଇସି ଅଧିକାରୀମାନଙ୍କ ଦ୍ୱାରା ବଣ୍ଟନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଷଡଙ୍ଗୀ କେଭିଆଇସିର ଯୋଜନା ଓ ଭୂମିକା ଆଦି ସହ ମୋଦି ସରକାରଙ୍କ ୯ ବର୍ଷର ବିକାଶମୂଳକ କାର୍ଯ୍ୟ ସମ୍ପର୍କରେ ବିସ୍ତୃତ ଆଲୋକପାତ କରାଇଥିଲେ। ସେହିଭଳି ମନୋଜ କୁମାର କହିଥିଲେ, ପୂର୍ବରୁ କେଭିଆଇସି ଯୋଜନା ଓ କାର୍ଯ୍ୟକଳାପ ମନ୍ଥର ଗତିରେ ଚାଲୁଥିବାବେଳେ ବର୍ତ୍ତମାନ ତାହା ଦ୍ରୁତଗତିରେ କାର୍ଯ୍ୟ କରୁଛି। ଫଳରେ ପ୍ରତି ବର୍ଷ କେଭିଆଇସିର କାରବାର ୧ଲକ୍ଷ କୋଟି ଉପରେ ରହୁଛି। ଉଲ୍ଲେଖଯୋଗ୍ୟ, ସମ୍ମିଳନୀ ପ୍ରାରମ୍ଭରେ କେଭିଆଇସି ଓଡ଼ିଶା ନିର୍ଦ୍ଦେଶକ ସ୍ବାଗତ ଅଭିଭାଷଣ ସହ ସମ୍ମିଳନୀର ଆଭିମୁଖ୍ୟ ସମ୍ପର୍କରେ ବିସ୍ତୃତ ଭାବେ ଆଲୋକପାତ କରିଥିଲେ। ଉକ୍ତ ସମ୍ମିଳନୀରେ କେଭିଆଇସି ଓଡ଼ଶାର ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri