Posted inଖେଳ

ଭାରତ ବିପକ୍ଷରେ ମାକ୍ସଓ୍ବେଲ୍‌ଙ୍କ ଅର୍ଦ୍ଧଶତକ: ପଞ୍ଜାବ କୋଚ୍‌ କହିଲେ ଏହା ଏକ ଅପରାଧ

ଇଣ୍ଡିଆନ ପ୍ରିମିୟର ଲିଗ(ଆଇପିଏଲ୍‌) କିଙ୍ଗସ ଏକାଦଶ ପଞ୍ଜାବର ବ୍ୟାଟିଂ କୋଚ ୱାସିମ ଜାଫର୍‌ ମଜାଳିଆ ଟୁଇଟ୍‌ କରିଛନ୍ତି। ରବିବାର ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯାଇଥିବା ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ ପରେ ୱାସିମ ଜାଫର୍‌ ଏକ ମଜାଦାର ବଲିଉଡ ମେମ ଶେୟାର କରି ଅଷ୍ଟ୍ରେଲୀୟ ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସୱେଲଙ୍କୁ ଟ୍ରୋଲ କରିଛନ୍ତି। ଏହି ବଲିଉଡ ମେମ ମାଧ୍ୟମରେ ଜାଫର ଆଇପିଏଲରେ ମ୍ୟାକ୍ସୱେଲଙ୍କ ଫ୍ଲପ ଶୋ’କୁ ପୁଣି ମନେ ପକାଇଦେଇଛନ୍ତି। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଦ୍ୱିତୀୟ ଏକଦିବସୀୟରେ ଗ୍ଲେନ ମ୍ୟାକ୍ସୱେଲ ଅର୍ଦ୍ଧଶତକ ହାସଲ କରିଥିଲେ। ଆଇପିଏଲ ୧୩ରେ ବିଫଳ ହେବା ପରେ ମ୍ୟାକ୍ସୱେଲ ଅଷ୍ଟ୍ରେଲିଆ ପାଇଁ ଖେଳି ସଫଳତା ହାସଲ କରୁଛନ୍ତି। ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜର ପ୍ରଥମ ଦୁଇଟି ମ୍ୟାଚରେ ସେ ୪୫ ଏବଂ ୬୩ ରନ ସଂଗ୍ରହ କରିଥିଲେ। ଭାରତୀୟ କ୍ରିକେଟ ଦଳ ବିପକ୍ଷରେ ଗ୍ଲେନ ମ୍ୟାକ୍ସୱେଲଙ୍କ ଏହି ରୂପ ଦେଖିବା ପରେ ପ୍ରଶଂସକ ଏବଂ ଓ୍ବାଶିମ୍‌ ଜାଫରଙ୍କ ମନରେ ଆଇପିଏଲର ସ୍ମୃତି ମଧ୍ୟ ସତେଜ ହୋଇଛି। ୱାସିମ ଜାଫର ଟୁଇଟରରେ ନାସିରୁଦ୍ଦିନ ଶାହାଙ୍କ ଏକ ଫିଲ୍ମ ଚରିତ୍ରର ଫଟୋ ଶେୟାର କରି ଏହା ଏକ ଅପରାଧ ବୋଲି ଲେଖିଛନ୍ତି। ଏବେ ସୋସିଆଲ ମିଡିଆରେ ଏହି ଟୁଇଟ୍‌ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri